Masthead

ତ୍ରିପୁରା ବିଧାନସଭା ନିର୍ବାଚନ, ଚାଲିଛି ଭୋଟ ଗ୍ରହଣ

ତ୍ରିପୁରା(ବଡ଼ ଖବର ବ୍ୟୁରୋ): ଆଜି ତ୍ରିପୁରା ବିଧାନସଭା ନିର୍ବାଚନ । ୬୦ ଆସନ ପାଇଁ କଡା ସୁରକ୍ଷାରେ ଚାଲିଛି ମତଦାନ । ୩ ହଜାର ୩୨୮ ମତଦାନ କେନ୍ଦ୍ରରେ ଭୋଟ ଗ୍ରହଣ ଆରମ୍ଭ ହୋଇଛି । ସେଥିମଧ୍ୟରୁ ୧୧୦୦ ବୁଥକୁ ସମ୍ବେଦନଶୀଳ ଓ ୨୮ ମତଦାନ କେନ୍ଦ୍ରକୁ ଅତି ସମ୍ବେଦନଶୀନ ଘୋଷଣା କରାଯାଇଛି । ତ୍ରିପୁରାର ୨୮ ଲକ୍ଷରୁ ଅଧିକ ଭୋଟର ଭୋଟ ଦେଇ ନିର୍ବାଚନରେ ପ୍ରତିଦ୍ୱନ୍ଦ୍ୱିତା କରୁଥିବା ୨୫୯ ପ୍ରାର୍ଥୀଙ୍କ ଭାଗ୍ୟ ନିର୍ଦ୍ଧାରଣ କରିବେ । ମାର୍ଚ୍ଚ ୨ ତାରିଖରେ ଭୋଟ ଗଣତି ହୋଇ ଫଳାଫଳ ପ୍ରକାଶ ପାଇବ । ଚଳିତ ନିର୍ବାଚନରେ ତ୍ରିମୁଖୀ ଲଢେଇ ହେଉଛି ।

ବିଜେପି ଓ ଆଇପିଏଫଟି, କଂଗ୍ରେସ ଓ ବାମ ଦଳ ମେଣ୍ଟ ସହ ଆଂଚଳିକ ଦଳ ଟିପରା ମୋଥା ମଧ୍ୟରେ କଡା ଟକ୍କର ହେବ ବୋଲି କୁହାଯାଉଛି । ବିଶେଷ କରି ଚଳିତ ନିର୍ବାଚନରେ ସ୍ପଷ୍ଟ ଜନମତ ପାଇଁ ପୁଣିଥରେ କ୍ଷମତାସୀନ ହେବା ବିଜେପି ପାଇଁ ବଡ ଚାଲେଞ୍ଜ । ଏଥରେ ମୋଟ ୬୦ ଆସନରୁ ବିଜେପି ପ୍ରାର୍ଥୀ ୫୫ଟି ଆସନରେ ପ୍ରତିଦ୍ୱନ୍ଦିତା କରୁଛନ୍ତି । ବିଜେପି ସହ ମେଂଟରେ ଥିବା ଇଣ୍ଡିଜେନିଅସ ପିପୁଲସ ଫ୍ରଂଟ ଅଫ ତ୍ରିପୁରା ବା ଆଇପିଏଫଟି ୫ଟି ଆସନରେ ପ୍ରତିଦ୍ୱନ୍ଦ୍ୱିତା କରୁଛି । ସେପଟେ କଂଗ୍ରେସ ପ୍ରାର୍ଥୀ ମାତ୍ର ୧୩ଟି ଆସନରେ ପ୍ରତିଦ୍ୱନ୍ଦ୍ୱିତା କରୁଥିବା ବେଳେ ମେଂଟରେ ଥିବା ସିପିଆଇ, ଆରଏସପି ୪୭ଟି ଆସନରେ ଲଢେଇ କରୁଛନ୍ତି । ସେହିପରି ଆଂଚଳିକ ଦଲ ଟିପରା ମୋଥା ୪୨ଟି ଆସନରେ ପ୍ରତିଦ୍ୱନ୍ଦ୍ୱିତା କରୁଛି ।

 

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଜାଡ଼ରେ ଥରୁଛି ଓଡ଼ିଶା, ୧୦ ଡିଗ୍ରୀ ତଳେ ରାଜ୍ୟର ବିଭିନ୍ନ ସହରର ତାପମାତ୍ରା 🔴 ବରିଷ୍ଠ କଂଗ୍ରେସ ନେତା ଶିବରାଜ ପାଟିଲଙ୍କ ଦେହାନ୍ତ 🔴 ଶୀତରୁ ନିସ୍ତାର ନାହିଁ 🔴 ରାସ୍ତା କଡ଼ରେ ଫିଙ୍ଗିଦେଲେ ସରକାରୀ ଔଷଧ 🔴 ବିଳମ୍ବିତ ରାତିରେ ଅନୁଗୁଳରେ ଗୁଳିମାଡ଼ 🔴 ଭୁବନେଶ୍ୱରରୁ ୮ଟି ବିମାନ ବାତିଲ 🔴 ରାଜ୍ୟରେ ଅସମ୍ଭାଳ ଜାଡ଼ 🔴 ମିଳିଲା ରାଖେଲଗୁଡ଼ା ମହିଳାଙ୍କ କଟାମୁଣ୍ଡ 🔴 ଆନ୍ଦୋଳନରୁ ହଟିଲେ ପ୍ରାଥମିକ ଶିକ୍ଷକ 🔴 ରାଜ୍ୟରେ ଆହୁରି ବଢ଼ିବ ଥଣ୍ଡା 🔴 ଜାଡ଼ରେ ଥରୁଛି ଓଡ଼ିଶା, ୧୦ ଡିଗ୍ରୀ ତଳେ ରାଜ୍ୟର ବିଭିନ୍ନ ସହରର ତାପମାତ୍ରା 🔴 ବରିଷ୍ଠ କଂଗ୍ରେସ ନେତା ଶିବରାଜ ପାଟିଲଙ୍କ ଦେହାନ୍ତ 🔴 ଶୀତରୁ ନିସ୍ତାର ନାହିଁ 🔴 ରାସ୍ତା କଡ଼ରେ ଫିଙ୍ଗିଦେଲେ ସରକାରୀ ଔଷଧ 🔴 ବିଳମ୍ବିତ ରାତିରେ ଅନୁଗୁଳରେ ଗୁଳିମାଡ଼ 🔴 ଭୁବନେଶ୍ୱରରୁ ୮ଟି ବିମାନ ବାତିଲ 🔴 ରାଜ୍ୟରେ ଅସମ୍ଭାଳ ଜାଡ଼ 🔴 ମିଳିଲା ରାଖେଲଗୁଡ଼ା ମହିଳାଙ୍କ କଟାମୁଣ୍ଡ 🔴 ଆନ୍ଦୋଳନରୁ ହଟିଲେ ପ୍ରାଥମିକ ଶିକ୍ଷକ 🔴 ରାଜ୍ୟରେ ଆହୁରି ବଢ଼ିବ ଥଣ୍ଡା