ନିର୍ବାଚନ ପାଇଁ ପ୍ରଶାସନ ପକ୍ଷରୁ ପ୍ରସ୍ତୁତି, ସରକାରୀ କର୍ମଚାରୀଙ୍କୁ ଦିଆଯାଉଛି ଟ୍ରେନିଂ

ବରୀ (ବଡ଼ ଖବର ବ୍ୟୁରୋ): ପାଖେଇ ଆସୁଛି ସାଧାରଣ ନିର୍ବାଚନ। ନିର୍ବାଚନ ତାରିଖ ଘୋଷଣା ହେବାକୁ ଆଉ କିଛି ସମୟ ରହିଥିବା ବେଳେ ପ୍ରଶାସନ ପକ୍ଷରୁ ପ୍ରସ୍ତୁତି ଆରମ୍ଭ ହୋଇଯାଇଛି। ନିର୍ବାଚନ ରେ ନିୟୋଜିତ ହେବାକୁ ଥିବା ସରକାରୀ କର୍ମଚାରୀମାନଙ୍କୁ ଏ ନେଇ ପ୍ରଶିକ୍ଷଣ ଆରମ୍ଭ ହୋଇଗଲାଣି। ଯାଜପୁର ଜିଲ୍ଲା ବରୀ ବ୍ଲକ ପ୍ରଶାସନ ପକ୍ଷରୁ ଗୋପବନ୍ଧୁ ଚୌଧୁରୀ ମହାବିଦ୍ୟାଳୟ ପରିସରରେ ଚଳିତ ସାଧରଣ ନିର୍ବାଚନ ପାଇଁ ପ୍ରଥମ ପର୍ଯ୍ୟାୟ ରେ ପିଯାଡ଼ିଂ ଅଫିସର ଓ ପୁଲିଂ ଅଫିସରମାନଙ୍କୁ କିପରି ଇଭିମରେ ଲୋକମାନେ ଭୋଟ ଦେବେ ଏ ନେଇ ପ୍ରଶିକ୍ଷଣ ଆରମ୍ଭ ହୋଇଛି।

ଏହା ସହ ଇଭିଏମ୍ ମେସିନର ଡେମୋ ମାଧ୍ୟମରେ ପ୍ରଶିକ୍ଷଣ ଦିଆଯାଇଥିବା ସୂଚନା ମିଳିଛି। ଏହି ପ୍ରଶିକ୍ଷଣ ଠାରୁ ମାର୍ଚ୍ଚ ୨୦ ତାରିଖ ପର୍ଯ୍ୟନ୍ତ ଚାଲିବ ବୋଲି ବରୀ ବ୍ଲକ ବିଡ଼ିଓ ସୂଚନା ଦେଇଛନ୍ତି। ଏହି ପ୍ରଶିକ୍ଷଣ ଶିବିରରେ ଜିଲ୍ଲା ସ୍ତରୀୟ ଅଧିକାରୀମାନଙ୍କ ସହ ବରୀ ତହସିଲଦାର, ବିଡ଼ିଓ , ଏବିଡ଼ିଓ, ଜି ପି ଓ, ବ୍ଲକ ଶିକ୍ଷା ଅଧିକାରୀ, ଅତିରିକ୍ତ ଶିକ୍ଷାଧିକାରୀ ମାନେ ଯୋଗ ଦେଇ ପ୍ରଶିକ୍ଷଣ ଦେଇଥିବା ଦେଖିବାକୁ ମିଳିଛି।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଜଳବନ୍ଦୀଙ୍କୁ କରାଯିବ ଏୟାରଲିଫ୍ଟ 🔴 ୧୮ରୁ ବିଧାନସଭା ଅଧିବେଶନ 🔴 ୭ ଜିଲ୍ଲାକୁ ରେଡ୍ ୱାର୍ଣ୍ଣିଂ 🔴 ନୀଳଗିରି ବସ୍‌ଷ୍ଟାଣ୍ଡ ନିକଟ ପେଟ୍ରୋଲ ପମ୍ପରେ ବିସ୍ଫୋରଣ 🔴 ଆସନ୍ତାକାଲି ପର୍ଯ୍ୟନ୍ତ ଓଡ଼ିଶା ପାଇଁ ଗୁରୁତ୍ବପୂର୍ଣ୍ଣ 🔴 ସଂଧ୍ୟା ସୁଦ୍ଧା ମାଲକାନଗିରି ଦେଇ ଯିବ ‘ଅର୍ଣ୍ଣବ’ 🔴 ‘ମାଲକାନଗିରି ବେଶୀ ପ୍ରଭାବିତ’ 🔴 IAS ସ୍ତରରେ ଅଦଳବଦଳ 🔴 ଘରେ ପଶିଲେ, ଲୁଟିଲେ..ଟିଭି ଭାଙ୍ଗି ଚାଲିଗଲେ 🔴 ଅତି ଭୀଷଣ ବାତ୍ୟା ରୂପ ନେଲା ‘ଅର୍ଣ୍ଣବ’ 🔴 ଜଳବନ୍ଦୀଙ୍କୁ କରାଯିବ ଏୟାରଲିଫ୍ଟ 🔴 ୧୮ରୁ ବିଧାନସଭା ଅଧିବେଶନ 🔴 ୭ ଜିଲ୍ଲାକୁ ରେଡ୍ ୱାର୍ଣ୍ଣିଂ 🔴 ନୀଳଗିରି ବସ୍‌ଷ୍ଟାଣ୍ଡ ନିକଟ ପେଟ୍ରୋଲ ପମ୍ପରେ ବିସ୍ଫୋରଣ 🔴 ଆସନ୍ତାକାଲି ପର୍ଯ୍ୟନ୍ତ ଓଡ଼ିଶା ପାଇଁ ଗୁରୁତ୍ବପୂର୍ଣ୍ଣ 🔴 ସଂଧ୍ୟା ସୁଦ୍ଧା ମାଲକାନଗିରି ଦେଇ ଯିବ ‘ଅର୍ଣ୍ଣବ’ 🔴 ‘ମାଲକାନଗିରି ବେଶୀ ପ୍ରଭାବିତ’ 🔴 IAS ସ୍ତରରେ ଅଦଳବଦଳ 🔴 ଘରେ ପଶିଲେ, ଲୁଟିଲେ..ଟିଭି ଭାଙ୍ଗି ଚାଲିଗଲେ 🔴 ଅତି ଭୀଷଣ ବାତ୍ୟା ରୂପ ନେଲା ‘ଅର୍ଣ୍ଣବ’