ସମୁଦ୍ରରେ ବୁଡିଯିବା ସମୟରେ ଉଦ୍ଧାର ହେଲେ ପର୍ଯ୍ୟଟକ

ପୁରୀ(ବଡ ଖବର ବ୍ୟୁରୋ): ପୁରୀ ବେଳାଭୂମିରେ ସ୍ନାନ କରିବା ସମୟରେ ଅଘଟଣ। ବୁଡି ଯାଉଥିବା ଜଣେ ପର୍ଯ୍ୟଟକଙ୍କୁ ସୁରକ୍ଷିତ ଭାବେ ଉଦ୍ଧାର କଲେ ଲାଇଫଗାର୍ଡ। ପୁରୀ ବେଳାଭୂମିର ୧୨ନମ୍ବର ସେକ୍ଟରରେ ପଶ୍ଚିମବଙ୍ଗ ନୁଟୁଣାର ୨୦ବର୍ଷୀୟ ଯୁବକ ନାରାୟଣ ପାଲ୍ ସ୍ନାନ କରିବା ସମୟରେ ଏକ ବଡ ଲହଡି ମାଡରେ ଗଭୀର ସମୁଦ୍ର ଭିତରକୁ ଚାଲିଯାଇଥିଲେ।

ସେଠାରେ ଉପସ୍ଥିତ ଥିବା ଲାଇଫଗାର୍ଡ ତୁରନ୍ତ ସେମାନଙ୍କ ଉପକରଣ ମାଧ୍ୟମରେ ଗଭୀର ସମୁଦ୍ର ଭିତରକୁ ଯାଇ ନାରାୟଣଙ୍କୁ ସୁରକ୍ଷିତ ଭାବେ ଉଦ୍ଧାର କରିଛନ୍ତି। ଉଦ୍ଧାର ପରେ ସମ୍ପୃକ୍ତ ଯୁବକଙ୍କୁ ପ୍ରାଥମିକ ଚିକିତ୍ସା ଦିଆଯିବା ପରେ ସେ ସମ୍ପୂର୍ଣ୍ଣ ସୁସ୍ଥ ଥିବା ଜଣାପଡିଛି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଗଞ୍ଜାମ ଯିବେ ମୁଖ୍ୟମନ୍ତ୍ରୀ 🔴 ଜଳବନ୍ଦୀଙ୍କୁ କରାଯିବ ଏୟାରଲିଫ୍ଟ 🔴 ୧୮ରୁ ବିଧାନସଭା ଅଧିବେଶନ 🔴 ୭ ଜିଲ୍ଲାକୁ ରେଡ୍ ୱାର୍ଣ୍ଣିଂ 🔴 ନୀଳଗିରି ବସ୍‌ଷ୍ଟାଣ୍ଡ ନିକଟ ପେଟ୍ରୋଲ ପମ୍ପରେ ବିସ୍ଫୋରଣ 🔴 ଆସନ୍ତାକାଲି ପର୍ଯ୍ୟନ୍ତ ଓଡ଼ିଶା ପାଇଁ ଗୁରୁତ୍ବପୂର୍ଣ୍ଣ 🔴 ସଂଧ୍ୟା ସୁଦ୍ଧା ମାଲକାନଗିରି ଦେଇ ଯିବ ‘ଅର୍ଣ୍ଣବ’ 🔴 ‘ମାଲକାନଗିରି ବେଶୀ ପ୍ରଭାବିତ’ 🔴 IAS ସ୍ତରରେ ଅଦଳବଦଳ 🔴 ଘରେ ପଶିଲେ, ଲୁଟିଲେ..ଟିଭି ଭାଙ୍ଗି ଚାଲିଗଲେ 🔴 ଗଞ୍ଜାମ ଯିବେ ମୁଖ୍ୟମନ୍ତ୍ରୀ 🔴 ଜଳବନ୍ଦୀଙ୍କୁ କରାଯିବ ଏୟାରଲିଫ୍ଟ 🔴 ୧୮ରୁ ବିଧାନସଭା ଅଧିବେଶନ 🔴 ୭ ଜିଲ୍ଲାକୁ ରେଡ୍ ୱାର୍ଣ୍ଣିଂ 🔴 ନୀଳଗିରି ବସ୍‌ଷ୍ଟାଣ୍ଡ ନିକଟ ପେଟ୍ରୋଲ ପମ୍ପରେ ବିସ୍ଫୋରଣ 🔴 ଆସନ୍ତାକାଲି ପର୍ଯ୍ୟନ୍ତ ଓଡ଼ିଶା ପାଇଁ ଗୁରୁତ୍ବପୂର୍ଣ୍ଣ 🔴 ସଂଧ୍ୟା ସୁଦ୍ଧା ମାଲକାନଗିରି ଦେଇ ଯିବ ‘ଅର୍ଣ୍ଣବ’ 🔴 ‘ମାଲକାନଗିରି ବେଶୀ ପ୍ରଭାବିତ’ 🔴 IAS ସ୍ତରରେ ଅଦଳବଦଳ 🔴 ଘରେ ପଶିଲେ, ଲୁଟିଲେ..ଟିଭି ଭାଙ୍ଗି ଚାଲିଗଲେ