Masthead

ବ୍ରିଜ ତଳକୁ ଖସିଲା ଦୁଇ ଟ୍ରକ୍

ଅନୁଗୁଳ, (ବଡ଼ ଖବର ବ୍ୟୁରୋ): ଅନଗୁଳ ଜିଲ୍ଲା ବଅଁରପାଳ ବ୍ଲକ୍ ବନ୍ଦା ଓଭରବ୍ରିଜରେ ଦୁଇ ଟ୍ରକ୍ ମଧ୍ୟରେ ଧକ୍କା ହୋଇ ନାଲକୋ ଟ୍ରେନ ଟ୍ରାକ୍ ଉପରେ ପଡ଼ି ରହିଛି। ସୂଚନା ଅନୁଯାୟୀ ଚିପ୍ସ୍ ବୋଝେଇ ଟିପର (ନଂ-ଓଆର୧୪-ଡବ୍ଲ୍ୟୁ୪୬୯୬) ଗୁଡ଼ିଆକାଟେଣୀରୁ ଅନୁଗୁଳ ଅଭିମୁଖେ ଯାଉଥିବା ସମୟରେ ବନ୍ଦା ଓଭରବ୍ରିଜ ନିକଟରେ ତାକୁ ପଛରୁ ଅନ୍ୟ ଏକ ଟ୍ରକ୍ (ନଂ-ଓଆର୧୯-ବି୪୫୮୮) ଧକ୍କା ଦେଇଥିଲା। ଯାହା ଦ୍ଵାରା ଦୁଇ ଟ୍ରକ୍ ବ୍ରିଜ ତଳକୁ ଖସି ପଡ଼ିଥିଲା। ଓଆର୧୯-ବି୪୫୮୮ନଂ ଟ୍ରକର ଡ୍ରାଇଭରଙ୍କ କହିବା ଅନୁସାରେ ସେ ଅତ୍ୟଧିକ ମଦ୍ୟପାନ କରି ଗାଡ଼ି ଚଳାଉଥିଲେ। ସ୍ଥାନୀୟ ଲୋକେ ଗୁରୁତର ଆହତଙ୍କୁ ମେଡିକାଲ ନେବା ପାଇଁ ଆମ୍ବୁଲାନ୍ସକୁ ଫୋନ କରିଥିଲେ। ମାତ୍ର ଆମ୍ବୁଲାନ୍ସ ସେବା ମିଳିପାରି ନ ଥିଲା। ବଅଁରପାଳ ପୋଲିସ ଘଟଣାସ୍ଥଳରେ ପହଞ୍ଚି ଗାଡ଼ି ଦୁଇଟିକୁ ଉଦ୍ଧାର କରିଛି।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଶ୍ରୀମନ୍ଦିରରେ ନାବାଳକକୁ ମାଡ଼! 🔴 ପବିତ୍ର ଶ୍ରୀପଞ୍ଚମୀରେ ବିଦ୍ୟାଦାତ୍ରୀ ମା’ ସରସ୍ବତୀଙ୍କୁ ଆବାହନ 🔴 ୭୨ ପ୍ରଧାନଶିକ୍ଷକଙ୍କ ଦରମା ବନ୍ଦ 🔴 ରାଜ୍ୟସଭା ନିର୍ବାଚନ ପାଇଁ ପ୍ରକ୍ରିୟା ଆରମ୍ଭ 🔴 ନୂଆ ହିତାଧିକାରୀଙ୍କୁ ଆଜି ମିଳିବ ସୁଭଦ୍ରା ଟଙ୍କା 🔴 ରାଜ୍ୟରେ କମିଲା ଶୀତ 🔴 ଆଜି ମହାପ୍ରଭୁଙ୍କ ଦୁର୍ଲ୍ଲଭ ପଦ୍ମବେଶ 🔴 ରଥ ତିଆରି ପାଇଁ ଗଲା ରଥ କାଠ 🔴 ବିଜାପୁରରେ ଏନକାଉଣ୍ଟର, ୬ ମାଓବାଦୀ ନିହତ 🔴 ଜଳିଗଲା ୧ନଂ ହାଟ 🔴 ଶ୍ରୀମନ୍ଦିରରେ ନାବାଳକକୁ ମାଡ଼! 🔴 ପବିତ୍ର ଶ୍ରୀପଞ୍ଚମୀରେ ବିଦ୍ୟାଦାତ୍ରୀ ମା’ ସରସ୍ବତୀଙ୍କୁ ଆବାହନ 🔴 ୭୨ ପ୍ରଧାନଶିକ୍ଷକଙ୍କ ଦରମା ବନ୍ଦ 🔴 ରାଜ୍ୟସଭା ନିର୍ବାଚନ ପାଇଁ ପ୍ରକ୍ରିୟା ଆରମ୍ଭ 🔴 ନୂଆ ହିତାଧିକାରୀଙ୍କୁ ଆଜି ମିଳିବ ସୁଭଦ୍ରା ଟଙ୍କା 🔴 ରାଜ୍ୟରେ କମିଲା ଶୀତ 🔴 ଆଜି ମହାପ୍ରଭୁଙ୍କ ଦୁର୍ଲ୍ଲଭ ପଦ୍ମବେଶ 🔴 ରଥ ତିଆରି ପାଇଁ ଗଲା ରଥ କାଠ 🔴 ବିଜାପୁରରେ ଏନକାଉଣ୍ଟର, ୬ ମାଓବାଦୀ ନିହତ 🔴 ଜଳିଗଲା ୧ନଂ ହାଟ