ଦ୍ଵାରଶୁଣି ଘାଟିରେ ପୁଣି ଦୁର୍ଘଟଣା, ଜଳିଗଲା ଟ୍ରକ

ବାରିପଦା(ବଡ଼ ଖବର ବ୍ୟୁରୋ):ବାଙ୍ଗିରିପୋଷି ସ୍ଥିତ ଦ୍ଵାରଶୁଣି ଘାଟିରେ ପୁଣି ଦୁର୍ଘଟଣା । ମୟୂରଭଞ୍ଜ ଜିଲ୍ଲା ୪୯ ନମ୍ବର ଜାତୀୟ ରାଜପଥର ବାଙ୍ଗିରିପୋଷି ଘାଟିରେ ଏକ ପିଆଜ ବୋଝେଇ ଟ୍ରକ୍‌ରେ ନିଆଁ ଲାଗିଯାଇଛି। ଦୁର୍ଘଟଣା ଗସ୍ତ ହେଇ ପିଆଜ ବୋଝେଇ ଟ୍ରକରେ ଲାଗିଲା ନିଆଁ । ଅଳ୍ପକେ ବର୍ତ୍ତିଲେ ଟ୍ରକର ଚାଳକ ଓ ହେଲପର । ଟ୍ରକ୍ ଟି ନାସିକରୁ ପିଆଜ ନେଇ କଲିକତା ଅଭିମୁଖେ ଯାଉଥିବାର ଘଟିଛି ଏହି ଘଟଣା ।

ଘଟଣା ସ୍ଥଳରେ ୨ଟି ଦମକଳ ବାହିନୀ ପହଞ୍ଚି ନିଆଁକୁ ଆୟତ୍ତ କରିବାକୁ ଚେଷ୍ଟା କରିଛନ୍ତି। ବିଶୋଇ ଥାନା ପୁଲିସ ଓ ବାଙ୍ଗିରିପୋଷି ଥାନା ପୁଲିସ ଘଟଣାସ୍ଥଳରେ ପହଞ୍ଚି ନିଆଁକୁ ଆୟତ୍ତ କରିବାକୁ ଉଦ୍ୟମ ଜାରି ରଖିଛନ୍ତି। ଟ୍ରକରେ ନିଆଁ ଲାଗିବା ପରେ ସେହି ରାସ୍ତାରେ ଗାଡ଼ିଚଳାଚଳ ଠପ୍‌ ହୋଇଯାଇଛି। ଟ୍ରକ୍‌ରେ କିପରି ନିଆଁ ଲାଗିଲା ତାର କାରଣ ଜଣାପଡ଼ିନାହିଁ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଗଞ୍ଜାମ ଯିବେ ମୁଖ୍ୟମନ୍ତ୍ରୀ 🔴 ଜଳବନ୍ଦୀଙ୍କୁ କରାଯିବ ଏୟାରଲିଫ୍ଟ 🔴 ୧୮ରୁ ବିଧାନସଭା ଅଧିବେଶନ 🔴 ୭ ଜିଲ୍ଲାକୁ ରେଡ୍ ୱାର୍ଣ୍ଣିଂ 🔴 ନୀଳଗିରି ବସ୍‌ଷ୍ଟାଣ୍ଡ ନିକଟ ପେଟ୍ରୋଲ ପମ୍ପରେ ବିସ୍ଫୋରଣ 🔴 ଆସନ୍ତାକାଲି ପର୍ଯ୍ୟନ୍ତ ଓଡ଼ିଶା ପାଇଁ ଗୁରୁତ୍ବପୂର୍ଣ୍ଣ 🔴 ସଂଧ୍ୟା ସୁଦ୍ଧା ମାଲକାନଗିରି ଦେଇ ଯିବ ‘ଅର୍ଣ୍ଣବ’ 🔴 ‘ମାଲକାନଗିରି ବେଶୀ ପ୍ରଭାବିତ’ 🔴 IAS ସ୍ତରରେ ଅଦଳବଦଳ 🔴 ଘରେ ପଶିଲେ, ଲୁଟିଲେ..ଟିଭି ଭାଙ୍ଗି ଚାଲିଗଲେ 🔴 ଗଞ୍ଜାମ ଯିବେ ମୁଖ୍ୟମନ୍ତ୍ରୀ 🔴 ଜଳବନ୍ଦୀଙ୍କୁ କରାଯିବ ଏୟାରଲିଫ୍ଟ 🔴 ୧୮ରୁ ବିଧାନସଭା ଅଧିବେଶନ 🔴 ୭ ଜିଲ୍ଲାକୁ ରେଡ୍ ୱାର୍ଣ୍ଣିଂ 🔴 ନୀଳଗିରି ବସ୍‌ଷ୍ଟାଣ୍ଡ ନିକଟ ପେଟ୍ରୋଲ ପମ୍ପରେ ବିସ୍ଫୋରଣ 🔴 ଆସନ୍ତାକାଲି ପର୍ଯ୍ୟନ୍ତ ଓଡ଼ିଶା ପାଇଁ ଗୁରୁତ୍ବପୂର୍ଣ୍ଣ 🔴 ସଂଧ୍ୟା ସୁଦ୍ଧା ମାଲକାନଗିରି ଦେଇ ଯିବ ‘ଅର୍ଣ୍ଣବ’ 🔴 ‘ମାଲକାନଗିରି ବେଶୀ ପ୍ରଭାବିତ’ 🔴 IAS ସ୍ତରରେ ଅଦଳବଦଳ 🔴 ଘରେ ପଶିଲେ, ଲୁଟିଲେ..ଟିଭି ଭାଙ୍ଗି ଚାଲିଗଲେ