Masthead

ପିକନିକ ପାଇଁ ଏସଓପି, ଗାଡି ମାଲିକଙ୍କୁ ନେବାକୁ ପଡିବ ଆରଟିଓଙ୍କ ଅନୁମତି

 

ଭୁବନେଶ୍ୱର (ବଡ଼ ଖବର ବ୍ୟୁରୋ): ପର୍ଯ୍ୟଟନ ଋତୁରେ ଜମୁଛି ପିକନିକ ଆସର । ପିକନିକ ଯିବା ସମୟରେ ଘଟୁଛି ଦୁର୍ଘଟଣା । ପର୍ଯ୍ୟଟନ ଋତୁରେ ଦୁର୍ଘଟଣାଜନିତ ମୃତ୍ୟୁ ସଂଖ୍ୟା ବୃଦ୍ଧିପାଉଥିବାରୁ ରାଜ୍ୟ ପରିବହନ ବିଭାଗ ଜାରି କରିଛି ଏସଓପି । ପିକନିକ ସମୟରେ ଦୁର୍ଘଟଣା କମାଇବା ପାଇଁ ସଚେତନତା ସହ ଅମାନିଆଙ୍କ ପାଇଁ କଠୋର ହୋଇଛି ବିଭାଗ । ଏସଓପି ଅନୁସାରେ ମଦ୍ୟପାନ କରି ଗାଡି ଚଳାଇଲେ ଡ୍ରାଇଭରଙ୍କୁ ତୁରନ୍ତ ଗିରଫ କରାଯାଇ ଲାଇସେନ୍ସ ବାତିଲ କରାଯିବ। ଦୂର ଯାତ୍ରାକୁ ପିକନିକ ପାଇଁ ଗଲେ ଆସିଷ୍ଟାଣ୍ଟ ରଖିବାକୁ ପରାମର୍ଶ ଦିଆଯାଇଛି । ପିକନିକ ଯାତ୍ରା ପାଇଁ ଯାନବାହନ ମାଲିକମାନଙ୍କୁ ସମ୍ପୃକ୍ତ ଆରଟିଓରୁ ସ୍ୱତନ୍ତ୍ର ଅନୁମତି ନେବା ଦରକାର । ପ୍ରତ୍ୟେକ ପିକନିକ୍ ସ୍ପଟ୍ ନିକଟରେ ପରିବହନ ବିଭାଗ କର୍ମଚାରୀ ନିୟୋଜିତ ରହିବେ।

