Masthead

ଦୋକନ ଉପରେ ଚଢ଼ିଗଲା ଟ୍ରକ

ବାରିପଦା (ବଡ଼ ଖବର ବ୍ୟୁରୋ): ଦୋକନ ଉପରେ ଚଢ଼ିଗଲା ଟ୍ରକ, ଜଣେ ମୃତ,୨ଜଣଙ୍କ ଅବସ୍ଥା ସଂକଟାପନ୍ନ, ୩ଆହତ । ଗତକାଲି ବିଳମ୍ବିତ ରାତିର ଘଟିଛି ଦୁର୍ଘଟଣା ଘଟଣା ।  ମୟୂରଭଞ୍ଜ ଜିଲ୍ଲା ଝାରପୋଖରିଆ ବଜାରରେ ସୋମବାର ବିଳମ୍ଵିତ ରାତିରେ ଏଭଳି ଘଟଣା ଘଟିଛି। ଗୁରୁତରଙ୍କୁ ଉଦ୍ଧାର କରାଯାଇ ଡାକ୍ତରଖାନାରେ ଭର୍ତ୍ତି କରାଯାଇଛି।   ସୋମବାର ବିଳମ୍ଵିତ ରାତିରେ ବାରିପଦା ପଟୁ ଜାମଶୋଳା ଅଭିମୁଖେ ଯାଉଥିବା ଏକ ମାଲ୍ ବୋଝେଇ ଟ୍ରକ୍ ଝାରପୋଖରିଆ ବଜାରରେ ୭ଟି ଦୋକାନ ଘର ଉପରକୁ ମାଡ଼ି ଯାଇଥିଲା।

ଫଳରେ ୩ ଜଣ ମହିଳା ଗୁରୁତର ଆହତ ହୋଇଥିଲେ। ସ୍ଥାନୀୟ ଲୋକେ ସେମାନଙ୍କୁ ଉଦ୍ଧାର କରି ପିଆରଏମ ମେଡିକାଲ କଲେଜ ଓ ଡାକ୍ତରଖାନାରେ ଭର୍ତ୍ତି କରିଛନ୍ତି। ଘଟଣାସ୍ଥଳରେ ଉତ୍ତେଜନା ପ୍ରକାଶ ପାଇଛି। ସ୍ଥାନୀୟ ଲୋକେ ୧୮ ନମ୍ବର ଓ ୪୯ ନମ୍ବର ଜାତୀୟ ରାଜପଥକୁ ଅବରୋଧ କରିଛନ୍ତି। ୧୮ନଂ ଓ ୪୯ନଂ ଜାତୀୟ ରାଜପଥର ସଂଯୋଗ ସ୍ଥଳ ଗୋଲେଇ ଉପରରେ ଓଭରବ୍ରିଜ ନିର୍ମାଣ ଅଧପାନ୍ତରିଆ ଭାବେ ପଡ଼ିରହିଥିବା ଦ୍ଵାରା ପ୍ରତ୍ୟେକ ଦିନ ଦୁର୍ଘଟଣା ଘଟୁଥିବା ଅଭିଯୋଗ ହୋଇଛି।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ତୀର୍ଥଯାତ୍ରୀ ବସ ଦୁର୍ଘଟଣା ଗ୍ରସ୍ତ 🔴 ବର୍ଷାକୁ ଅରେଞ୍ଜ ୱାର୍ଣ୍ଣିଂ 🔴 ବନସ୍ତେ ଡାକିଲା ଗଜ, ବରଷକେ ଥରେ ଆସିଛି ରଜ…. 🔴 ଭାରତୀୟ ନୂତନ ସ୍ଥଳସେନା ମୁଖ୍ୟ 🔴 ଆସାମରେ ବାୟୁସେନା ବିମାନ ଦୁର୍ଘଟଣା । 🔴 ଓଏଏସ ପ୍ରେମିକକୁ ମହଙ୍ଗା ପଡ଼ିଲା ପ୍ରେମ!ଚନ୍ଦ୍ରିକାଙ୍କ ମୃତ୍ୟୁ ବନ୍ଧାହେଲେ ଭୀମସେନ 🔴 ଆଜି ସଜବାଜ କାଲି ପହିଲି ରଜ 🔴 ଗୋମାଫିଆଙ୍କ ଘରେ ପୋଲିସର ଚଢ଼ାଉ 🔴 ଆଜିଠାରୁ ମହିଳା ବିଶ୍ୱକପ୍ ମହାକୁମ୍ଭ 🔴 ବଢିଲା ନିଟ୍ (ୟୁଜି)ପରୀକ୍ଷା ସମୟ ଅବଧି 🔴 ତୀର୍ଥଯାତ୍ରୀ ବସ ଦୁର୍ଘଟଣା ଗ୍ରସ୍ତ 🔴 ବର୍ଷାକୁ ଅରେଞ୍ଜ ୱାର୍ଣ୍ଣିଂ 🔴 ବନସ୍ତେ ଡାକିଲା ଗଜ, ବରଷକେ ଥରେ ଆସିଛି ରଜ…. 🔴 ଭାରତୀୟ ନୂତନ ସ୍ଥଳସେନା ମୁଖ୍ୟ 🔴 ଆସାମରେ ବାୟୁସେନା ବିମାନ ଦୁର୍ଘଟଣା । 🔴 ଓଏଏସ ପ୍ରେମିକକୁ ମହଙ୍ଗା ପଡ଼ିଲା ପ୍ରେମ!ଚନ୍ଦ୍ରିକାଙ୍କ ମୃତ୍ୟୁ ବନ୍ଧାହେଲେ ଭୀମସେନ 🔴 ଆଜି ସଜବାଜ କାଲି ପହିଲି ରଜ 🔴 ଗୋମାଫିଆଙ୍କ ଘରେ ପୋଲିସର ଚଢ଼ାଉ 🔴 ଆଜିଠାରୁ ମହିଳା ବିଶ୍ୱକପ୍ ମହାକୁମ୍ଭ 🔴 ବଢିଲା ନିଟ୍ (ୟୁଜି)ପରୀକ୍ଷା ସମୟ ଅବଧି