Masthead

କାଲି ଅକ୍ଷୟତୃତୀୟା: ସକାଳେ ପିଏମ କିଷାନ, ସନ୍ଧ୍ୟାରେ କାଳିଆ ଟଙ୍କା

ଭୁବନେଶ୍ୱର(ବଡ଼ ଖବର ବ୍ୟୁରୋ): ଆସନ୍ତା କାଲି ଅଷୟତୃତୀୟା। ଚାଷ କାମର ଅନୁକୂଳ କାଲି ଠାରୁ ଆରମ୍ଭ ହୋଇଥାଏ। ଏହି ଅବସରରେ ଚାଷୀଙ୍କ ପାଇଁ ଆସିଛି ଡବଲ ଖୁସି । ସକାଳେ ପିଏମ କିଷାନ ଯୋଜନାରେ ଚାଷୀଙ୍କ ଖାତାକୁ ଗଲା ପିଏମ କିଷାନ ଟଙ୍କା । ଦେଶର ୯.୫କୋଟି ଚାଷୀଙ୍କୁ ପିଏମ କିଷାନ ଯୋଜନାର ଅଷ୍ଟମ କିସ୍ତି ପ୍ରଦାନ କରିଛନ୍ତି ପ୍ରଧାନମନ୍ତ୍ରୀ ମୋଦୀ । ଚାଷୀଙ୍କ ଖାତାକୁ ୧୯ହଜାର କୋଟି ଟଙ୍କା ପଠାଯାଇଛି । ସେହିପରି ରାଜ୍ୟରେ ମଧ୍ୟ ଚାଷୀଙ୍କ ପାଇଁ ଘୋଷଣା କରାଯାଇଛି କାଳିଆ ଟଙ୍କା । ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଚାଷୀମାନଙ୍କୁ ଶୁଭେଛା ଜଣାଇବା ସହ ରାଜ୍ୟର ୪୨ ଲକ୍ଷ ଚାଷୀ ପରିବାରର ବ୍ୟାଙ୍କ ଖାତାକୁ ୨୦୨୧ ଖରିଫ ଚାଷ ପାଇଁ କାଳିଆ ଟଙ୍କା ଘୋଷଣା କରିଛନ୍ତି ।

