Masthead

ଟ୍ରାକ୍ଟର ଧକ୍କାରେ ଜୀବନ ଗଲା

ବୀରମହାରାଜପୁର, (ବଡ଼ ଖବର ବ୍ୟୁରୋ): ସୁବର୍ଣ୍ଣପୁର ଜିଲ୍ଲା ବୀରମହାରାଜପୁର ବ୍ଲକ ସଂଗ୍ରାମପୁର ପଞ୍ଚାୟତ ଯୁବରାଜପୁର ଗାଁରେ ଘଟିଛି ମର୍ମନ୍ତୁଦ ସଡ଼କ ଦୁର୍ଘଟଣା । ଖଣ୍ଡହତା ପଟରୁ ଫେରୁଥିବା ବେଳେ ଟ୍ରାକ୍ଟର ଧକ୍କାରେ ଚାଲିଗଲା ଯୁବକଙ୍କ ଜୀବନ । ମୃତକ ହେଲେ ମୂର୍ଷୁଣ୍ଢି ଗାଁର ଶଙ୍କର୍ଷଣ ଦ୍ଵାରୀ (୧୮) । ଶଙ୍କର୍ଷଣଙ୍କ ସାନଭାଇ ସଂକୀତ୍ତନ ଗୁରୁତର ହୋଇଛନ୍ତି । ସ୍ଥାନୀୟ ଲୋକେ ତାଙ୍କୁ ଉଦ୍ଧାର କରି ମେଡିକାଲରେ ଭର୍ତ୍ତି କରିଛନ୍ତି ।

ପୋଲିସ ଶଙ୍କର୍ଷଣଙ୍କ ମୃତଦେହକୁ ଉଦ୍ଧାର କରି ବ୍ୟବଚ୍ଛେଦ ଲାଗି ପଠାଇ ଦେଇଛି । ଦୁର୍ଘଟଣା ଘଟାଇଥିବା ଟ୍ରାକ୍ଟର ଜଙ୍ଗଲ ଭିତରକୁ ଫେରାର ହୋଇଯାଇଛି । ପୋଲିସ ଘଟଣାର ତନାଘନା କରୁଛି । ମୃତକଙ୍କ ପରିବାରକୁ ସରକାରୀ ସହାୟତା ଦିଆଯାଉ ବୋଲି ସ୍ଥାନୀୟ ଲୋକେ ଦାବି କରିଛନ୍ତି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଆଇଇଡି ବିସ୍ଫୋରଣରେ ଉଡ଼ିଲା ରେଳ ଟ୍ରାକ୍ 🔴 କଙ୍ଗାରୁ କୋର୍ଟ ପାଇଁ ଜୀବନ ହାରିଲା ପରିବାର 🔴 ଆଜି ଭାରତ-ଇୟୁ ମଧ୍ୟରେ ବଡ଼ ଡ଼ିଲ୍ 🔴 ସାଧାରଣତନ୍ତ୍ର ଦିବସରେ ମୁଖ୍ୟମନ୍ତ୍ରୀଙ୍କ ସମ୍ବୋଧନ 🔴 ଦେଶ ପାଳୁଛି ୭୭ତମ ସାଧାରଣତନ୍ତ୍ର ଦିବସ 🔴 ଜୀବନ ଯୁଦ୍ଧରେ ହାରିଗଲେ ଅଭିଜିତ ମଜୁମଦାର 🔴 ଆହୁରି ବଢିବ ରାତି ତାପମାତ୍ରା 🔴 ଶ୍ରୀମନ୍ଦିରରେ ନାବାଳକକୁ ମାଡ଼! 🔴 ପବିତ୍ର ଶ୍ରୀପଞ୍ଚମୀରେ ବିଦ୍ୟାଦାତ୍ରୀ ମା’ ସରସ୍ବତୀଙ୍କୁ ଆବାହନ 🔴 ୭୨ ପ୍ରଧାନଶିକ୍ଷକଙ୍କ ଦରମା ବନ୍ଦ 🔴 ଆଇଇଡି ବିସ୍ଫୋରଣରେ ଉଡ଼ିଲା ରେଳ ଟ୍ରାକ୍ 🔴 କଙ୍ଗାରୁ କୋର୍ଟ ପାଇଁ ଜୀବନ ହାରିଲା ପରିବାର 🔴 ଆଜି ଭାରତ-ଇୟୁ ମଧ୍ୟରେ ବଡ଼ ଡ଼ିଲ୍ 🔴 ସାଧାରଣତନ୍ତ୍ର ଦିବସରେ ମୁଖ୍ୟମନ୍ତ୍ରୀଙ୍କ ସମ୍ବୋଧନ 🔴 ଦେଶ ପାଳୁଛି ୭୭ତମ ସାଧାରଣତନ୍ତ୍ର ଦିବସ 🔴 ଜୀବନ ଯୁଦ୍ଧରେ ହାରିଗଲେ ଅଭିଜିତ ମଜୁମଦାର 🔴 ଆହୁରି ବଢିବ ରାତି ତାପମାତ୍ରା 🔴 ଶ୍ରୀମନ୍ଦିରରେ ନାବାଳକକୁ ମାଡ଼! 🔴 ପବିତ୍ର ଶ୍ରୀପଞ୍ଚମୀରେ ବିଦ୍ୟାଦାତ୍ରୀ ମା’ ସରସ୍ବତୀଙ୍କୁ ଆବାହନ 🔴 ୭୨ ପ୍ରଧାନଶିକ୍ଷକଙ୍କ ଦରମା ବନ୍ଦ