Masthead

ଘରେ ପଶିଗଲା ଟ୍ରକ

କରଞ୍ଜିଆ, (ବଡ଼ ଖବର ବ୍ୟୁରୋ): ରାତି ଅଧରେ ଘର ଭିତରକୁ ପଶିଗଲା ୧୨ ଚକିଆ ହାଇୱା । ଅଳ୍ପକେ ବର୍ତ୍ତିଗଲା ୭ଜୀବନ । ଯଶୀପୁର ଥାନା ୨୨୦ ନମ୍ବର ଜାତୀୟ ରାଜପଥ ମାହାର୍ଦ୍ଦାପଳସା ଛକ ନିକଟରେ ଥିବା ଗଦାଧର ମହାନ୍ତିଙ୍କ ଘରେ ପିଟିହୋଇ ପଶିଗଲା ୧୨ ଚକିଆ ହାଏୱା। ଶୁକ୍ରବାର ବିଳମ୍ବିତ ରାତିରେ ଟ୍ରକଟି ଟାଟାରୁ କେନ୍ଦୁଝର ଜିଲ୍ଲା ଶୁଆକାଟିକୁ ଯାଉଥିବା ବେଳେ ଭାରସାମ୍ୟ ହରାଇ ଘର ଭିତରେ ପଶିଯାଇଥିଲା । ଏକ ବଡ଼ ଦୁର୍ଘଟଣାରୁ ବର୍ତ୍ତିଯାଇଛନ୍ତି ଗଦାଧରଙ୍କ ପରିବାର । ଯଶୀପୁର ପୋଲିସ ପହଞ୍ଚି ଟ୍ରକକୁ ଜବତ କରି ତଦନ୍ତ ଜାରି ରଖିଛି। ଗଦାଧରଙ୍କୁ ସହାୟତା ଯୋଗାଇଦେବାକୁ ଦାବି କରିଛନ୍ତି ସ୍ଥାନୀୟ ଲୋକେ ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଶ୍ରୀମନ୍ଦିରରେ ନାବାଳକକୁ ମାଡ଼! 🔴 ପବିତ୍ର ଶ୍ରୀପଞ୍ଚମୀରେ ବିଦ୍ୟାଦାତ୍ରୀ ମା’ ସରସ୍ବତୀଙ୍କୁ ଆବାହନ 🔴 ୭୨ ପ୍ରଧାନଶିକ୍ଷକଙ୍କ ଦରମା ବନ୍ଦ 🔴 ରାଜ୍ୟସଭା ନିର୍ବାଚନ ପାଇଁ ପ୍ରକ୍ରିୟା ଆରମ୍ଭ 🔴 ନୂଆ ହିତାଧିକାରୀଙ୍କୁ ଆଜି ମିଳିବ ସୁଭଦ୍ରା ଟଙ୍କା 🔴 ରାଜ୍ୟରେ କମିଲା ଶୀତ 🔴 ଆଜି ମହାପ୍ରଭୁଙ୍କ ଦୁର୍ଲ୍ଲଭ ପଦ୍ମବେଶ 🔴 ରଥ ତିଆରି ପାଇଁ ଗଲା ରଥ କାଠ 🔴 ବିଜାପୁରରେ ଏନକାଉଣ୍ଟର, ୬ ମାଓବାଦୀ ନିହତ 🔴 ଜଳିଗଲା ୧ନଂ ହାଟ 🔴 ଶ୍ରୀମନ୍ଦିରରେ ନାବାଳକକୁ ମାଡ଼! 🔴 ପବିତ୍ର ଶ୍ରୀପଞ୍ଚମୀରେ ବିଦ୍ୟାଦାତ୍ରୀ ମା’ ସରସ୍ବତୀଙ୍କୁ ଆବାହନ 🔴 ୭୨ ପ୍ରଧାନଶିକ୍ଷକଙ୍କ ଦରମା ବନ୍ଦ 🔴 ରାଜ୍ୟସଭା ନିର୍ବାଚନ ପାଇଁ ପ୍ରକ୍ରିୟା ଆରମ୍ଭ 🔴 ନୂଆ ହିତାଧିକାରୀଙ୍କୁ ଆଜି ମିଳିବ ସୁଭଦ୍ରା ଟଙ୍କା 🔴 ରାଜ୍ୟରେ କମିଲା ଶୀତ 🔴 ଆଜି ମହାପ୍ରଭୁଙ୍କ ଦୁର୍ଲ୍ଲଭ ପଦ୍ମବେଶ 🔴 ରଥ ତିଆରି ପାଇଁ ଗଲା ରଥ କାଠ 🔴 ବିଜାପୁରରେ ଏନକାଉଣ୍ଟର, ୬ ମାଓବାଦୀ ନିହତ 🔴 ଜଳିଗଲା ୧ନଂ ହାଟ