ଏଥିରେ ୯୨୦ କୋଟି ଟଙ୍କା ଜମା କରାଯାଇଥିବା ଘୋଷଣା କରାଯାଇଛି । ରାଜ୍ୟର ଛୋଟ ଚାଷୀ ,ନାମ ମାତ୍ର ଚାଷୀ ,ଓ ଭୂମି ହୀନ ଚାଷୀ ପରିବାର ସମସ୍ତେ ଏହାଦ୍ୱାରା ଉପକୃତ ହେବେ । ତେବେ ମୁଖ୍ୟମନ୍ତ୍ରୀ କହିଛନ୍ତି ଏହି ଯୋଜନା ଚାଷୀ ମୁହଁ ରେ ହସ ଆଣିଛି । ଚାଷୀର ଋଣ ଭାର ଲାଘବରେ ମଧ୍ୟ ଏହା ସହାୟକ ହୋଇଛି । ସେ ଆହୁରି ମଧ୍ୟ କହିଛନ୍ତି ଯେ, “ମୋ ରାଜ୍ୟର ଚାଷୀ ଭଲରେ ରହୁ । ତାର ରୋଜଗାର ବଢୁ ତା ପରିବାରରେ ସମୃଦ୍ଧି ଆସୁ । ଏଥିପାଇଁ ମୁଁ କାମ କରୁଛି ଓ କରିଚାଲିବି ।” ସେହିପରି କୋଭିଡ଼ ସମ୍ପର୍କରେ ସଚେତନ କରି ମୁଖ୍ୟମନ୍ତ୍ରୀ କହିଛନ୍ତି ଯେ, ଏବେ ଆମେ କୋଭିଡ଼ ସକ୍ରମଣର ଦ୍ଵିତୀୟ ଲହର ର ସାମ୍ନା କରୁଛେ । ସଂକ୍ରମଣକୁ ନିୟନ୍ତ୍ରଣ କରିବାକୁ ଲକ୍ ଡାଉନ ଚାଲିଛି । କିନ୍ତୁ କୃଷି ଷେତ୍ର ପାଇଁ କୌଣସି ଲକଡାଉନ ନାହିଁ। ତେଣୁ ଚାଷୀ ଭାଇମାନେ କୋଭିଡ଼ ନିୟମ ମାନି ଚାଷ କାମ ଜାରି ରଖିବା ସହିତ ସରକାରଙ୍କ ବିଭିନ୍ନ କୃଷି ବିକାଶ ଯୋଜନା ର ସୁଯୋଗ ମଧ୍ୟ ନେବା ସେ ପାଇଁ ଆହ୍ଵାନ ଜଣାଇଥିଲେ ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଜାଡ଼ରେ ଥରୁଛି ଓଡ଼ିଶା, ୧୦ ଡିଗ୍ରୀ ତଳେ ରାଜ୍ୟର ବିଭିନ୍ନ ସହରର ତାପମାତ୍ରା 🔴 ବରିଷ୍ଠ କଂଗ୍ରେସ ନେତା ଶିବରାଜ ପାଟିଲଙ୍କ ଦେହାନ୍ତ 🔴 ଶୀତରୁ ନିସ୍ତାର ନାହିଁ 🔴 ରାସ୍ତା କଡ଼ରେ ଫିଙ୍ଗିଦେଲେ ସରକାରୀ ଔଷଧ 🔴 ବିଳମ୍ବିତ ରାତିରେ ଅନୁଗୁଳରେ ଗୁଳିମାଡ଼ 🔴 ଭୁବନେଶ୍ୱରରୁ ୮ଟି ବିମାନ ବାତିଲ 🔴 ରାଜ୍ୟରେ ଅସମ୍ଭାଳ ଜାଡ଼ 🔴 ମିଳିଲା ରାଖେଲଗୁଡ଼ା ମହିଳାଙ୍କ କଟାମୁଣ୍ଡ 🔴 ଆନ୍ଦୋଳନରୁ ହଟିଲେ ପ୍ରାଥମିକ ଶିକ୍ଷକ 🔴 ରାଜ୍ୟରେ ଆହୁରି ବଢ଼ିବ ଥଣ୍ଡା 🔴 ଜାଡ଼ରେ ଥରୁଛି ଓଡ଼ିଶା, ୧୦ ଡିଗ୍ରୀ ତଳେ ରାଜ୍ୟର ବିଭିନ୍ନ ସହରର ତାପମାତ୍ରା 🔴 ବରିଷ୍ଠ କଂଗ୍ରେସ ନେତା ଶିବରାଜ ପାଟିଲଙ୍କ ଦେହାନ୍ତ 🔴 ଶୀତରୁ ନିସ୍ତାର ନାହିଁ 🔴 ରାସ୍ତା କଡ଼ରେ ଫିଙ୍ଗିଦେଲେ ସରକାରୀ ଔଷଧ 🔴 ବିଳମ୍ବିତ ରାତିରେ ଅନୁଗୁଳରେ ଗୁଳିମାଡ଼ 🔴 ଭୁବନେଶ୍ୱରରୁ ୮ଟି ବିମାନ ବାତିଲ 🔴 ରାଜ୍ୟରେ ଅସମ୍ଭାଳ ଜାଡ଼ 🔴 ମିଳିଲା ରାଖେଲଗୁଡ଼ା ମହିଳାଙ୍କ କଟାମୁଣ୍ଡ 🔴 ଆନ୍ଦୋଳନରୁ ହଟିଲେ ପ୍ରାଥମିକ ଶିକ୍ଷକ 🔴 ରାଜ୍ୟରେ ଆହୁରି ବଢ଼ିବ ଥଣ୍ଡା