Masthead

ଟ୍ରକ ଦୁର୍ଘଟଣାରେ ଜଣେ ମୃତ, ଜଣେ ଗୁରୁତର

କୋଟଗଡ଼, (ବଡ଼ ଖବର ବ୍ୟୁରୋ): କୋଇଲା ବୋଝେଇ ଟ୍ରକ ଦୁର୍ଘଟଣା ଘଟି ହେଲପର ମୃତ, ଡ୍ରାଇଭର ଗୁରୁତର । କନ୍ଧମାଳ ଜିଲ୍ଲା କୋଟଗଡ଼ ବ୍ଲକ ଖାରିନାଳ ପାଖରେ ଘଟିଛି ଏହି ଦୁର୍ଘଟଣା । ଆଜି ଅପରାହ୍ନ ୩ଟାରେ ଏପି୧୬-ଟିଇ୬୩୨୫ ନମ୍ବର କୋଇଲା ବୋଝେଇ ଟ୍ରକ ଆନ୍ଧ୍ରରୁ ଆସୁଥିବା ବେଳ କୋଟଗଡ଼ଠାରୁ ୨କିମି ଦୁରରେ ଥିବା ଖାରିନାଳ ନିକଟ ବୁଲାଣିରେ ଭାରସାମ୍ୟ ହରାଇ ଗଛରେ ପିଟି ହୋଇଯଇଥିଲା । ଫଳରେ ଟ୍ରକରେ ନିଆଁ ଲାଗି ବସ୍ପୋରଣ ସୃଷ୍ଟି ଘଟିଥିଲା । ଟ୍ରକରେ ଥିବା ଡ୍ରାଇଭର ଓ ହେଲପର ଗୁରୁତର ଆହାତ ହୋଇଥିଲେ । ସ୍ଥାନୀୟ ଲୋକଙ୍କ ସହୟାତରେ ସେମାନଙ୍କୁ ନିକଟସ୍ଥ ସ୍ୱାସ୍ଥ୍ୟ କେନ୍ଦ୍ରରେ ଭର୍ତ୍ତି କରାଯାଇଥିଲା । ଅବସ୍ଥା ଗୁରୁତର ଥିବାରୁ ସେମାନଙ୍କୁ ବିଶାଖାପଟଣା ସ୍ଥାନାନ୍ତର କରାଯିବା ବାଟରେ ହେଲପରଙ୍କ ମୃତ୍ୟୁ ହୋଇଥିବା ସୂଚନା ମିଳିଛି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଛାତ୍ରୀଙ୍କୁ ମାଡ଼ମାରି ଚକ୍ଷୁ ନଷ୍ଟ କଲେ ଶିକ୍ଷୟିତ୍ରୀ 🔴 ସମ୍ବଲପୁର ପୋଲିସର ଏନକାଉଣ୍ଟର 🔴 ୧୩ ଜିଲ୍ଲାକୁ ୟେଲୋ ଓ୍ବାର୍ଣ୍ଣିଂ 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ 🔴 ଛାତ୍ରୀଙ୍କୁ ମାଡ଼ମାରି ଚକ୍ଷୁ ନଷ୍ଟ କଲେ ଶିକ୍ଷୟିତ୍ରୀ 🔴 ସମ୍ବଲପୁର ପୋଲିସର ଏନକାଉଣ୍ଟର 🔴 ୧୩ ଜିଲ୍ଲାକୁ ୟେଲୋ ଓ୍ବାର୍ଣ୍ଣିଂ 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