Masthead

ଗାଡ଼ିର ବୀମା ନଥିଲେ ଧରିବ ଟୋଲଗେଟ୍

ଭୁବନେଶ୍ୱର (ବଡ଼ ଖବର ବ୍ୟୁରୋ): ଗାଡ଼ିର ବୀମା ନଥିଲେ ସ୍ୱୟଂକ୍ରିୟ ପ୍ରଣାଳୀରେ ଧରିବ ଟୋଲଗେଟ । ଇ-ଡିଟେକ୍ସନ ପ୍ରକ୍ରିୟାରେ ଜାରିହେବ ଇ-ଚାଲାଣ। ଆସନ୍ତା ଫେବ୍ରୁୟାରୀ ପହିଲାରୁ ରାଜ୍ୟର ବିଭିନ୍ନ ଜାତୀୟ ରାଜପଥରେ ଥିବା ସମସ୍ତ ୨୨ଟି ଟୋଲଗେଟରେ ଏହା କାର୍ଯ୍ୟକାରୀ ହେବ । ମୋଟର ଯାନ ଆଇନ ଅନୁଯାୟୀ ବୈଧ ବୀମା ନଥାଇ ଗାଡ଼ିଚଳାଚଳ କରୁଥିବା ନିୟମ ଉଲ୍ଲଙ୍ଘନକାରୀଙ୍କୁ ଚିହ୍ନଟ ସହ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରିବାକୁ ରାଜ୍ୟ ପରିବହନ ପ୍ରାଧିକରଣ ପକ୍ଷରୁ ନିଷ୍ପତ୍ତି ଗ୍ରହଣ କରାଯାଇଛି। ମୋଟର ଯାନ ଆଇନର ଧାରା ୧୪୬ ଅନୁଯାୟୀ ପ୍ରତ୍ୟେକ ମୋଟର ଯାନ ବୈଧ ବୀମାଭୁକ୍ତ ହେବା ବାଧ୍ୟତାମୂଳକ । ଏହାର ଉଲ୍ଲଙ୍ଘନ କଲେ ଧାରା ୧୯୬ ଅନୁଯାୟୀ ୨ ହଜାର ଟଙ୍କା ଜରିମାନା କିମ୍ବା ୩ ମାସ ପର୍ଯ୍ୟନ୍ତ ଜେଲ୍ କିମ୍ବା ଉଭୟ ଦଣ୍ଡର ପ୍ରାବଧାନ ରହିଛି। ସେହିଭଳି ପୁନର୍ବାର ନିୟମ ଉଲ୍ଲଂଘନ କଲେ ଜରିମାନା ରାଶି ୪ ହଜାରଟଙ୍କା କିମ୍ବା ୩ ମାସ ପର୍ଯ୍ୟନ୍ତ ଜେଲ କିମ୍ବା ଉଭୟ ଦଣ୍ଡରେ ଦଣ୍ଡିତ କରାଯିବାର ପ୍ରାବଧାନ ଅଛି । ଅନେକ ଘରୋଇ ଓ ବ୍ୟବସାୟିକ ଗାଡ଼ି ନିୟମ ଉଲ୍ଲଙ୍ଘନ କରି ବୀମା କରୁନାହାନ୍ତି ।

ଫଳରେ ସଡ଼କଦୁର୍ଘଟଣାଜନିତ ମୃତ୍ୟୁରେ ମୃତକଙ୍କ ପରିବାର ଅନୁକମ୍ପାମୂଳକ ବୀମା ରାଶି ପାଇବାରୁ ବଞ୍ଚିତ ହେଉଛନ୍ତି । ଯାହାକୁ ନେଇ ସରକାରଙ୍କ ପକ୍ଷରୁ ଉଦବେଗ ପ୍ରକାଶ ପାଇଛି । ଏହାକୁ ଦୃଷ୍ଟିରେ ରଖି ନିୟମ ଉଲ୍ଲଂଘନକାରୀଙ୍କ ବିରୋଧରେ କାର୍ଯ୍ୟାନୁଷ୍ଠାନ ପାଇଁ ପରିବହନ ଆୟୁକ୍ତନିର୍ଦ୍ଦେଶ ଦେଇଛନ୍ତି । ପୂର୍ବରୁ ଇ- ଡିଟେକ୍ସନରେପରମିଟ, ଫିଟନେସ, ଟିକସ ନିୟମ ଉଲ୍ଲଂଘନକାରୀଙ୍କୁଟୋଲଗେଟରେ ଚିହ୍ନଟ କରାଯାଉଥିଲା । ଏବେ ବୀମା ନିୟମ ଉଲ୍ଲଂଘନକାରୀଙ୍କୁ ମଧ୍ୟ ଏହି ପ୍ରକ୍ରିୟାରେ ଚିହ୍ନଟ କରାଯିବ । ଏନଫୋର୍ସମେଣ୍ଟରେ ଆଧୁନିକ ଜ୍ଞାନକୌଶଳକୁ ଅଧିକ ବ୍ୟବହାର କରାଯିବାକୁ ନିଷ୍ପତ୍ତି ହୋଇଛି । ତେଣୁ  ଗାଡ଼ିର ବୀମା ନ ଥିଲେ ତୁରନ୍ତ ବୀମା କରାଇ ନେବାକୁ ରାଜ୍ୟ ପରିବହନ ପ୍ରାଧିକରଣ ପକ୍ଷରୁ ଅନୁରୋଧ କରାଯାଇଛି ।

 

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ 🔴 ଜିଦରେ ଅଟଳ ଜେଲ ମୁଖିଆ 🔴 ଆଧ୍ୟାତ୍ମିକ ଗୁରୁ ସାଧ୍ୱୀ ରିତମ୍ଭରାଙ୍କ କିଟ୍‍ ଓ କିସ୍‍ ପରିଦର୍ଶନ 🔴 ଭତ୍ତା ଟଙ୍କା ପାଇଁ ରାଜରାସ୍ତାରେ ବୃଦ୍ଧବୃଦ୍ଧା 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ 🔴 ଜିଦରେ ଅଟଳ ଜେଲ ମୁଖିଆ 🔴 ଆଧ୍ୟାତ୍ମିକ ଗୁରୁ ସାଧ୍ୱୀ ରିତମ୍ଭରାଙ୍କ କିଟ୍‍ ଓ କିସ୍‍ ପରିଦର୍ଶନ 🔴 ଭତ୍ତା ଟଙ୍କା ପାଇଁ ରାଜରାସ୍ତାରେ ବୃଦ୍ଧବୃଦ୍ଧା