Masthead

ଟ୍ରକ୍‌ ପଛକୁ ପିଟିଲା ପିକ୍‌ଅପ, ୩ ମୃତ

ଯାଜପୁର (ବଡ଼ ଖବର ବ୍ୟୁରୋ): ଟ୍ରକ୍‌ ପଛକୁ ପିଟିଲା ପିକ୍‌ଅପ୍‌ । ୩ ମୃତ,  ୬ଗୁରୁତର । ଏଭଳି ଦୃଶ୍ୟ ଦେଖିବାକୁ ମିଳିଛି ବାଲିଚନ୍ଦ୍ରପୁର ଥାନା ଏନଏଚ-୫୩ ଚାରିନଙ୍ଗଳ ଛକରେ । ଏହି ଦୁର୍ଘଟଣାରେ ୩ଜଣଙ୍କର ମୃତ୍ୟୁ ହୋଇଥିବାବେଳେ ୬ଜଣ ଗୁରୁତର ହୋଇଛନ୍ତି। ସୂଚନା ଅନୁଯାୟୀ ଏକ ପିକଅପ ଗାଡି ଚଣ୍ଡିଖୋଲରୁ ପାରାଦ୍ୱୀପ ଅଭିମୁଖେ ଯାଉଥିବାବେଳେ ଚାରିନଙ୍ଗଳ ନିକଟରେ ଏକ ଟ୍ରକ ସହ ଧକା ହୋଇଥିଲା। ଯାହା ଫଳରେ ପିକଅପ ଡ୍ରାଇଭର ସହ ଡାଲା ଗାଡି ପଛପଟେ ବସିଥିବା ମୋଟ ୯ ଜଣକ ମଧ୍ୟରୁ ୩ଜଣଙ୍କ ର ମୃତ୍ୟୁ ହୋଇଥିବାବେଳେ ୬ଜଣ ଗୁରୁତର ହୋଇଛନ୍ତି। ଘଟଣାସ୍ଥଳରେ ଚଣ୍ଡିଖୋଲ ଅଗ୍ନିଶମ ବାହିନୀ ପହଂଚି ଗୁରୁତରଙ୍କୁ ଉଦ୍ଧାର କରି ବଡ଼ଚଣା ଗୋଷ୍ଠୀ ସ୍ୱାସ୍ଥ୍ୟ କେନ୍ଦ୍ରରେ ଭର୍ତ୍ତି କରିଛନ୍ତି।

ଗୁରୁତରମାନଙ୍କୁ କଟକ ମେଡିକାଲ ସ୍ଥାନାନ୍ତର କରାଯାଇଛି। ଜଣଙ୍କର ଘଟଣା ସ୍ଥଳରେ ମୃତ୍ୟୁ ହୋଇଥିବାବେଳେ କଟକ ବଡ଼ ମେଡିକାଲ ଯିବାବେଳେ ବାଟରେ ଅନ୍ୟ ୨ଜଣଙ୍କର ମୃତ୍ୟୁ ହୋଇଥିବା ସୂଚନା ମିଳିଛି। ବାଲିଚନ୍ଦ୍ରପୁର ଅଂଚଳରୁ ଶୁଖୁଆ ବୋଝେଇ କରି ପିକ ଅପ ଗାଡିରେ ପାରାଦ୍ୱୀପ ଯାଉଥିବା ସମୟରେ ଘଟିଛି ଦୁର୍ଘଟଣା। ଅତ୍ୟଧିକ କୁହୁଡି ଯୋଗୁ ଦୁର୍ଘଟଣା ଘଟିଥିବା ସନ୍ଦେହ କରାଯାଉଛି। ଘଟଣାସ୍ଥଳରେ ବାଲିଚନ୍ଦ୍ରପୁର ପୋଲିସ ପହଂଚି ଘଟଣାର ଅଧିକ ତଦନ୍ତ ଚଳାଇଛି। ତେବେ ସ୍ଥାନୀୟ ଅଞ୍ଚଳରେ ଶୋକର ଛାୟା ଖେଳିଯାଇଛି।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଆଇଇଡି ବିସ୍ଫୋରଣରେ ଉଡ଼ିଲା ରେଳ ଟ୍ରାକ୍ 🔴 କଙ୍ଗାରୁ କୋର୍ଟ ପାଇଁ ଜୀବନ ହାରିଲା ପରିବାର 🔴 ଆଜି ଭାରତ-ଇୟୁ ମଧ୍ୟରେ ବଡ଼ ଡ଼ିଲ୍ 🔴 ସାଧାରଣତନ୍ତ୍ର ଦିବସରେ ମୁଖ୍ୟମନ୍ତ୍ରୀଙ୍କ ସମ୍ବୋଧନ 🔴 ଦେଶ ପାଳୁଛି ୭୭ତମ ସାଧାରଣତନ୍ତ୍ର ଦିବସ 🔴 ଜୀବନ ଯୁଦ୍ଧରେ ହାରିଗଲେ ଅଭିଜିତ ମଜୁମଦାର 🔴 ଆହୁରି ବଢିବ ରାତି ତାପମାତ୍ରା 🔴 ଶ୍ରୀମନ୍ଦିରରେ ନାବାଳକକୁ ମାଡ଼! 🔴 ପବିତ୍ର ଶ୍ରୀପଞ୍ଚମୀରେ ବିଦ୍ୟାଦାତ୍ରୀ ମା’ ସରସ୍ବତୀଙ୍କୁ ଆବାହନ 🔴 ୭୨ ପ୍ରଧାନଶିକ୍ଷକଙ୍କ ଦରମା ବନ୍ଦ 🔴 ଆଇଇଡି ବିସ୍ଫୋରଣରେ ଉଡ଼ିଲା ରେଳ ଟ୍ରାକ୍ 🔴 କଙ୍ଗାରୁ କୋର୍ଟ ପାଇଁ ଜୀବନ ହାରିଲା ପରିବାର 🔴 ଆଜି ଭାରତ-ଇୟୁ ମଧ୍ୟରେ ବଡ଼ ଡ଼ିଲ୍ 🔴 ସାଧାରଣତନ୍ତ୍ର ଦିବସରେ ମୁଖ୍ୟମନ୍ତ୍ରୀଙ୍କ ସମ୍ବୋଧନ 🔴 ଦେଶ ପାଳୁଛି ୭୭ତମ ସାଧାରଣତନ୍ତ୍ର ଦିବସ 🔴 ଜୀବନ ଯୁଦ୍ଧରେ ହାରିଗଲେ ଅଭିଜିତ ମଜୁମଦାର 🔴 ଆହୁରି ବଢିବ ରାତି ତାପମାତ୍ରା 🔴 ଶ୍ରୀମନ୍ଦିରରେ ନାବାଳକକୁ ମାଡ଼! 🔴 ପବିତ୍ର ଶ୍ରୀପଞ୍ଚମୀରେ ବିଦ୍ୟାଦାତ୍ରୀ ମା’ ସରସ୍ବତୀଙ୍କୁ ଆବାହନ 🔴 ୭୨ ପ୍ରଧାନଶିକ୍ଷକଙ୍କ ଦରମା ବନ୍ଦ