Masthead

ଖଲ୍ଲିକୋଟ ହିଂସାକାଣ୍ଡ ଘଟଣା; ୪ ପୋଲିସ କର୍ମଚାରୀଙ୍କ ବଦଳି

ଖଲ୍ଲିକୋଟ (ବଡ଼ ଖବର ବ୍ୟୁରୋ): ଖଲ୍ଲିକୋଟ ରାଜନୈତିକ ହିଂସାକାଣ୍ଡରେ ବଦଳିଲେ ୪ ପୋଲିସ କର୍ମଚାରୀ । କାର୍ଯ୍ୟରେ ଅବହେଳା ଯୋଗୁଁ ୪ ପୋଲିସ କର୍ମଚାରୀଙ୍କୁ ଜିଲ୍ଲା ପୋଲିସ କାର୍ଯ୍ୟାଳୟକୁ ବଦଳି କରାଯାଇଛି।ନିର୍ବାଚନକୁ ନଜରରେ ରଖି ଭୋଟରଙ୍କୁ ଆକୃଷ୍ଟ କରିବା ପାଇଁ ବିଭିନ୍ନ ଦଳ କରୁଛନ୍ତି ଜୋରଦାର ପ୍ରଚାର। ଏସବୁ ଭିତରେ ଗଂଜାମରେ ନିର୍ବାଚନୀ ହିଂସା ହୋଇଥିବା ଖବର ସାମ୍ନାକୁ ଆସିଛି। ଗଂଜାମ ଖଲ୍ଲିକୋଟ ଥାନା ଅନ୍ତର୍ଗତ ଶ୍ରୀକୃଷ୍ଣସରଣପୁର ଗାଁରେ ପୋଷ୍ଟର ମାରିବାକୁ କେନ୍ଦ୍ର କରି ବୁଧବାର ରାତିରେ ବିଜେଡି ଓ ବିଜେପିର ଦୁଇ ଗୋଷ୍ଠୀ ମଧ୍ୟରେ ମୁହାଁମୁହିଁ ପରିସ୍ଥିତି ଉପୁଜିଥିଲା। ଗୋଟିଏ ଗୋଷ୍ଠୀର ଖଣ୍ଡା ଚୋଟରେ ବିଜେପିର ୪ ଜଣ କର୍ମୀ ଆହତ ହୋଇଥିବା ଜଣାପଡ଼ିଥିଲା।

ଗୁରୁତରଙ୍କୁ ବ୍ରହ୍ମପୁର ମେଡିକାଲରେ ଭର୍ତ୍ତି କରାଯାଇଥିଲା। ତେବେ ଆଜି ଚିକିତ୍ସାଧୀନ ଅବସ୍ଥାରେ ଜଣଙ୍କର ମୃତ୍ୟୁ ଘଟିଥିବା ସୂଚନା ମିଳିଛି। ଏହି ଘଟଣା ପରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଦୁଃଖ ପ୍ରକାଶ କରିବା ସହ ଏହି ଘଟଣାକୁ ଗଭୀର ନିନ୍ଦା କରିଛନ୍ତି। ତେବେ ଖଲ୍ଲିକୋଟ ହିଂସାକୁ ନେଇ ସିଇଓ ଉଦ୍‌ବେଗ ପ୍ରକାଶ କରିଛନ୍ତି। ଏହି ଘଟଣାରେ ୮ ଅଭିଯୁକ୍ତଙ୍କୁ ପୋଲିସ ଗିରଫ କରିଛି। ସେପଟେ ଏହି ଘଟଣା ପରେ ୪ ପୋଲିସକର୍ମଚାରୀଙ୍କ ବଦଳି କରାଯାଇଛି। କାର୍ଯ୍ୟରେ ଅବହେଳା ଯୋଗୁଁ ୪ ପୋଲିସ କର୍ମଚାରୀଙ୍କୁ ଜିଲ୍ଲା ପୋଲିସ କାର୍ଯ୍ୟାଳୟକୁ ବଦଳି କରାଯାଇଛି।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ତୀର୍ଥଯାତ୍ରୀ ବସ ଦୁର୍ଘଟଣା ଗ୍ରସ୍ତ 🔴 ବର୍ଷାକୁ ଅରେଞ୍ଜ ୱାର୍ଣ୍ଣିଂ 🔴 ବନସ୍ତେ ଡାକିଲା ଗଜ, ବରଷକେ ଥରେ ଆସିଛି ରଜ…. 🔴 ଭାରତୀୟ ନୂତନ ସ୍ଥଳସେନା ମୁଖ୍ୟ 🔴 ଆସାମରେ ବାୟୁସେନା ବିମାନ ଦୁର୍ଘଟଣା । 🔴 ଓଏଏସ ପ୍ରେମିକକୁ ମହଙ୍ଗା ପଡ଼ିଲା ପ୍ରେମ!ଚନ୍ଦ୍ରିକାଙ୍କ ମୃତ୍ୟୁ ବନ୍ଧାହେଲେ ଭୀମସେନ 🔴 ଆଜି ସଜବାଜ କାଲି ପହିଲି ରଜ 🔴 ଗୋମାଫିଆଙ୍କ ଘରେ ପୋଲିସର ଚଢ଼ାଉ 🔴 ଆଜିଠାରୁ ମହିଳା ବିଶ୍ୱକପ୍ ମହାକୁମ୍ଭ 🔴 ବଢିଲା ନିଟ୍ (ୟୁଜି)ପରୀକ୍ଷା ସମୟ ଅବଧି 🔴 ତୀର୍ଥଯାତ୍ରୀ ବସ ଦୁର୍ଘଟଣା ଗ୍ରସ୍ତ 🔴 ବର୍ଷାକୁ ଅରେଞ୍ଜ ୱାର୍ଣ୍ଣିଂ 🔴 ବନସ୍ତେ ଡାକିଲା ଗଜ, ବରଷକେ ଥରେ ଆସିଛି ରଜ…. 🔴 ଭାରତୀୟ ନୂତନ ସ୍ଥଳସେନା ମୁଖ୍ୟ 🔴 ଆସାମରେ ବାୟୁସେନା ବିମାନ ଦୁର୍ଘଟଣା । 🔴 ଓଏଏସ ପ୍ରେମିକକୁ ମହଙ୍ଗା ପଡ଼ିଲା ପ୍ରେମ!ଚନ୍ଦ୍ରିକାଙ୍କ ମୃତ୍ୟୁ ବନ୍ଧାହେଲେ ଭୀମସେନ 🔴 ଆଜି ସଜବାଜ କାଲି ପହିଲି ରଜ 🔴 ଗୋମାଫିଆଙ୍କ ଘରେ ପୋଲିସର ଚଢ଼ାଉ 🔴 ଆଜିଠାରୁ ମହିଳା ବିଶ୍ୱକପ୍ ମହାକୁମ୍ଭ 🔴 ବଢିଲା ନିଟ୍ (ୟୁଜି)ପରୀକ୍ଷା ସମୟ ଅବଧି