ଓଡ଼ିଶାରେ ବନ୍ଦେ ଭାରତ ଏକ୍ସପ୍ରେସର ଟ୍ରାଏଲ ରନ

ଭୁବନେଶ୍ୱର  (ବଡ଼ ଖବର ବ୍ୟୁରୋ):  ଆଜି ଓଡ଼ିଶାରେ ବନ୍ଦେ ଭାରତ ଏକ୍ସପ୍ରେସର ଟ୍ରାଏଲ ରନ୍ । ପୁରୀ-ହାୱଡ଼ା ରୁଟରେ ବନ୍ଦେ ଭାରତ ଏକ୍ସପ୍ରେସର ହେବ ଟ୍ରାଏଲ ରନ୍ । ଏହି ଟ୍ରେନ୍ ହାୱଡ଼ା ଷ୍ଟେସନରୁ ସକାଳ ୬ଟା୧୦ ମିନିଟରୁ ବାହିରିଛି । ଦିନ ୧୧ଟା ୨୨ରେ ଭୁବନେଶ୍ୱର ରେଳ ଷ୍ଟେସନ ପହଞ୍ଚିବ । ୨ ମିନିଟର ରହଣୀ ପରେ ପୁରୀ ବାହାରିବ । ଦିନ ୧୨ଟା ୩୫ରେ ପୁରୀ ପହଞ୍ଚିବ । ବନ୍ଦେ ଭାରତ ଏକ୍ସପ୍ରେସ୍ ପୁରୀରେ କିଛି ସମୟ ରହିବା ପରେ ଅପରାହ୍ନ ୧ଟା ୫୦ରେ ହାୱଡା ଅଭିମୁଖେ ବାହାରିବ ।ଅପରାହ୍ନ ୧୨ଟା ୩୫ରେ ପୁରୀରେ ପହଞ୍ଚି ପୁଣି ଗୋଟାଏ ୫୦ ମିନିଟରେ ପୁରୀ ଛାଡ଼ିବ ବନ୍ଦେ ଭାରତ ଏକ୍ସପ୍ରେସ୍। ରାତି ୮ଟା ୩୦ରେ ପହଞ୍ଚିବ ହାଓଡ଼ା ।

ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ୨୦୧୯ ଫେବ୍ରୁଆରୀ ୧୫ରେ ବନ୍ଦେ ଭାରତ ଏକ୍ସପ୍ରେସକୁ ଶୁଭାରମ୍ଭ କରିଥିଲେ । ଦେଶରେ ପ୍ରଥମ ଥର ପାଇଁ ଏହି ଟ୍ରେନ୍ ନୂଆଦିଲ୍ଲୀ ଠାରୁ ବାରଣାସୀକୁ ସେବା ଯୋଗାଇଥିଲା । ସେହିଦିନ ଠାରୁ ଏପର୍ଯ୍ୟନ୍ତ ଦେଶର ୭ଟି ରୁଟରେ ଏହି ଟ୍ରେନ୍ ପରିଚାଳିତ ହେଉଛି । ଆଉ ଏବେ ଭାରତୀୟ ରେଳବାଇର ଏହି ସେମି ଦ୍ରୁତଗାମୀ ଟ୍ରେନ୍ ‘ବନ୍ଦେ ଭାରତ ଏକ୍ସପ୍ରେସ୍’ ଆଗାମୀ ଦିନରେ ପୁରୀରୁ ହାୱଡା ମଧ୍ୟରେ ଚାଲିବ ।

ବନ୍ଦେ ଭାରତ ଏକ୍ସପ୍ରେସ ଚାଲିଲେ ଓଡ଼ିଶାର ପର୍ଯ୍ୟଟନ କ୍ଷେତ୍ର ପାଇଁ ନୂଆ ସୁଯୋଗ ସୃଷ୍ଟି ହେବ ବୋଲି କୁହାଯାଉଛି। ବନ୍ଦେ ଭାରତ ଏକ୍ସପ୍ରେସରେ ଯାତ୍ରୀମାନଙ୍କ ପାଇଁ ସମସ୍ତ ପ୍ରକାର ଅତ୍ୟାଧୁନିକ ସୁବିଧା ରହିଛି। ଯହା ଦ୍ୱାରା ଯାତ୍ରା ଆରାମଦାୟକ ହେବା ସହ କମ୍ ସମୟ ମଧ୍ୟରେ ଯାତ୍ରୀମାନେ ଗନ୍ତବ୍ୟ ସ୍ଥଳରେ ପହଞ୍ଚିପାରିବେ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଗଞ୍ଜାମ ଯିବେ ମୁଖ୍ୟମନ୍ତ୍ରୀ 🔴 ଜଳବନ୍ଦୀଙ୍କୁ କରାଯିବ ଏୟାରଲିଫ୍ଟ 🔴 ୧୮ରୁ ବିଧାନସଭା ଅଧିବେଶନ 🔴 ୭ ଜିଲ୍ଲାକୁ ରେଡ୍ ୱାର୍ଣ୍ଣିଂ 🔴 ନୀଳଗିରି ବସ୍‌ଷ୍ଟାଣ୍ଡ ନିକଟ ପେଟ୍ରୋଲ ପମ୍ପରେ ବିସ୍ଫୋରଣ 🔴 ଆସନ୍ତାକାଲି ପର୍ଯ୍ୟନ୍ତ ଓଡ଼ିଶା ପାଇଁ ଗୁରୁତ୍ବପୂର୍ଣ୍ଣ 🔴 ସଂଧ୍ୟା ସୁଦ୍ଧା ମାଲକାନଗିରି ଦେଇ ଯିବ ‘ଅର୍ଣ୍ଣବ’ 🔴 ‘ମାଲକାନଗିରି ବେଶୀ ପ୍ରଭାବିତ’ 🔴 IAS ସ୍ତରରେ ଅଦଳବଦଳ 🔴 ଘରେ ପଶିଲେ, ଲୁଟିଲେ..ଟିଭି ଭାଙ୍ଗି ଚାଲିଗଲେ 🔴 ଗଞ୍ଜାମ ଯିବେ ମୁଖ୍ୟମନ୍ତ୍ରୀ 🔴 ଜଳବନ୍ଦୀଙ୍କୁ କରାଯିବ ଏୟାରଲିଫ୍ଟ 🔴 ୧୮ରୁ ବିଧାନସଭା ଅଧିବେଶନ 🔴 ୭ ଜିଲ୍ଲାକୁ ରେଡ୍ ୱାର୍ଣ୍ଣିଂ 🔴 ନୀଳଗିରି ବସ୍‌ଷ୍ଟାଣ୍ଡ ନିକଟ ପେଟ୍ରୋଲ ପମ୍ପରେ ବିସ୍ଫୋରଣ 🔴 ଆସନ୍ତାକାଲି ପର୍ଯ୍ୟନ୍ତ ଓଡ଼ିଶା ପାଇଁ ଗୁରୁତ୍ବପୂର୍ଣ୍ଣ 🔴 ସଂଧ୍ୟା ସୁଦ୍ଧା ମାଲକାନଗିରି ଦେଇ ଯିବ ‘ଅର୍ଣ୍ଣବ’ 🔴 ‘ମାଲକାନଗିରି ବେଶୀ ପ୍ରଭାବିତ’ 🔴 IAS ସ୍ତରରେ ଅଦଳବଦଳ 🔴 ଘରେ ପଶିଲେ, ଲୁଟିଲେ..ଟିଭି ଭାଙ୍ଗି ଚାଲିଗଲେ