Masthead

ଆମ୍ବୁଲାନ୍ସ-ଟ୍ରକ ମୁହାଁମୁହିଁ: ଆମ୍ବୁଲାନ୍ସ ଚାଳକ ମୃତ

ପାଳଲହଡ଼ା, (ବଡ଼ ଖବର ବ୍ୟୁରୋ): ଅନୁଗୁଳ ଜିଲ୍ଲା ପାଲଲହଡ଼ା ଥାନା ମୁକ୍ତାପୁର ଛକ ନିକଟରେ ଆଜି ସଡ଼କ ଦୁର୍ଘଟଣା ଘଟିଛି। ସକାଳ ପ୍ରାୟ ୯ଟାରୁ ସାଢ଼େ ୯ଟା ମଧ୍ୟରେ ୧୦୨ ଆମ୍ବୁଲାନ୍ସ ରୋଗୀ ଆଣିବା ପାଇଁ କନ୍ତଳା ଅଭିମୁଖେ ଯାଉଥିଲା। ଏହି ସମୟରେ ମୁକ୍ତାପୁର ଛକ ନିକଟରେ ଏକ ଟ୍ରକ ସହ ମୁହାଁମୁହିଁ ଧକ୍କା ହୋଇଥିଲା। ଆମ୍ବୁଲାନ୍ସ ଚାଳକ ଗୁରୁତର ଆହତ ହୋଇଥିଲେ। ତୁରନ୍ତ ତାଙ୍କୁ ସ୍ଥାନୀୟ ମେଡିକାଲରେ ଭର୍ତ୍ତି କରାଯାଇଥିଲା। ହେଲେ ଡାକ୍ତର ତାଙ୍କୁ ମୃତ ଘୋଷଣା କରିଥିଲେ। ମୃତକ ହେଲେ ଖମାର ଥାନା ନିମିରିବେଡ଼ା ଗ୍ରାମର ବେଣୁଧର ନାୟକ (୩୫)।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଶ୍ରୀମନ୍ଦିରରେ ନାବାଳକକୁ ମାଡ଼! 🔴 ପବିତ୍ର ଶ୍ରୀପଞ୍ଚମୀରେ ବିଦ୍ୟାଦାତ୍ରୀ ମା’ ସରସ୍ବତୀଙ୍କୁ ଆବାହନ 🔴 ୭୨ ପ୍ରଧାନଶିକ୍ଷକଙ୍କ ଦରମା ବନ୍ଦ 🔴 ରାଜ୍ୟସଭା ନିର୍ବାଚନ ପାଇଁ ପ୍ରକ୍ରିୟା ଆରମ୍ଭ 🔴 ନୂଆ ହିତାଧିକାରୀଙ୍କୁ ଆଜି ମିଳିବ ସୁଭଦ୍ରା ଟଙ୍କା 🔴 ରାଜ୍ୟରେ କମିଲା ଶୀତ 🔴 ଆଜି ମହାପ୍ରଭୁଙ୍କ ଦୁର୍ଲ୍ଲଭ ପଦ୍ମବେଶ 🔴 ରଥ ତିଆରି ପାଇଁ ଗଲା ରଥ କାଠ 🔴 ବିଜାପୁରରେ ଏନକାଉଣ୍ଟର, ୬ ମାଓବାଦୀ ନିହତ 🔴 ଜଳିଗଲା ୧ନଂ ହାଟ 🔴 ଶ୍ରୀମନ୍ଦିରରେ ନାବାଳକକୁ ମାଡ଼! 🔴 ପବିତ୍ର ଶ୍ରୀପଞ୍ଚମୀରେ ବିଦ୍ୟାଦାତ୍ରୀ ମା’ ସରସ୍ବତୀଙ୍କୁ ଆବାହନ 🔴 ୭୨ ପ୍ରଧାନଶିକ୍ଷକଙ୍କ ଦରମା ବନ୍ଦ 🔴 ରାଜ୍ୟସଭା ନିର୍ବାଚନ ପାଇଁ ପ୍ରକ୍ରିୟା ଆରମ୍ଭ 🔴 ନୂଆ ହିତାଧିକାରୀଙ୍କୁ ଆଜି ମିଳିବ ସୁଭଦ୍ରା ଟଙ୍କା 🔴 ରାଜ୍ୟରେ କମିଲା ଶୀତ 🔴 ଆଜି ମହାପ୍ରଭୁଙ୍କ ଦୁର୍ଲ୍ଲଭ ପଦ୍ମବେଶ 🔴 ରଥ ତିଆରି ପାଇଁ ଗଲା ରଥ କାଠ 🔴 ବିଜାପୁରରେ ଏନକାଉଣ୍ଟର, ୬ ମାଓବାଦୀ ନିହତ 🔴 ଜଳିଗଲା ୧ନଂ ହାଟ