ଆଦିବାସୀଙ୍କ ଜମି ବିକ୍ରି ଉପରେ ରୋକ୍

ଭୁବନେଶ୍ୱର(ବଡ଼ ଖବର ବ୍ୟୁରୋ): ଆଦିବାସୀଙ୍କ ଜମି ହସ୍ତାନ୍ତରକୁ ନେଇ ରାଜ୍ୟ କ୍ୟାବିନେଟ ନିଷ୍ପତ୍ତି ଉପରେ ରୋକ ଲଗାଇଲେ ରାଜସ୍ୱ ମନ୍ତ୍ରୀ ସୁଦାମ ମାର୍ଣ୍ଣି । ଏନେଇ ଟ୍ୱିଟ କରି ସୂଚନା ଦେଇଛନ୍ତି । ଗତ ୧୪ ତାରିଖରେ ବସିଥିବା ଗୁରୁତ୍ୱପୂର୍ଣ୍ଣ କ୍ୟାବିନେଟରେ ଅନୁସୂଚିତ ଜାତିଙ୍କ ଜମି କିଣାବିକା ଉପରେ ଏକ ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି ହୋଇଥିଲା । ଏଥିରେ ଜଣେ ଅନୁସୂଚିତ ଜନଜାତି ବର୍ଗର ଜମିକୁ ସର୍ବସାଧାରଣଙ୍କ ଉଦ୍ଦେଶ୍ୟରେ ବ୍ୟବହାର କରାଯାଇପାରିବ ବୋଲି ନିଷ୍ପତ୍ତି ହୋଇଥିଲା। କୃଷି, ଆବାସିକ ଗୃହ ନିର୍ମାଣ, ପିଲାମାନଙ୍କ ଉଚ୍ଚ ଶିକ୍ଷା, ଆତ୍ମ ନିଯୁକ୍ତି, ବ୍ୟବସାୟ ଓ କ୍ଷୁଦ୍ର ଶିଳ୍ପ ପ୍ରତିଷ୍ଠା ପାଇଁ ଅନୁସୂଚିତ ଜନଜାତି ସମ୍ପତ୍ତି ବିକ୍ରି କରିପାରିବେ। ଏଥିପାଇଁ ଉପ-ଜିଲ୍ଲାପାଳଙ୍କ ଲିଖିତ ଅନୁମତି ଦରକାର ବୋଲି କ୍ୟାବିନେଟରେ ନିଷ୍ପତ୍ତି ନିଆ ଯାଇଥିଲା । କିନ୍ତୁ ଏହାକୁ ବିଭିନ୍ନ ସାମାଜିକ ସଂଗଠନ ଓ ବିରୋଧୀ ଦଳମାନେ ତୀବ୍ର ବିରୋଧ କରିଆସୁଥିଲେ ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଭଞ୍ଜନଗର ଗିଡ଼ିପାବାଲି ଗାଁରେ ଧସିଲା ପାହାଡ଼, ୧୨ ନିଖୋଜ 🔴 ଗଞ୍ଜାମ ଯିବେ ମୁଖ୍ୟମନ୍ତ୍ରୀ 🔴 ଜଳବନ୍ଦୀଙ୍କୁ କରାଯିବ ଏୟାରଲିଫ୍ଟ 🔴 ୧୮ରୁ ବିଧାନସଭା ଅଧିବେଶନ 🔴 ୭ ଜିଲ୍ଲାକୁ ରେଡ୍ ୱାର୍ଣ୍ଣିଂ 🔴 ନୀଳଗିରି ବସ୍‌ଷ୍ଟାଣ୍ଡ ନିକଟ ପେଟ୍ରୋଲ ପମ୍ପରେ ବିସ୍ଫୋରଣ 🔴 ଆସନ୍ତାକାଲି ପର୍ଯ୍ୟନ୍ତ ଓଡ଼ିଶା ପାଇଁ ଗୁରୁତ୍ବପୂର୍ଣ୍ଣ 🔴 ସଂଧ୍ୟା ସୁଦ୍ଧା ମାଲକାନଗିରି ଦେଇ ଯିବ ‘ଅର୍ଣ୍ଣବ’ 🔴 ‘ମାଲକାନଗିରି ବେଶୀ ପ୍ରଭାବିତ’ 🔴 IAS ସ୍ତରରେ ଅଦଳବଦଳ 🔴 ଭଞ୍ଜନଗର ଗିଡ଼ିପାବାଲି ଗାଁରେ ଧସିଲା ପାହାଡ଼, ୧୨ ନିଖୋଜ 🔴 ଗଞ୍ଜାମ ଯିବେ ମୁଖ୍ୟମନ୍ତ୍ରୀ 🔴 ଜଳବନ୍ଦୀଙ୍କୁ କରାଯିବ ଏୟାରଲିଫ୍ଟ 🔴 ୧୮ରୁ ବିଧାନସଭା ଅଧିବେଶନ 🔴 ୭ ଜିଲ୍ଲାକୁ ରେଡ୍ ୱାର୍ଣ୍ଣିଂ 🔴 ନୀଳଗିରି ବସ୍‌ଷ୍ଟାଣ୍ଡ ନିକଟ ପେଟ୍ରୋଲ ପମ୍ପରେ ବିସ୍ଫୋରଣ 🔴 ଆସନ୍ତାକାଲି ପର୍ଯ୍ୟନ୍ତ ଓଡ଼ିଶା ପାଇଁ ଗୁରୁତ୍ବପୂର୍ଣ୍ଣ 🔴 ସଂଧ୍ୟା ସୁଦ୍ଧା ମାଲକାନଗିରି ଦେଇ ଯିବ ‘ଅର୍ଣ୍ଣବ’ 🔴 ‘ମାଲକାନଗିରି ବେଶୀ ପ୍ରଭାବିତ’ 🔴 IAS ସ୍ତରରେ ଅଦଳବଦଳ