Masthead

ଆଦିବାସୀଙ୍କ ଜମି ବିକ୍ରି ଉପରେ ରୋକ୍

ଭୁବନେଶ୍ୱର(ବଡ଼ ଖବର ବ୍ୟୁରୋ): ଆଦିବାସୀଙ୍କ ଜମି ହସ୍ତାନ୍ତରକୁ ନେଇ ରାଜ୍ୟ କ୍ୟାବିନେଟ ନିଷ୍ପତ୍ତି ଉପରେ ରୋକ ଲଗାଇଲେ ରାଜସ୍ୱ ମନ୍ତ୍ରୀ ସୁଦାମ ମାର୍ଣ୍ଣି । ଏନେଇ ଟ୍ୱିଟ କରି ସୂଚନା ଦେଇଛନ୍ତି । ଗତ ୧୪ ତାରିଖରେ ବସିଥିବା ଗୁରୁତ୍ୱପୂର୍ଣ୍ଣ କ୍ୟାବିନେଟରେ ଅନୁସୂଚିତ ଜାତିଙ୍କ ଜମି କିଣାବିକା ଉପରେ ଏକ ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି ହୋଇଥିଲା । ଏଥିରେ ଜଣେ ଅନୁସୂଚିତ ଜନଜାତି ବର୍ଗର ଜମିକୁ ସର୍ବସାଧାରଣଙ୍କ ଉଦ୍ଦେଶ୍ୟରେ ବ୍ୟବହାର କରାଯାଇପାରିବ ବୋଲି ନିଷ୍ପତ୍ତି ହୋଇଥିଲା। କୃଷି, ଆବାସିକ ଗୃହ ନିର୍ମାଣ, ପିଲାମାନଙ୍କ ଉଚ୍ଚ ଶିକ୍ଷା, ଆତ୍ମ ନିଯୁକ୍ତି, ବ୍ୟବସାୟ ଓ କ୍ଷୁଦ୍ର ଶିଳ୍ପ ପ୍ରତିଷ୍ଠା ପାଇଁ ଅନୁସୂଚିତ ଜନଜାତି ସମ୍ପତ୍ତି ବିକ୍ରି କରିପାରିବେ। ଏଥିପାଇଁ ଉପ-ଜିଲ୍ଲାପାଳଙ୍କ ଲିଖିତ ଅନୁମତି ଦରକାର ବୋଲି କ୍ୟାବିନେଟରେ ନିଷ୍ପତ୍ତି ନିଆ ଯାଇଥିଲା । କିନ୍ତୁ ଏହାକୁ ବିଭିନ୍ନ ସାମାଜିକ ସଂଗଠନ ଓ ବିରୋଧୀ ଦଳମାନେ ତୀବ୍ର ବିରୋଧ କରିଆସୁଥିଲେ ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଛାତ୍ରୀଙ୍କୁ ମାଡ଼ମାରି ଚକ୍ଷୁ ନଷ୍ଟ କଲେ ଶିକ୍ଷୟିତ୍ରୀ 🔴 ସମ୍ବଲପୁର ପୋଲିସର ଏନକାଉଣ୍ଟର 🔴 ୧୩ ଜିଲ୍ଲାକୁ ୟେଲୋ ଓ୍ବାର୍ଣ୍ଣିଂ 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ 🔴 ଛାତ୍ରୀଙ୍କୁ ମାଡ଼ମାରି ଚକ୍ଷୁ ନଷ୍ଟ କଲେ ଶିକ୍ଷୟିତ୍ରୀ 🔴 ସମ୍ବଲପୁର ପୋଲିସର ଏନକାଉଣ୍ଟର 🔴 ୧୩ ଜିଲ୍ଲାକୁ ୟେଲୋ ଓ୍ବାର୍ଣ୍ଣିଂ 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