Masthead

କାଲି ମମତାଙ୍କ ଭାଗ୍ୟ ପରୀକ୍ଷା

କୋଲକାତା(ବଡ଼ ଖବର ବ୍ୟୁରୋ): କାଲି ଭବାନୀପୁର ଉପନିର୍ବାଚନ ପାଇଁ ମତଦାନ ଆରମ୍ଭ ହେବ । ମମତାଙ୍କ ବିରୋଧରେ ମଇଦାନଙ୍କୁ ଓହ୍ଲାଇବେ ବିଜେପି ପ୍ରାର୍ଥୀ ପ୍ରିୟଙ୍କା ତିବ୍ରେୱାଲ । ମୁଖ୍ୟମନ୍ତ୍ରୀ ପଦ ବଜାୟ ରଖିବାକୁ ହେଲେ ଏହି ଆସନରେ ମମତାଙ୍କୁ ଯେମିତି ହେଲେ ଜିତିବାକୁ ପଡ଼ିବ।କାରଣ ଏପ୍ରିଲ-ମେ ମାସରେ ଅନୁଷ୍ଠିତ ହୋଇଥିବା ପଶ୍ଚିମବଙ୍ଗ ବିଧାନସଭା ନିର୍ବାଚନ ବେଳେ ମମତା ନନ୍ଦିଗ୍ରାମରୁ ପରାସ୍ତ ହୋଇଛନ୍ତି। ପରାଜୟ ସତ୍ତ୍ୱେ ସେ ମୁଖ୍ୟମନ୍ତ୍ରୀ ଭାବେ ଶପଥ ନେଇଛନ୍ତି। ତେଣୁ ୬ ମାସ ମଧ୍ୟରେ ତାଙ୍କୁ ବିଧାନସଭାକୁ ନିର୍ବାଚିତ ହେବାକୁ ପଡ଼ିବ।

ଏଥିପାଇଁ ସେ ଭବାନୀପୁର ଆସନରୁ ଉପ ନିର୍ବାଚନ ଲଢ଼ୁଛନ୍ତି। ଅନ୍ୟପକ୍ଷରେ ମତଦାନକୁ ଦୃଷ୍ଟିରେ ରଖି ନିର୍ବାଚନ କମିଶନ ଭବାନୀପୁରରେ ସୁରକ୍ଷା ବ୍ୟବସ୍ଥାକୁ କଡ଼ାକଡ଼ି କରିଛନ୍ତି। ଏହି ନିର୍ବାଚନ ମଣ୍ଡଳୀରେ ଅତିରିକ୍ତ ୨୦ କମ୍ପାନୀ କେନ୍ଦ୍ରୀୟ ଆର୍ମଡ ପୁଲିସ ଫୋର୍ସ ମୁତୟନ ହେବେ। ଭବାନୀପୁର ବ୍ୟତୀତ ଆସନ୍ତାକାଲି ପଶ୍ଚିମବଙ୍ଗର ସମସେରଗଞ୍ଜ ଓ ଜଙ୍ଗିପୁରରେ ମଧ୍ୟ ଭୋଟିଂ ହେବ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ବିଜେଡି ଛାଡ଼ିଲେ ବାଲେଶ୍ୱର ସଦର ବ୍ଲକ ଅଧ୍ୟକ୍ଷା 🔴 ଓଏଏସ ଅଧିକାରୀଙ୍କ ଘରେ ଭିଜିଲାନ୍ସର ଚଢ଼ାଉ 🔴 ଇରାନ ବୈଦେଶିକ ମନ୍ତ୍ରୀଙ୍କ ସହ କଥା ହେଲେ ଜୟଶଙ୍କର 🔴 ବିମାନ ଭଡ଼ାରେ ପ୍ରାୟ ୧୫ ପ୍ରତିଶତ ବୃଦ୍ଧି 🔴 ଦୁଇ ଭାଇଙ୍କୁ ଧାରୁଆ ଅସ୍ତ୍ରରେ ମରଣାନ୍ତକ ଆକ୍ରମଣ 🔴 ଦ୍ଵିତୀୟ ଦିନରେ ସରଗରମ ହୋଇପାରେ ଗୃହ 🔴 ହର୍ମୁଜ ପ୍ରଣାଳୀ ଅବରୋଧ କଲେ ୨୦ ଗୁଣ ଅଧିକ କାର୍ଯ୍ୟାନୁଷ୍ଠାନ 🔴 ଟ୍ରମ୍ପଙ୍କ ବଡ ଘୋଷଣା, ଦୁର୍ବଳ ହୋଇ ପଡିଛି … 🔴 ମୋଜତାବ ଖାମେନେଇ ଇରାନର ନୂଆ ସୁପ୍ରିମ ଲିଡର୍ 🔴 ଆଇସକ୍ରିମ ଫ୍ୟାକ୍ଟ୍ରିରେ ବ୍ଲାଷ୍ଟ, ଜଣେ ମୃତ 🔴 ବିଜେଡି ଛାଡ଼ିଲେ ବାଲେଶ୍ୱର ସଦର ବ୍ଲକ ଅଧ୍ୟକ୍ଷା 🔴 ଓଏଏସ ଅଧିକାରୀଙ୍କ ଘରେ ଭିଜିଲାନ୍ସର ଚଢ଼ାଉ 🔴 ଇରାନ ବୈଦେଶିକ ମନ୍ତ୍ରୀଙ୍କ ସହ କଥା ହେଲେ ଜୟଶଙ୍କର 🔴 ବିମାନ ଭଡ଼ାରେ ପ୍ରାୟ ୧୫ ପ୍ରତିଶତ ବୃଦ୍ଧି 🔴 ଦୁଇ ଭାଇଙ୍କୁ ଧାରୁଆ ଅସ୍ତ୍ରରେ ମରଣାନ୍ତକ ଆକ୍ରମଣ 🔴 ଦ୍ଵିତୀୟ ଦିନରେ ସରଗରମ ହୋଇପାରେ ଗୃହ 🔴 ହର୍ମୁଜ ପ୍ରଣାଳୀ ଅବରୋଧ କଲେ ୨୦ ଗୁଣ ଅଧିକ କାର୍ଯ୍ୟାନୁଷ୍ଠାନ 🔴 ଟ୍ରମ୍ପଙ୍କ ବଡ ଘୋଷଣା, ଦୁର୍ବଳ ହୋଇ ପଡିଛି … 🔴 ମୋଜତାବ ଖାମେନେଇ ଇରାନର ନୂଆ ସୁପ୍ରିମ ଲିଡର୍ 🔴 ଆଇସକ୍ରିମ ଫ୍ୟାକ୍ଟ୍ରିରେ ବ୍ଲାଷ୍ଟ, ଜଣେ ମୃତ