ଟ୍ରକ ଦୁର୍ଘଟଣାରେ ଜଣେ ମୃତ, ଜଣେ ଗୁରୁତର

କୋଟଗଡ଼, (ବଡ଼ ଖବର ବ୍ୟୁରୋ): କୋଇଲା ବୋଝେଇ ଟ୍ରକ ଦୁର୍ଘଟଣା ଘଟି ହେଲପର ମୃତ, ଡ୍ରାଇଭର ଗୁରୁତର । କନ୍ଧମାଳ ଜିଲ୍ଲା କୋଟଗଡ଼ ବ୍ଲକ ଖାରିନାଳ ପାଖରେ ଘଟିଛି ଏହି ଦୁର୍ଘଟଣା । ଆଜି ଅପରାହ୍ନ ୩ଟାରେ ଏପି୧୬-ଟିଇ୬୩୨୫ ନମ୍ବର କୋଇଲା ବୋଝେଇ ଟ୍ରକ ଆନ୍ଧ୍ରରୁ ଆସୁଥିବା ବେଳ କୋଟଗଡ଼ଠାରୁ ୨କିମି ଦୁରରେ ଥିବା ଖାରିନାଳ ନିକଟ ବୁଲାଣିରେ ଭାରସାମ୍ୟ ହରାଇ ଗଛରେ ପିଟି ହୋଇଯଇଥିଲା । ଫଳରେ ଟ୍ରକରେ ନିଆଁ ଲାଗି ବସ୍ପୋରଣ ସୃଷ୍ଟି ଘଟିଥିଲା । ଟ୍ରକରେ ଥିବା ଡ୍ରାଇଭର ଓ ହେଲପର ଗୁରୁତର ଆହାତ ହୋଇଥିଲେ । ସ୍ଥାନୀୟ ଲୋକଙ୍କ ସହୟାତରେ ସେମାନଙ୍କୁ ନିକଟସ୍ଥ ସ୍ୱାସ୍ଥ୍ୟ କେନ୍ଦ୍ରରେ ଭର୍ତ୍ତି କରାଯାଇଥିଲା । ଅବସ୍ଥା ଗୁରୁତର ଥିବାରୁ ସେମାନଙ୍କୁ ବିଶାଖାପଟଣା ସ୍ଥାନାନ୍ତର କରାଯିବା ବାଟରେ ହେଲପରଙ୍କ ମୃତ୍ୟୁ ହୋଇଥିବା ସୂଚନା ମିଳିଛି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଗଞ୍ଜାମ ଯିବେ ମୁଖ୍ୟମନ୍ତ୍ରୀ 🔴 ଜଳବନ୍ଦୀଙ୍କୁ କରାଯିବ ଏୟାରଲିଫ୍ଟ 🔴 ୧୮ରୁ ବିଧାନସଭା ଅଧିବେଶନ 🔴 ୭ ଜିଲ୍ଲାକୁ ରେଡ୍ ୱାର୍ଣ୍ଣିଂ 🔴 ନୀଳଗିରି ବସ୍‌ଷ୍ଟାଣ୍ଡ ନିକଟ ପେଟ୍ରୋଲ ପମ୍ପରେ ବିସ୍ଫୋରଣ 🔴 ଆସନ୍ତାକାଲି ପର୍ଯ୍ୟନ୍ତ ଓଡ଼ିଶା ପାଇଁ ଗୁରୁତ୍ବପୂର୍ଣ୍ଣ 🔴 ସଂଧ୍ୟା ସୁଦ୍ଧା ମାଲକାନଗିରି ଦେଇ ଯିବ ‘ଅର୍ଣ୍ଣବ’ 🔴 ‘ମାଲକାନଗିରି ବେଶୀ ପ୍ରଭାବିତ’ 🔴 IAS ସ୍ତରରେ ଅଦଳବଦଳ 🔴 ଘରେ ପଶିଲେ, ଲୁଟିଲେ..ଟିଭି ଭାଙ୍ଗି ଚାଲିଗଲେ 🔴 ଗଞ୍ଜାମ ଯିବେ ମୁଖ୍ୟମନ୍ତ୍ରୀ 🔴 ଜଳବନ୍ଦୀଙ୍କୁ କରାଯିବ ଏୟାରଲିଫ୍ଟ 🔴 ୧୮ରୁ ବିଧାନସଭା ଅଧିବେଶନ 🔴 ୭ ଜିଲ୍ଲାକୁ ରେଡ୍ ୱାର୍ଣ୍ଣିଂ 🔴 ନୀଳଗିରି ବସ୍‌ଷ୍ଟାଣ୍ଡ ନିକଟ ପେଟ୍ରୋଲ ପମ୍ପରେ ବିସ୍ଫୋରଣ 🔴 ଆସନ୍ତାକାଲି ପର୍ଯ୍ୟନ୍ତ ଓଡ଼ିଶା ପାଇଁ ଗୁରୁତ୍ବପୂର୍ଣ୍ଣ 🔴 ସଂଧ୍ୟା ସୁଦ୍ଧା ମାଲକାନଗିରି ଦେଇ ଯିବ ‘ଅର୍ଣ୍ଣବ’ 🔴 ‘ମାଲକାନଗିରି ବେଶୀ ପ୍ରଭାବିତ’ 🔴 IAS ସ୍ତରରେ ଅଦଳବଦଳ 🔴 ଘରେ ପଶିଲେ, ଲୁଟିଲେ..ଟିଭି ଭାଙ୍ଗି ଚାଲିଗଲେ