Masthead

ଉପନ୍ୟାସର ସୃଷ୍ଟିକର୍ତ୍ତାଙ୍କୁ ଅଜସ୍ର ଶ୍ରଦ୍ଧାଞ୍ଜଳି

ଭୁବନେଶ୍ୱର (ବଡ଼ ଖବର ବ୍ୟୁରୋ): ଆଜି ହେଉଛି ଓଡିଆ ଭାଷା ସାହିତ୍ୟର କର୍ଣ୍ଣଧାର ଫକୀର ମୋହନ ସେନାପତିଙ୍କ ଜୟନ୍ତୀ । ୧୮୪୩ ମସିହାରେ ବାଲେଶ୍ୱର ଜିଲ୍ଲାର ମଲ୍ଲିକାଶପୁର ଗାଁରେ ଜନ୍ମଗ୍ରହଣ କରିଥିଲେ ଫକୀର ମୋହନ ସେନାପତି । ତାଙ୍କ ବାପାଙ୍କ ନାମ ଲକ୍ଷ୍ମଣ ଚରଣ ସେନାପତି ଓ ମାତା ତୁଳସୀ ଦେବୀ ସେନାପତି । ପ୍ରଥମ ଓଡ଼ିଆ ଆଧୁନିକ କ୍ଷୁଦ୍ରଗଳ୍ପ ‘ରେବତୀ’ର ସେ ଥିଲେ ଲେଖକ । ଉତ୍କଳ ଗୌରବ ମଧୁସୂଦନ ଦାସ, ଉତ୍କଳମଣି ପଣ୍ଡିତ ଗୋପବନ୍ଧୁ ଦାସ, କବିବର ରାଧାନାଥ ରାୟ, ସ୍ୱଭାବ କବି ଗଙ୍ଗାଧର ମେହେରଙ୍କ ସହ ଓଡ଼ିଆ ଭାଷା ଆନ୍ଦୋଳନର ପୁରୋଧା ଭାବରେ ଓଡ଼ିଆ ଭାଷାକୁ ବିଦେଶୀମାନଙ୍କ କବଳରୁ ବଞ୍ଚାଇବା ପାଇଁ ସେ ଲଢେଇ କରିଥିଲେ । ବ୍ୟାସକବି ଫକୀର ମୋହନ ସେନାପତି ଓଡ଼ିଆ ସାହିତ୍ୟର କଥା ସମ୍ରାଟ ଭାବରେ ପରିଚିତ ।

ସାହିତ୍ୟର ବିଭିନ୍ନ ବିଭାଗ ଯଥା ଅନୁବାଦ ସାହିତ୍ୟ, କାବ୍ୟ-କବିତା ର ସାହିତ୍ୟ ସୃଜନ କରିଥିଲେ । ସେ ଓଡ଼ିଆ ଉପନ୍ୟାସ ସାହିତ୍ୟର ସୃଷ୍ଟିକର୍ତ୍ତା ରୂପେ ପରିଚିତ । ୧୮୯୭ରୁ ୧୯୧୫ ମଧ୍ୟରେ ରଚିତ ତାଙ୍କର ଚାରୋଟି ଉପନ୍ୟାସ – ଛ’ ମାଣ ଆଠ ଗୁଣ୍ଠ’, ’ମାମୁ’, ’ପ୍ରାୟଶ୍ଚିତ’ ଓ ’ଲଛମା’ । ଏହି ବରପୁତ୍ରଙ୍କ ଜୟନ୍ତୀରେ ଶ୍ରଦ୍ଧାଞ୍ଜଳି ଜଣାଇଛନ୍ତି ରାଜ୍ୟପାଳ ଏବଂ ମୁଖ୍ୟମନ୍ତ୍ରୀ । ‘ରେବତୀ’, ”ଛ’ ମାଣ ଆଠ ଗୁଣ୍ଠ’, ‘ଡାକ ମୁନସୀ’ ଭଳି କାଳଜୟୀ ରଚନା ସହ ଓଡ଼ିଆ ଭାଷା ଓ ସାହିତ୍ୟର ସୁରକ୍ଷା ଦିଗରେ ତାଙ୍କ ଅବଦାନ ସଦା ସର୍ବଦା ସ୍ମରଣୀୟ ହୋଇ ରହିବ ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ୩୦ରେ ବିଧାନସଭା ସ୍ୱତନ୍ତ୍ର ଅଧିବେଶନ 🔴 ଆପ ଛାଡିଲେ ରାଘବ ଚଡ୍ଡା 🔴 ଆଜି ଉପକୂଳରେ ୪୫ ଡିଗ୍ରି ଟପିପାରେ ପାରଦ 🔴 ବଲାଙ୍ଗିର ଯିବେ ମୁଖ୍ୟମନ୍ତ୍ରୀ 🔴 ପ୍ରେମିକ ସାଜିଲା ସଇତାନ 🔴 ପ୍ଲଟ୍‌ ବ୍ୟବସାୟୀଙ୍କ ହତ୍ୟା ଘଟଣା, ମାଷ୍ଟରମାଇଣ୍ଡ ପୁତୁରା ଓ ଝିଆରୀ 🔴 ଶୁକ୍ରବାର ଆଲୋଚନା ହେବାର ସମ୍ଭାବନା: ଟ୍ରମ୍ପ 🔴 ରେକର୍ଡ ଭାଙ୍ଗିଲା ତାତି, ୨୫ ସ୍ଥାନରେ ତାମପାତ୍ରା ୪୦ ଡିଗ୍ରି 🔴 ପଶ୍ଚିମବଙ୍ଗ-ତାମିଲନାଡୁରେ ଭୋଟ୍ 🔴 ଜନଗଣନା ବେଳେ ଅଧିକାରୀଙ୍କୁ ନିସ୍ତୁକ ମାଡ଼ 🔴 ୩୦ରେ ବିଧାନସଭା ସ୍ୱତନ୍ତ୍ର ଅଧିବେଶନ 🔴 ଆପ ଛାଡିଲେ ରାଘବ ଚଡ୍ଡା 🔴 ଆଜି ଉପକୂଳରେ ୪୫ ଡିଗ୍ରି ଟପିପାରେ ପାରଦ 🔴 ବଲାଙ୍ଗିର ଯିବେ ମୁଖ୍ୟମନ୍ତ୍ରୀ 🔴 ପ୍ରେମିକ ସାଜିଲା ସଇତାନ 🔴 ପ୍ଲଟ୍‌ ବ୍ୟବସାୟୀଙ୍କ ହତ୍ୟା ଘଟଣା, ମାଷ୍ଟରମାଇଣ୍ଡ ପୁତୁରା ଓ ଝିଆରୀ 🔴 ଶୁକ୍ରବାର ଆଲୋଚନା ହେବାର ସମ୍ଭାବନା: ଟ୍ରମ୍ପ 🔴 ରେକର୍ଡ ଭାଙ୍ଗିଲା ତାତି, ୨୫ ସ୍ଥାନରେ ତାମପାତ୍ରା ୪୦ ଡିଗ୍ରି 🔴 ପଶ୍ଚିମବଙ୍ଗ-ତାମିଲନାଡୁରେ ଭୋଟ୍ 🔴 ଜନଗଣନା ବେଳେ ଅଧିକାରୀଙ୍କୁ ନିସ୍ତୁକ ମାଡ଼