Masthead

ଗୋଚର ଜମିରେ ଶୌଚାଳୟ ନିର୍ମାଣକୁ ବିରୋଧ

ବାଲିଆପାଳ, (ବଡ଼ ଖବର ବ୍ୟୁରୋ): ବାଲେଶ୍ୱର ଜିଲ୍ଲା ବାଲିଆପାଳ ବ୍ଲକ ଦେଉଳା ପଞ୍ଚାୟତ ବାସୁଦେବପୁର ଗ୍ରାମ ଗୋଚର ଜମିରେ କମ୍ୟୁନିଟି ଟୟଲେଟ୍ ନିର୍ମାଣକୁ ଗ୍ରାମବାସୀ ବିରୋଧ କରିଛନ୍ତି । ଗ୍ରାମବାସୀ ଏ ନେଇ ବିଡିଓ ଓ ତହସିଲଦାରଙ୍କ ନିକଟରେ ଲିଖିତ ଅଭିଯୋଗ କରିଛନ୍ତି । ଗ୍ରାମରେ ବହୁ ଅନାବାଦି ଜମି ଥିବାବେଳେ ଉଦ୍ଦେଶ୍ୟମୂଳକ ଭାବେ ଗୋଚର ଜମିରେ ଶୌଚାଳୟ ନିର୍ମାଣ କାହିଁକି ବୋଲି ପ୍ରଶ୍ନ କରିଛନ୍ତି ଗ୍ରାମବାସୀ। ଏହାକୁ ନେଇ ଗ୍ରାମବାସୀଙ୍କ ମଧ୍ୟରେ ଉତ୍ତେଜନା ମୂଳକ ପରିସ୍ଥିତି ସୃଷ୍ଟି ହୋଇଥିଲା । ତହସିଲଦାର ଦୀପକ୍ କୁମାର ଦାସ ଘଟଣାର ତଦନ୍ତ କରି ପଦକ୍ଷେପ ନେବାକୁ ପ୍ରତିଶ୍ରୁତି ଦେଇଛନ୍ତି। ଗୋଚର କିସମ ଜମିରେ ନିର୍ମାଣ କାର୍ୟ୍ୟ ହେବାକୁ ହାଇକୋର୍ଟ ବାରଣ କରିଥିବା ସତ୍ତେ୍ୱ ଖୋଦ ସରକାରୀ କାର୍ୟ୍ୟାଳୟ ଏହି ନିୟମକୁ ବିରୋଧ କରି ନିର୍ମାଣ କାର୍ୟ୍ୟ କରୁଛି । ଏହି ଘଟଣାରେ ସ୍ଥାନୀୟ ପ୍ରଶାସନ କ’ଣ ପଦକ୍ଷେପ ନେଉଛି ଦେଖିବାକୁ ବାକି ରହିଲା।

 

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ‘ମାଲକାନଗିରି ବେଶୀ ପ୍ରଭାବିତ’ 🔴 IAS ସ୍ତରରେ ଅଦଳବଦଳ 🔴 ଘରେ ପଶିଲେ, ଲୁଟିଲେ..ଟିଭି ଭାଙ୍ଗି ଚାଲିଗଲେ 🔴 ଅତି ଭୀଷଣ ବାତ୍ୟା ରୂପ ନେଲା ‘ଅର୍ଣ୍ଣବ’ 🔴 ହିନ୍ଦୀ ଶିକ୍ଷକ ପରମେଶ୍ୱର ପଣ୍ଡାଙ୍କୁ ‘ନେସନ୍ ବିଲ୍ଡର ଆୱାର୍ଡ’ 🔴 ବଙ୍ଗୋପସାଗରରେ ସୃଷ୍ଟି ହେଲା ବାତ୍ୟା ‘ଅର୍ଣ୍ଣବ’ 🔴 ୫ IAS ଅଧିକାରୀଙ୍କୁ ୫ ଜିଲ୍ଲା ଦାୟିତ୍ବ 🔴 ବଙ୍ଗୋପସାଗରରେ ବଳ ଗୋଟାଉଛି ବାତ୍ୟା 🔴 ତିଦ୍ଦତରେ ପୁଣି ଭୂକମ୍ପ ଝଟକା 🔴 ସର୍ଭେ ହୋଇନଥିବା ତିନି ଗାଁରେ ନିର୍ବାଚନ କରିବ ଆନ୍ଧ୍ର! 🔴 ‘ମାଲକାନଗିରି ବେଶୀ ପ୍ରଭାବିତ’ 🔴 IAS ସ୍ତରରେ ଅଦଳବଦଳ 🔴 ଘରେ ପଶିଲେ, ଲୁଟିଲେ..ଟିଭି ଭାଙ୍ଗି ଚାଲିଗଲେ 🔴 ଅତି ଭୀଷଣ ବାତ୍ୟା ରୂପ ନେଲା ‘ଅର୍ଣ୍ଣବ’ 🔴 ହିନ୍ଦୀ ଶିକ୍ଷକ ପରମେଶ୍ୱର ପଣ୍ଡାଙ୍କୁ ‘ନେସନ୍ ବିଲ୍ଡର ଆୱାର୍ଡ’ 🔴 ବଙ୍ଗୋପସାଗରରେ ସୃଷ୍ଟି ହେଲା ବାତ୍ୟା ‘ଅର୍ଣ୍ଣବ’ 🔴 ୫ IAS ଅଧିକାରୀଙ୍କୁ ୫ ଜିଲ୍ଲା ଦାୟିତ୍ବ 🔴 ବଙ୍ଗୋପସାଗରରେ ବଳ ଗୋଟାଉଛି ବାତ୍ୟା 🔴 ତିଦ୍ଦତରେ ପୁଣି ଭୂକମ୍ପ ଝଟକା 🔴 ସର୍ଭେ ହୋଇନଥିବା ତିନି ଗାଁରେ ନିର୍ବାଚନ କରିବ ଆନ୍ଧ୍ର!