ଆଜିଠୁ ରାଜ୍ୟରେ କମିବ ବର୍ଷା ବଢ଼ିବ ତାତି

ଭୁବନେଶ୍ୱର (ବଡ଼ ଖବର ବ୍ୟୁରୋ): ଆଜିଠୁ ରାଜ୍ୟରେ କମିବ ବର୍ଷା ବଢ଼ିବ ତାତି । ପଶ୍ଚିମା ଝଡବର୍ଷା ଯୋଗୁ ୪ରୁ ୫ ଡିଗ୍ରୀ କମିଯାଇଥିଲା ତାପମାତ୍ରା । ଗତକାଲି ପଶ୍ଚିମା ଝଡ଼ ପ୍ରଭାବରେ ସକାଳେ ପ୍ରାୟ ୩ ଘଣ୍ଟାରୁ ଅଧିକ ସମୟ ଧରି ବର୍ଷା ହୋଇଥିଲା । କେନ୍ଦୁଝର, ମୟୂରଭଞ୍ଜ, ବାଲେଶ୍ୱର, ଯାଜପୁର, ଢେଙ୍କାନାଳ ଓ କଟକ ଜିଲ୍ଲାର କିଛି ସ୍ଥାନରେ ବିଜୁଳି, ଘଡ଼ଘଡ଼ି ସହ ପ୍ରବଳ ବର୍ଷା ହୋଇଛି । ଏଥିସହ ଉପକୂଳ ଓ ସଂଲଗ୍ନ ଅଞ୍ଚଳରେ ପବନର ବେଗ ୪୦ରୁ ୫୦କିମି ଛୁଇଁଥିବା ଜଣାପଡ଼ିଛି ।

ଦାରିଙ୍ଗବାଡି ଓ ଢେଙ୍କାନାଳରେ କୁଆପଥର ବର୍ଷା ହୋଇଥିବା ସୂଚନା ମିଳିଛି । ତେବେ ଆସନ୍ତା ୫ ତାରିଖ ଦିନ ରାଜ୍ୟରେ କିଛି ସ୍ଥାନରେ କାଳବୈଶାଖୀ ବର୍ଷା ହେବାର ସମ୍ଭାବନା ରହିଛି । ତେବେ ବର୍ଷାଯୋଗୁ ରାଜ୍ୟରେ ତାପମାତ୍ରା ୪ରୁ ୫ ଡିଗ୍ରୀ କମିଯାଇଥିବା ବେଳେ ଆଜିଠୁ ପୁଣି ତାପମାତ୍ରାରେ ବୃଦ୍ଧି ଘଟିବ ବୋଲି ପାଣିପାଗ ବିଭାଗ ଆକଳନ କରିଛି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଗଞ୍ଜାମ ଯିବେ ମୁଖ୍ୟମନ୍ତ୍ରୀ 🔴 ଜଳବନ୍ଦୀଙ୍କୁ କରାଯିବ ଏୟାରଲିଫ୍ଟ 🔴 ୧୮ରୁ ବିଧାନସଭା ଅଧିବେଶନ 🔴 ୭ ଜିଲ୍ଲାକୁ ରେଡ୍ ୱାର୍ଣ୍ଣିଂ 🔴 ନୀଳଗିରି ବସ୍‌ଷ୍ଟାଣ୍ଡ ନିକଟ ପେଟ୍ରୋଲ ପମ୍ପରେ ବିସ୍ଫୋରଣ 🔴 ଆସନ୍ତାକାଲି ପର୍ଯ୍ୟନ୍ତ ଓଡ଼ିଶା ପାଇଁ ଗୁରୁତ୍ବପୂର୍ଣ୍ଣ 🔴 ସଂଧ୍ୟା ସୁଦ୍ଧା ମାଲକାନଗିରି ଦେଇ ଯିବ ‘ଅର୍ଣ୍ଣବ’ 🔴 ‘ମାଲକାନଗିରି ବେଶୀ ପ୍ରଭାବିତ’ 🔴 IAS ସ୍ତରରେ ଅଦଳବଦଳ 🔴 ଘରେ ପଶିଲେ, ଲୁଟିଲେ..ଟିଭି ଭାଙ୍ଗି ଚାଲିଗଲେ 🔴 ଗଞ୍ଜାମ ଯିବେ ମୁଖ୍ୟମନ୍ତ୍ରୀ 🔴 ଜଳବନ୍ଦୀଙ୍କୁ କରାଯିବ ଏୟାରଲିଫ୍ଟ 🔴 ୧୮ରୁ ବିଧାନସଭା ଅଧିବେଶନ 🔴 ୭ ଜିଲ୍ଲାକୁ ରେଡ୍ ୱାର୍ଣ୍ଣିଂ 🔴 ନୀଳଗିରି ବସ୍‌ଷ୍ଟାଣ୍ଡ ନିକଟ ପେଟ୍ରୋଲ ପମ୍ପରେ ବିସ୍ଫୋରଣ 🔴 ଆସନ୍ତାକାଲି ପର୍ଯ୍ୟନ୍ତ ଓଡ଼ିଶା ପାଇଁ ଗୁରୁତ୍ବପୂର୍ଣ୍ଣ 🔴 ସଂଧ୍ୟା ସୁଦ୍ଧା ମାଲକାନଗିରି ଦେଇ ଯିବ ‘ଅର୍ଣ୍ଣବ’ 🔴 ‘ମାଲକାନଗିରି ବେଶୀ ପ୍ରଭାବିତ’ 🔴 IAS ସ୍ତରରେ ଅଦଳବଦଳ 🔴 ଘରେ ପଶିଲେ, ଲୁଟିଲେ..ଟିଭି ଭାଙ୍ଗି ଚାଲିଗଲେ