ଟ୍ରମ୍ପ୍ ଓ ଏଲନ୍ ମସ୍କଙ୍କ ସମ୍ପର୍କରେ ଫାଟ

ନୂଆଦିଲ୍ଲୀ (ବଡ଼ ଖବର ବ୍ୟୁରୋ): ଡୋନାଲ୍ଡ ଟ୍ରମ୍ପ୍ ଓ ଏଲନ୍ ମସ୍କଙ୍କ ସମ୍ପର୍କରେ ଫାଟ । ଟ୍ରମ୍ପଙ୍କ ସର୍ବୋଚ୍ଚ ପରାମର୍ଶଦାତା ପଦରୁ ମସ୍କଙ୍କ ଇସ୍ତଫା । ଇସ୍ତଫା ନେଇ ଏକ୍ସ ପୋଷ୍ଟରେ ଏଲନ୍ ମସ୍କଙ୍କ ସୂଚନା । ଆମେରିକା ସରକାରରେ ନିଜ ପଦରୁ ଇସ୍ତଫା ଦେଇଛନ୍ତି ଏଲନ ମସ୍କ । ଟ୍ରମ୍ପ ସରକାରରେ ଡିଓଜିଇ ମୁଖ୍ୟ ଭାବେ ଦାୟିତ୍ବ ସମ୍ଭାଳୁଥିବା ମସ୍କ । ଅଚାନକ ନିଜ ପଦରୁ ଇସ୍ତଫା ଦେଇଛନ୍ତି । ଏନେଇ ନିଜ ସୋସିଆଲ୍ ମିଡିଆ ପ୍ଲାଟଫର୍ମ ଏକ୍ସରେ ସୂଚନା ଦେଇଛନ୍ତି ମସ୍କ ।

ସେ କହିଛନ୍ତି, ଆମେରିକା ସରକାରରେ ବିଶେଷ କର୍ମଚାରୀ ଭାବେ ମୋର କାର୍ଯ୍ୟକାଳ ଶେଷ ହୋଇଛି । ଅଯଥା ଖର୍ଚ୍ଚ କମାଇବାକୁ ସୁଯୋଗ ଦେଇଥିବାରୁ ଟ୍ରମ୍ପଙ୍କୁ ଧନ୍ୟବାଦ ଦେବାକୁ ଚାହୁଛି । ସମୟ ସହ ଡିଓଜିଇ ବିଭାଗ ଆହୁରି ଶକ୍ତିଶାଳୀ ହେବ । ତେବେ ଟ୍ରମ୍ପ ଦ୍ବିତୀୟଥର ରାଷ୍ଟ୍ରପତି ଭାବେ ନିର୍ବାଚିତ ହେବା ପରେ ଏଲନ ମସ୍କଙ୍କୁ ଡିଓଜିଇର ମୁଖ୍ୟ ଭାବେ ନିଯୁକ୍ତ କରିଥିଲେ ।

ଏହି ବିଭାଗର କାର୍ଯ୍ୟ ଥିଲା ସରକାରୀ ଖର୍ଚ୍ଚ ଅର୍ଥ କମ କରିବା ଏବଂ ଅଯଥା ନିଯୁକ୍ତିକୁ କମାଇବା । ମସ୍କ ଏହି ବିଭାଗର ଦାୟିତ୍ବ ନେବା ପରେ ଅନେକ ବିଭାଗରୁ ଛଟେଇ କରାଯାଇଥିବା ବେଳେ ସରକାରୀ ଖର୍ଚ୍ଚ କାଟ କରାଯାଇଥିଲା । ହେଲେ ଏବେ ଉକ୍ତ ପଦବିକୁ ବାଏ ବାଏ କରିଛନ୍ତି ମସ୍କ ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଚୌଦ୍ୱାର ଜେଲ କଳି ବଢାଇଲା ଅଡ଼ୁଆ 🔴 ଭଞ୍ଜନଗର ଗିଡ଼ିପାବାଲି ଗାଁରେ ଧସିଲା ପାହାଡ଼, ୧୨ ନିଖୋଜ 🔴 ଗଞ୍ଜାମ ଯିବେ ମୁଖ୍ୟମନ୍ତ୍ରୀ 🔴 ଜଳବନ୍ଦୀଙ୍କୁ କରାଯିବ ଏୟାରଲିଫ୍ଟ 🔴 ୧୮ରୁ ବିଧାନସଭା ଅଧିବେଶନ 🔴 ୭ ଜିଲ୍ଲାକୁ ରେଡ୍ ୱାର୍ଣ୍ଣିଂ 🔴 ନୀଳଗିରି ବସ୍‌ଷ୍ଟାଣ୍ଡ ନିକଟ ପେଟ୍ରୋଲ ପମ୍ପରେ ବିସ୍ଫୋରଣ 🔴 ଆସନ୍ତାକାଲି ପର୍ଯ୍ୟନ୍ତ ଓଡ଼ିଶା ପାଇଁ ଗୁରୁତ୍ବପୂର୍ଣ୍ଣ 🔴 ସଂଧ୍ୟା ସୁଦ୍ଧା ମାଲକାନଗିରି ଦେଇ ଯିବ ‘ଅର୍ଣ୍ଣବ’ 🔴 ‘ମାଲକାନଗିରି ବେଶୀ ପ୍ରଭାବିତ’ 🔴 ଚୌଦ୍ୱାର ଜେଲ କଳି ବଢାଇଲା ଅଡ଼ୁଆ 🔴 ଭଞ୍ଜନଗର ଗିଡ଼ିପାବାଲି ଗାଁରେ ଧସିଲା ପାହାଡ଼, ୧୨ ନିଖୋଜ 🔴 ଗଞ୍ଜାମ ଯିବେ ମୁଖ୍ୟମନ୍ତ୍ରୀ 🔴 ଜଳବନ୍ଦୀଙ୍କୁ କରାଯିବ ଏୟାରଲିଫ୍ଟ 🔴 ୧୮ରୁ ବିଧାନସଭା ଅଧିବେଶନ 🔴 ୭ ଜିଲ୍ଲାକୁ ରେଡ୍ ୱାର୍ଣ୍ଣିଂ 🔴 ନୀଳଗିରି ବସ୍‌ଷ୍ଟାଣ୍ଡ ନିକଟ ପେଟ୍ରୋଲ ପମ୍ପରେ ବିସ୍ଫୋରଣ 🔴 ଆସନ୍ତାକାଲି ପର୍ଯ୍ୟନ୍ତ ଓଡ଼ିଶା ପାଇଁ ଗୁରୁତ୍ବପୂର୍ଣ୍ଣ 🔴 ସଂଧ୍ୟା ସୁଦ୍ଧା ମାଲକାନଗିରି ଦେଇ ଯିବ ‘ଅର୍ଣ୍ଣବ’ 🔴 ‘ମାଲକାନଗିରି ବେଶୀ ପ୍ରଭାବିତ’