ରାସ୍ତା ଜାଣି ନପାରି ଗଛରେ ପିଟିହେଲା ବୋଲେରୋ ୩ମୃତ, ୪ ଗୁରୁତର

କେନ୍ଦ୍ରାପଡ଼ା(ବଡ଼ ଖବର ବ୍ୟୁରୋ): ଘନ କୁହୁଡି ହେଲା କାଳ । ରାସ୍ତା ଜାଣି ନପାରି ଗଛରେ ପିଟିହେଲା ବୋଲେରୋ। ଦୁର୍ଘଟଣାରେ ତିନି ମୃତ ଚାରି ଆହତ । ଏଭଳି ଦୁଖଃଦ ଘଟଣା ଘଟିଛି କେନ୍ଦ୍ରାପଡ଼ା ସଦର ଥାନ ଅନ୍ତର୍ଗତ ଓସ୍ତପୁର ହଳଦିଢିଅ ନିକଟରେ । ନରଣପୁର ଗାଁ ରୁ ଡ୍ରାମା ରିହରସାଲ ସାରି ଫେରୁଥିଲେ କଳାକାର । ରାସ୍ତା ପାର୍ଶ୍ବରେ ଥିବା ଗଛକୁ ପିଟିଲା ବୋଲେରୋ ଫଳରେ ୩ ଜଣଙ୍କର ମୃତ୍ୟୁ ହୋଇଥିବା ବେଳେ ୪ ଜଣ ଗୁରୁତର ଆହତ ହୋଇଛନ୍ତି ।

ଆହତମାନଙ୍କୁ ପ୍ରଥମେ ଜିଲ୍ଲା ମୁଖ୍ୟ ଚିକିତ୍ସାଳୟରେ ଭର୍ତ୍ତି କରାଯାଇଥିଲା। ପରେ ସେମାନଙ୍କ ଅବସ୍ଥା ଗୁରୁତର ହେବାରୁ କଟକ ସ୍ତାନାନ୍ତର କରାଯାଇଛି। ଗାଡ଼ି ଭିତରେ ୭ ଜଣ କଳାକାର ଥିଲେ। ସେମାନଙ୍କ ମଧ୍ୟରେ ୫ଜଣ ମହିଳା ଓ ୨ ଜଣ ପୁରୁଷ ଥିବା ଜଣାଯାଇଛି। ପୁଲିସ ଗାଡ଼ିକୁ ଜବତ କରି ଘଟଣାର ତଦନ୍ତ କରୁଛି। ଡ୍ରାଇଭରର ଆଖି ଲାଗିଯିବା ଯୋଗୁ ଏହି ଦୁର୍ଘଟଣା ଘଟିଥିବା ସନ୍ଦେହ କରାଯାଉଛି।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଭଞ୍ଜନଗର ଗିଡ଼ିପାବାଲି ଗାଁରେ ଧସିଲା ପାହାଡ଼, ୧୨ ନିଖୋଜ 🔴 ଗଞ୍ଜାମ ଯିବେ ମୁଖ୍ୟମନ୍ତ୍ରୀ 🔴 ଜଳବନ୍ଦୀଙ୍କୁ କରାଯିବ ଏୟାରଲିଫ୍ଟ 🔴 ୧୮ରୁ ବିଧାନସଭା ଅଧିବେଶନ 🔴 ୭ ଜିଲ୍ଲାକୁ ରେଡ୍ ୱାର୍ଣ୍ଣିଂ 🔴 ନୀଳଗିରି ବସ୍‌ଷ୍ଟାଣ୍ଡ ନିକଟ ପେଟ୍ରୋଲ ପମ୍ପରେ ବିସ୍ଫୋରଣ 🔴 ଆସନ୍ତାକାଲି ପର୍ଯ୍ୟନ୍ତ ଓଡ଼ିଶା ପାଇଁ ଗୁରୁତ୍ବପୂର୍ଣ୍ଣ 🔴 ସଂଧ୍ୟା ସୁଦ୍ଧା ମାଲକାନଗିରି ଦେଇ ଯିବ ‘ଅର୍ଣ୍ଣବ’ 🔴 ‘ମାଲକାନଗିରି ବେଶୀ ପ୍ରଭାବିତ’ 🔴 IAS ସ୍ତରରେ ଅଦଳବଦଳ 🔴 ଭଞ୍ଜନଗର ଗିଡ଼ିପାବାଲି ଗାଁରେ ଧସିଲା ପାହାଡ଼, ୧୨ ନିଖୋଜ 🔴 ଗଞ୍ଜାମ ଯିବେ ମୁଖ୍ୟମନ୍ତ୍ରୀ 🔴 ଜଳବନ୍ଦୀଙ୍କୁ କରାଯିବ ଏୟାରଲିଫ୍ଟ 🔴 ୧୮ରୁ ବିଧାନସଭା ଅଧିବେଶନ 🔴 ୭ ଜିଲ୍ଲାକୁ ରେଡ୍ ୱାର୍ଣ୍ଣିଂ 🔴 ନୀଳଗିରି ବସ୍‌ଷ୍ଟାଣ୍ଡ ନିକଟ ପେଟ୍ରୋଲ ପମ୍ପରେ ବିସ୍ଫୋରଣ 🔴 ଆସନ୍ତାକାଲି ପର୍ଯ୍ୟନ୍ତ ଓଡ଼ିଶା ପାଇଁ ଗୁରୁତ୍ବପୂର୍ଣ୍ଣ 🔴 ସଂଧ୍ୟା ସୁଦ୍ଧା ମାଲକାନଗିରି ଦେଇ ଯିବ ‘ଅର୍ଣ୍ଣବ’ 🔴 ‘ମାଲକାନଗିରି ବେଶୀ ପ୍ରଭାବିତ’ 🔴 IAS ସ୍ତରରେ ଅଦଳବଦଳ