Masthead

ଟ୍ରମ୍ପ୍ ଓ ଏଲନ୍ ମସ୍କଙ୍କ ସମ୍ପର୍କରେ ଫାଟ

ନୂଆଦିଲ୍ଲୀ (ବଡ଼ ଖବର ବ୍ୟୁରୋ): ଡୋନାଲ୍ଡ ଟ୍ରମ୍ପ୍ ଓ ଏଲନ୍ ମସ୍କଙ୍କ ସମ୍ପର୍କରେ ଫାଟ । ଟ୍ରମ୍ପଙ୍କ ସର୍ବୋଚ୍ଚ ପରାମର୍ଶଦାତା ପଦରୁ ମସ୍କଙ୍କ ଇସ୍ତଫା । ଇସ୍ତଫା ନେଇ ଏକ୍ସ ପୋଷ୍ଟରେ ଏଲନ୍ ମସ୍କଙ୍କ ସୂଚନା । ଆମେରିକା ସରକାରରେ ନିଜ ପଦରୁ ଇସ୍ତଫା ଦେଇଛନ୍ତି ଏଲନ ମସ୍କ । ଟ୍ରମ୍ପ ସରକାରରେ ଡିଓଜିଇ ମୁଖ୍ୟ ଭାବେ ଦାୟିତ୍ବ ସମ୍ଭାଳୁଥିବା ମସ୍କ । ଅଚାନକ ନିଜ ପଦରୁ ଇସ୍ତଫା ଦେଇଛନ୍ତି । ଏନେଇ ନିଜ ସୋସିଆଲ୍ ମିଡିଆ ପ୍ଲାଟଫର୍ମ ଏକ୍ସରେ ସୂଚନା ଦେଇଛନ୍ତି ମସ୍କ ।

ସେ କହିଛନ୍ତି, ଆମେରିକା ସରକାରରେ ବିଶେଷ କର୍ମଚାରୀ ଭାବେ ମୋର କାର୍ଯ୍ୟକାଳ ଶେଷ ହୋଇଛି । ଅଯଥା ଖର୍ଚ୍ଚ କମାଇବାକୁ ସୁଯୋଗ ଦେଇଥିବାରୁ ଟ୍ରମ୍ପଙ୍କୁ ଧନ୍ୟବାଦ ଦେବାକୁ ଚାହୁଛି । ସମୟ ସହ ଡିଓଜିଇ ବିଭାଗ ଆହୁରି ଶକ୍ତିଶାଳୀ ହେବ । ତେବେ ଟ୍ରମ୍ପ ଦ୍ବିତୀୟଥର ରାଷ୍ଟ୍ରପତି ଭାବେ ନିର୍ବାଚିତ ହେବା ପରେ ଏଲନ ମସ୍କଙ୍କୁ ଡିଓଜିଇର ମୁଖ୍ୟ ଭାବେ ନିଯୁକ୍ତ କରିଥିଲେ ।

ଏହି ବିଭାଗର କାର୍ଯ୍ୟ ଥିଲା ସରକାରୀ ଖର୍ଚ୍ଚ ଅର୍ଥ କମ କରିବା ଏବଂ ଅଯଥା ନିଯୁକ୍ତିକୁ କମାଇବା । ମସ୍କ ଏହି ବିଭାଗର ଦାୟିତ୍ବ ନେବା ପରେ ଅନେକ ବିଭାଗରୁ ଛଟେଇ କରାଯାଇଥିବା ବେଳେ ସରକାରୀ ଖର୍ଚ୍ଚ କାଟ କରାଯାଇଥିଲା । ହେଲେ ଏବେ ଉକ୍ତ ପଦବିକୁ ବାଏ ବାଏ କରିଛନ୍ତି ମସ୍କ ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 କାଦୁଅରେ ପଶି କଲବଲ ହେଲା ଦନ୍ତା 🔴 ବନ୍ୟା ସ୍ଥିତି ନେଇ ରାଜସ୍ୱ ମନ୍ତ୍ରୀଙ୍କ ସମୀକ୍ଷା ବୈଠକ 🔴 ଆଜି ଦକ୍ଷିଣ ଓ ପଶ୍ଚିମ ଓଡ଼ିଶାରେ ପ୍ରବଳ ବର୍ଷା! 🔴 ବୁଡିଗଲା ପୋଲ, ଧୋଇଗଲା ରାସ୍ତା 🔴 ମହାପ୍ରଭୁଙ୍କ ବନକଲାଗି, ୫ ଘଣ୍ଟା ଦର୍ଶନ ବନ୍ଦ 🔴 ୮ ଜିଲ୍ଲାରେ ସ୍କୁଲ୍ ଛୁଟି 🔴 ଭୂମିକମ୍ପରେ ଦୋହଲିଲା ଜାପାନ, ୭.୧ ତୀବ୍ରତାରେ କମ୍ପିଲା ଅନେକ ଅଞ୍ଚଳ 🔴 ସନ୍ଧ୍ୟା ସୁଦ୍ଧା ବଡ଼ ବନ୍ୟା 🔴 ଫାଇଲ ଗାଏବ ଘଟଣା, କମିଶନରେଟ ପୋଲିସକୁ ଚିଠି ଲେଖିଲେ ୨ ପୂର୍ବତନ ଆଇଏଏସ 🔴 ସ୍ୱର୍ଣ୍ଣ ଜିତିଲେ ଶର୍ମିଳା 🔴 କାଦୁଅରେ ପଶି କଲବଲ ହେଲା ଦନ୍ତା 🔴 ବନ୍ୟା ସ୍ଥିତି ନେଇ ରାଜସ୍ୱ ମନ୍ତ୍ରୀଙ୍କ ସମୀକ୍ଷା ବୈଠକ 🔴 ଆଜି ଦକ୍ଷିଣ ଓ ପଶ୍ଚିମ ଓଡ଼ିଶାରେ ପ୍ରବଳ ବର୍ଷା! 🔴 ବୁଡିଗଲା ପୋଲ, ଧୋଇଗଲା ରାସ୍ତା 🔴 ମହାପ୍ରଭୁଙ୍କ ବନକଲାଗି, ୫ ଘଣ୍ଟା ଦର୍ଶନ ବନ୍ଦ 🔴 ୮ ଜିଲ୍ଲାରେ ସ୍କୁଲ୍ ଛୁଟି 🔴 ଭୂମିକମ୍ପରେ ଦୋହଲିଲା ଜାପାନ, ୭.୧ ତୀବ୍ରତାରେ କମ୍ପିଲା ଅନେକ ଅଞ୍ଚଳ 🔴 ସନ୍ଧ୍ୟା ସୁଦ୍ଧା ବଡ଼ ବନ୍ୟା 🔴 ଫାଇଲ ଗାଏବ ଘଟଣା, କମିଶନରେଟ ପୋଲିସକୁ ଚିଠି ଲେଖିଲେ ୨ ପୂର୍ବତନ ଆଇଏଏସ 🔴 ସ୍ୱର୍ଣ୍ଣ ଜିତିଲେ ଶର୍ମିଳା