ଯେଉଁ ଯାନଗୁଡ଼ିକର ଫିଟନେସ୍ ସାର୍ଟିଫିକେଟ୍ ବଳବତ୍ତର ଅଛି, କେବଳ ସଂପୃକ୍ତ କର୍ତ୍ତୃପକ୍ଷଙ୍କ ଦ୍ବାରା ପିକନିକ ପାଇଁ ଅନୁମତି ମିଳିବ । ପ୍ରମୁଖ ପିକନିକ୍ ସ୍ପଟ୍ ଗୁଡିକରେ ଦୁର୍ଘଟଣା ଜନିତ ସଚେତନତା କରାଯିବ । ବିପଦଜନକ ବା ଆପତ୍ତିଜନକ ସାମଗ୍ରୀ ପରିବହନ ରୋକିବା ପାଇଁ ପିକନିକ୍ ସ୍ପଟ୍ ବା ତୀର୍ଥ ସ୍ଥାନଗୁଡିକ ନିକଟରେ ପୋଲିସ୍ ଯାନଗୁଡିକର ପୁଙ୍ଖାନୁପୁଙ୍ଖ ଯାଞ୍ଚ କରିବ । ଓଭରଲୋଡିଂ ବିରୁଦ୍ଧରେ କଠୋର କାର୍ୟ୍ୟାନୁଷ୍ଠାନ ଗ୍ରହଣ କରାଯିବ । ପରିବହନ ବିଭାଗ ରାଜ୍ୟ ପ୍ରଦୂଷଣ ନିୟନ୍ତ୍ରଣ ବୋର୍ଡ ସହିତ ସହଯୋଗ କରିବ ଏବଂ ପିକନିକ୍ ସ୍ପଟ୍ ଗୁଡିକରେ ସଡକ ସୁରକ୍ଷା ବାର୍ତ୍ତା ଏବଂ ପ୍ରଶଂସାପତ୍ର, ସଡ଼କ ଦୁର୍ଘଟଣା ପୀଡିତଙ୍କ ପରିବାରର ଆବେଦନପତ୍ର ଲିଫଲେଟ୍, ପାମ୍ପଲେଟ୍ ବଣ୍ଟନ କରିବ ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ମାର୍ଚ୍ଚରୁ ଡରାଇଲାଣି ତାତି 🔴 ଆଜି ଗୃହରେ ପୁଣି ଉଠିବ ଗ୍ୟାସ୍ ପ୍ରସଙ୍ଗ! 🔴 ବକେୟା ଟ୍ରାଫିକ୍ ଚାଲାଣ ସମାଧାନ ପାଇଁ ନୂଆ ବ୍ୟବସ୍ଥା 🔴 ରାଜ୍ୟସଭା ନିର୍ବାଚନ ପାଇଁ କଂଗ୍ରେସ ଜାରି କଲା ହ୍ବିପ୍ 🔴 ହର୍ମୁଜରେ ଭାରତକୁ ଅନୁମତି 🔴 ଓମାନର ସଲାଲାହ ବନ୍ଦର ଉପରେ ଇରାନୀ ଡ୍ରୋନ୍ ଆକ୍ରମଣ 🔴 108 ହାର୍ଡକୋର ମାଓବାଦୀ ଆତ୍ମସମର୍ପଣ 🔴 ମଧ୍ୟପ୍ରାଚ୍ୟରେ ଯୁଦ୍ଧ, ଓଡ଼ିଆଙ୍କ ଫେରିବା ଉପରେ ମୁଖ୍ୟମନ୍ତ୍ରୀଙ୍କ ଗୁରୁତ୍ୱ 🔴 ଶେରଗଡ ଘଟଣାକୁ ନେଇ ହୁଲୁସ୍ତୁଲ ହୋଇପାରେ ଗୃହ 🔴 ବିଜେଡି ଛାଡ଼ିଲେ ବାଲେଶ୍ୱର ସଦର ବ୍ଲକ ଅଧ୍ୟକ୍ଷା 🔴 ମାର୍ଚ୍ଚରୁ ଡରାଇଲାଣି ତାତି 🔴 ଆଜି ଗୃହରେ ପୁଣି ଉଠିବ ଗ୍ୟାସ୍ ପ୍ରସଙ୍ଗ! 🔴 ବକେୟା ଟ୍ରାଫିକ୍ ଚାଲାଣ ସମାଧାନ ପାଇଁ ନୂଆ ବ୍ୟବସ୍ଥା 🔴 ରାଜ୍ୟସଭା ନିର୍ବାଚନ ପାଇଁ କଂଗ୍ରେସ ଜାରି କଲା ହ୍ବିପ୍ 🔴 ହର୍ମୁଜରେ ଭାରତକୁ ଅନୁମତି 🔴 ଓମାନର ସଲାଲାହ ବନ୍ଦର ଉପରେ ଇରାନୀ ଡ୍ରୋନ୍ ଆକ୍ରମଣ 🔴 108 ହାର୍ଡକୋର ମାଓବାଦୀ ଆତ୍ମସମର୍ପଣ 🔴 ମଧ୍ୟପ୍ରାଚ୍ୟରେ ଯୁଦ୍ଧ, ଓଡ଼ିଆଙ୍କ ଫେରିବା ଉପରେ ମୁଖ୍ୟମନ୍ତ୍ରୀଙ୍କ ଗୁରୁତ୍ୱ 🔴 ଶେରଗଡ ଘଟଣାକୁ ନେଇ ହୁଲୁସ୍ତୁଲ ହୋଇପାରେ ଗୃହ 🔴 ବିଜେଡି ଛାଡ଼ିଲେ ବାଲେଶ୍ୱର ସଦର ବ୍ଲକ ଅଧ୍ୟକ୍ଷା