Masthead

ଜୀବନ ନେଇଗଲା ରିଲ୍ସ ନିଶା, ଧକ୍କା ଦେଲା ଦ୍ରୁତଗାମୀ ଟ୍ରେନ ରେଳଧାରଣାରେ ଚାଲିଗଲା ଜୀବନ

ସୋର(ବଡ଼ ଖବର ବ୍ୟୁରୋ): ଜୀବନ ନେଇଗଲା ରିଲସ ନିଶା । ଧକ୍କା ଦେଲା ଦ୍ରୁତଗାମୀ ଟ୍ରେନ, ରେଳଧାରଣାରେ ଚାଲିଗଲା ଜୀବନ। ଏଭଳି ଘଟଣା ଘଟିଛି ବାଲେଶ୍ୱର ଜିଲ୍ଲା ସୋର ଥାନା ସବିରା ରେଳ ଷ୍ଟେସନ ନିକଟରେ । ଇନଷ୍ଟାଗ୍ରାମରେ ରିଲସ କରୁଥିବାବେଳେ ଟ୍ରେନ ଧକାରେ ଜଣେ ଯୁବକଙ୍କ ମୃତ୍ୟୁ ହୋଇଯାଇଛି। ସୂଚନା ଅନୁସାରେ ଗତକାଲି ସବିରା ରେଳ ଷ୍ଟେସନ ନିକଟ ରେଳ ଧାରଣାରେ ଭଦ୍ରକ ଜିଲ୍ଲା ବାଣିତିଆ ଗ୍ରାମର ଅକ୍ଷୟ ପାତ୍ର ତାଙ୍କର ପାଞ୍ଚ ଜଣ ସାଥୀଙ୍କ ସହିତ ରିଲସ କରୁଥିଲେ।

କିନ୍ତୁ ଏହି ସମୟରେ ସେହି ଲାଇନରେ ଯାଉଥିବା ନୀଳାଚଳ ଏକ୍ସପ୍ରେସ ଟ୍ରେନ ଅକ୍ଷୟଙ୍କୁ ପଛରୁ ଧକା ଦେଇଥିଲା। ଘଟଣାସ୍ଥଳରେ ତାଙ୍କର ମୃତ୍ୟୁ ହୋଇଯାଇଥିବା ବେଳେ ଏହା ଦେଖି ତାଙ୍କ ସହ ଥିବା ଅନ୍ୟ ସାଥୀ ମାନେ ଘଟଣା ସ୍ଥଳରୁ ଚମ୍ପଟ ମାରିଥିଲେ। ଖବରପାଇ ଆରପିଏଫ ଘଟଣାସ୍ଥଳରେ ପହଞ୍ଚି ଶବକୁ ଜବତ କରିଛି । ତେବେ ଅକ୍ଷୟଙ୍କ ସମେତ ଅନ୍ୟ ଯୁବକମାନେ ନିକଟରେ ପଡିଥିବା ଏକ ଯାତ୍ରା ପାର୍ଟିରେ ନାଚ କଳାକାର ଭାବେ କାର୍ଯ୍ୟକରୁଥିବା ସ୍ଥାନୀୟ ଲୋକେ ସୂଚନା ଦେଇଛନ୍ତି।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 କଂଗ୍ରେସକୁ ଫିନିସ୍‌ କରିବାକୁ ବିଜେଡି ସବୁବେଳେ ଷଡ଼ଯନ୍ତ୍ରରେ ରହିଛି: ସୋଫିଆ ଫିର୍ଦ୍ଦୋଷ 🔴 ବିଜେପି ଘୋଡ଼ା ବେପାର କରୁଛି: ନବୀନ ପଟ୍ଟନାୟକ 🔴 ରୋଗୀଙ୍କୁ ଲାତ, ଗୋଇଠା ମାରିଲେ ମହିଳା ଡାକ୍ତର 🔴 ଇରାନର କ୍ରାଉନ୍ ଜୁଏଲ୍ ଖାର୍ଗ ଦ୍ବୀପରେ ଆମେରିକାର ଆକ୍ରମଣ 🔴 ମାର୍ଚ୍ଚରୁ ଡରାଇଲାଣି ତାତି 🔴 ଆଜି ଗୃହରେ ପୁଣି ଉଠିବ ଗ୍ୟାସ୍ ପ୍ରସଙ୍ଗ! 🔴 ବକେୟା ଟ୍ରାଫିକ୍ ଚାଲାଣ ସମାଧାନ ପାଇଁ ନୂଆ ବ୍ୟବସ୍ଥା 🔴 ରାଜ୍ୟସଭା ନିର୍ବାଚନ ପାଇଁ କଂଗ୍ରେସ ଜାରି କଲା ହ୍ବିପ୍ 🔴 ହର୍ମୁଜରେ ଭାରତକୁ ଅନୁମତି 🔴 ଓମାନର ସଲାଲାହ ବନ୍ଦର ଉପରେ ଇରାନୀ ଡ୍ରୋନ୍ ଆକ୍ରମଣ 🔴 କଂଗ୍ରେସକୁ ଫିନିସ୍‌ କରିବାକୁ ବିଜେଡି ସବୁବେଳେ ଷଡ଼ଯନ୍ତ୍ରରେ ରହିଛି: ସୋଫିଆ ଫିର୍ଦ୍ଦୋଷ 🔴 ବିଜେପି ଘୋଡ଼ା ବେପାର କରୁଛି: ନବୀନ ପଟ୍ଟନାୟକ 🔴 ରୋଗୀଙ୍କୁ ଲାତ, ଗୋଇଠା ମାରିଲେ ମହିଳା ଡାକ୍ତର 🔴 ଇରାନର କ୍ରାଉନ୍ ଜୁଏଲ୍ ଖାର୍ଗ ଦ୍ବୀପରେ ଆମେରିକାର ଆକ୍ରମଣ 🔴 ମାର୍ଚ୍ଚରୁ ଡରାଇଲାଣି ତାତି 🔴 ଆଜି ଗୃହରେ ପୁଣି ଉଠିବ ଗ୍ୟାସ୍ ପ୍ରସଙ୍ଗ! 🔴 ବକେୟା ଟ୍ରାଫିକ୍ ଚାଲାଣ ସମାଧାନ ପାଇଁ ନୂଆ ବ୍ୟବସ୍ଥା 🔴 ରାଜ୍ୟସଭା ନିର୍ବାଚନ ପାଇଁ କଂଗ୍ରେସ ଜାରି କଲା ହ୍ବିପ୍ 🔴 ହର୍ମୁଜରେ ଭାରତକୁ ଅନୁମତି 🔴 ଓମାନର ସଲାଲାହ ବନ୍ଦର ଉପରେ ଇରାନୀ ଡ୍ରୋନ୍ ଆକ୍ରମଣ