Masthead

ବସକୁ ଧକ୍କା ଦେଲା ଟ୍ରକ, ୧୫ ଆହତ

ଆନନ୍ଦପୁର (ବଡ଼ ଖବର ବ୍ୟୁରୋ): ଯାତ୍ରୀବାହି ବସକୁ ପଛ ପଟୁ ଧକ୍କା ଦେଲା ଚାଉଳ ବୋଝେଇ ଟ୍ରକ । ଦୁର୍ଘଟଣାରେ ୧୫ ରୁ ଉର୍ଦ୍ଧ ଆହତ ୩ ଗୁରୁତର । ରାଜ୍ୟ ରାଜପଥ ୫୩ ର କରଞ୍ଜିଆ – ଆନନ୍ଦପୁର ରାସ୍ତାର ସାତକୋଶିଆ ଘାଟିରେ ସାଇଶଙ୍କର ନାମକ ବସ ଓଲଟି ପଡିବାରୁ ୧୫ରୁ ଉର୍ଦ୍ଧ ଲୋକ ଆହତ ହୋଇଥିବା ବେଳେ ୩ଜଣ ଗୁରୁତର ହୋଇଛନ୍ତି । ଗୁରୁତରଙ୍କ ମଧ୍ୟରୁ ଜଣକୁ କଟକ ରେଫର କରାଯାଇଛି ।

ମୟୁରଭଞ୍ଜ ଜାମଦାରୁ ଭୁବନେଶ୍ୱର ଯାଉଥିବା ଏହି ବସକୁ ଘାଟି ରାସ୍ତାରେ ରାତି ୧.୩୦ ସମୟରେ ପଛପଟୁ ଏକ ଚାଉଳ ବୋଝେଇ ଟ୍ରକ ଧକ୍କା ଦେଇଥିଲା । ଫଳରେ ଭାରସାମ୍ୟ ହରାଇ ବସଟି ୩୦ଫୁଟ ତଳକୁ ଓଲଟି ପଡିଥିଲା । ଭାଗ୍ୟବଶତଃ ସମସ୍ତଙ୍କ ଜୀବନ ବଞ୍ଚି ଯାଇଥିବା ବେଳେ ସମସ୍ତ ଆହତ ଓ ଗୁରୁତରଙ୍କୁ ଆନନ୍ଦପୁର ମେଡିକାଲରେ ଚିକିତ୍ସା କରାଯାଉଛି । ଘଟଣା ସ୍ଥଳରେ ମହୁଲଡିହା ପୋଲିସ ପହଞ୍ଚି ଅଧିକ ତଦନ୍ତ ଜାରି ରଖିଛି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 କଂଗ୍ରେସକୁ ଫିନିସ୍‌ କରିବାକୁ ବିଜେଡି ସବୁବେଳେ ଷଡ଼ଯନ୍ତ୍ରରେ ରହିଛି: ସୋଫିଆ ଫିର୍ଦ୍ଦୋଷ 🔴 ବିଜେପି ଘୋଡ଼ା ବେପାର କରୁଛି: ନବୀନ ପଟ୍ଟନାୟକ 🔴 ରୋଗୀଙ୍କୁ ଲାତ, ଗୋଇଠା ମାରିଲେ ମହିଳା ଡାକ୍ତର 🔴 ଇରାନର କ୍ରାଉନ୍ ଜୁଏଲ୍ ଖାର୍ଗ ଦ୍ବୀପରେ ଆମେରିକାର ଆକ୍ରମଣ 🔴 ମାର୍ଚ୍ଚରୁ ଡରାଇଲାଣି ତାତି 🔴 ଆଜି ଗୃହରେ ପୁଣି ଉଠିବ ଗ୍ୟାସ୍ ପ୍ରସଙ୍ଗ! 🔴 ବକେୟା ଟ୍ରାଫିକ୍ ଚାଲାଣ ସମାଧାନ ପାଇଁ ନୂଆ ବ୍ୟବସ୍ଥା 🔴 ରାଜ୍ୟସଭା ନିର୍ବାଚନ ପାଇଁ କଂଗ୍ରେସ ଜାରି କଲା ହ୍ବିପ୍ 🔴 ହର୍ମୁଜରେ ଭାରତକୁ ଅନୁମତି 🔴 ଓମାନର ସଲାଲାହ ବନ୍ଦର ଉପରେ ଇରାନୀ ଡ୍ରୋନ୍ ଆକ୍ରମଣ 🔴 କଂଗ୍ରେସକୁ ଫିନିସ୍‌ କରିବାକୁ ବିଜେଡି ସବୁବେଳେ ଷଡ଼ଯନ୍ତ୍ରରେ ରହିଛି: ସୋଫିଆ ଫିର୍ଦ୍ଦୋଷ 🔴 ବିଜେପି ଘୋଡ଼ା ବେପାର କରୁଛି: ନବୀନ ପଟ୍ଟନାୟକ 🔴 ରୋଗୀଙ୍କୁ ଲାତ, ଗୋଇଠା ମାରିଲେ ମହିଳା ଡାକ୍ତର 🔴 ଇରାନର କ୍ରାଉନ୍ ଜୁଏଲ୍ ଖାର୍ଗ ଦ୍ବୀପରେ ଆମେରିକାର ଆକ୍ରମଣ 🔴 ମାର୍ଚ୍ଚରୁ ଡରାଇଲାଣି ତାତି 🔴 ଆଜି ଗୃହରେ ପୁଣି ଉଠିବ ଗ୍ୟାସ୍ ପ୍ରସଙ୍ଗ! 🔴 ବକେୟା ଟ୍ରାଫିକ୍ ଚାଲାଣ ସମାଧାନ ପାଇଁ ନୂଆ ବ୍ୟବସ୍ଥା 🔴 ରାଜ୍ୟସଭା ନିର୍ବାଚନ ପାଇଁ କଂଗ୍ରେସ ଜାରି କଲା ହ୍ବିପ୍ 🔴 ହର୍ମୁଜରେ ଭାରତକୁ ଅନୁମତି 🔴 ଓମାନର ସଲାଲାହ ବନ୍ଦର ଉପରେ ଇରାନୀ ଡ୍ରୋନ୍ ଆକ୍ରମଣ