Masthead

କାଲି ମମତାଙ୍କ ଭାଗ୍ୟ ପରୀକ୍ଷା

କୋଲକାତା(ବଡ଼ ଖବର ବ୍ୟୁରୋ): କାଲି ଭବାନୀପୁର ଉପନିର୍ବାଚନ ପାଇଁ ମତଦାନ ଆରମ୍ଭ ହେବ । ମମତାଙ୍କ ବିରୋଧରେ ମଇଦାନଙ୍କୁ ଓହ୍ଲାଇବେ ବିଜେପି ପ୍ରାର୍ଥୀ ପ୍ରିୟଙ୍କା ତିବ୍ରେୱାଲ । ମୁଖ୍ୟମନ୍ତ୍ରୀ ପଦ ବଜାୟ ରଖିବାକୁ ହେଲେ ଏହି ଆସନରେ ମମତାଙ୍କୁ ଯେମିତି ହେଲେ ଜିତିବାକୁ ପଡ଼ିବ।କାରଣ ଏପ୍ରିଲ-ମେ ମାସରେ ଅନୁଷ୍ଠିତ ହୋଇଥିବା ପଶ୍ଚିମବଙ୍ଗ ବିଧାନସଭା ନିର୍ବାଚନ ବେଳେ ମମତା ନନ୍ଦିଗ୍ରାମରୁ ପରାସ୍ତ ହୋଇଛନ୍ତି। ପରାଜୟ ସତ୍ତ୍ୱେ ସେ ମୁଖ୍ୟମନ୍ତ୍ରୀ ଭାବେ ଶପଥ ନେଇଛନ୍ତି। ତେଣୁ ୬ ମାସ ମଧ୍ୟରେ ତାଙ୍କୁ ବିଧାନସଭାକୁ ନିର୍ବାଚିତ ହେବାକୁ ପଡ଼ିବ।

ଏଥିପାଇଁ ସେ ଭବାନୀପୁର ଆସନରୁ ଉପ ନିର୍ବାଚନ ଲଢ଼ୁଛନ୍ତି। ଅନ୍ୟପକ୍ଷରେ ମତଦାନକୁ ଦୃଷ୍ଟିରେ ରଖି ନିର୍ବାଚନ କମିଶନ ଭବାନୀପୁରରେ ସୁରକ୍ଷା ବ୍ୟବସ୍ଥାକୁ କଡ଼ାକଡ଼ି କରିଛନ୍ତି। ଏହି ନିର୍ବାଚନ ମଣ୍ଡଳୀରେ ଅତିରିକ୍ତ ୨୦ କମ୍ପାନୀ କେନ୍ଦ୍ରୀୟ ଆର୍ମଡ ପୁଲିସ ଫୋର୍ସ ମୁତୟନ ହେବେ। ଭବାନୀପୁର ବ୍ୟତୀତ ଆସନ୍ତାକାଲି ପଶ୍ଚିମବଙ୍ଗର ସମସେରଗଞ୍ଜ ଓ ଜଙ୍ଗିପୁରରେ ମଧ୍ୟ ଭୋଟିଂ ହେବ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଟିକେଟ କଳାବଜାରି, ୪ ଅଟକ 🔴 ଆଜି ବାରବାଟୀରେ କରିବେ ଅଭ୍ୟାସ ଉଭୟ ଟିମ୍‌ର ଖେଳାଳି 🔴 ହାଡ଼ଭଙ୍ଗା ଜାଡ଼ରେ ପୂରା ରାଜ୍ୟ ଥରିବ 🔴 ‘୨୪ ଘଣ୍ଟାରେ ଉତ୍ତର ଦିଅ…ନହେଲେ କାର୍ଯ୍ୟାନୁଷ୍ଠାନ’ 🔴 ୩୧୨ କୋଟି ଟଙ୍କାର ପ୍ରକଳ୍ପର ଶିଳାନ୍ୟାସ କରିବେ ମୁଖ୍ୟମନ୍ତ୍ରୀ 🔴 ମହାପ୍ରଭୁଙ୍କ ଛୁଆଁ ମହାସ୍ନାନ 🔴 କାଲୁଆ ପବନ କରିବ କଲବଲ 🔴 ଆଜି ବି ସରଗରମ ରହିବ ବିଧାନସଭା 🔴 ଶୀତରେ ଥରୁଛି ପୂରା ଓଡ଼ିଶା 🔴 କାଉଣ୍ଟର ଆଗରେ ଲମ୍ବା ଲାଇନ 🔴 ଟିକେଟ କଳାବଜାରି, ୪ ଅଟକ 🔴 ଆଜି ବାରବାଟୀରେ କରିବେ ଅଭ୍ୟାସ ଉଭୟ ଟିମ୍‌ର ଖେଳାଳି 🔴 ହାଡ଼ଭଙ୍ଗା ଜାଡ଼ରେ ପୂରା ରାଜ୍ୟ ଥରିବ 🔴 ‘୨୪ ଘଣ୍ଟାରେ ଉତ୍ତର ଦିଅ…ନହେଲେ କାର୍ଯ୍ୟାନୁଷ୍ଠାନ’ 🔴 ୩୧୨ କୋଟି ଟଙ୍କାର ପ୍ରକଳ୍ପର ଶିଳାନ୍ୟାସ କରିବେ ମୁଖ୍ୟମନ୍ତ୍ରୀ 🔴 ମହାପ୍ରଭୁଙ୍କ ଛୁଆଁ ମହାସ୍ନାନ 🔴 କାଲୁଆ ପବନ କରିବ କଲବଲ 🔴 ଆଜି ବି ସରଗରମ ରହିବ ବିଧାନସଭା 🔴 ଶୀତରେ ଥରୁଛି ପୂରା ଓଡ଼ିଶା 🔴 କାଉଣ୍ଟର ଆଗରେ ଲମ୍ବା ଲାଇନ