ଆତ୍ମସମର୍ପଣ କରିପାରନ୍ତି ଟ୍ରମ୍ପ

ନୂଆଦିଲ୍ଲୀ (ବଡ଼ ଖବର ବ୍ୟୁରୋ): ଆତ୍ମସମର୍ପଣ କରିପାରନ୍ତି ଟ୍ରମ୍ପଡେନାଲ୍ଡ ଟ୍ରମ୍ପ । ଆମେରିକାର ପୂର୍ବତନ ରାଷ୍ଟପତି କୋର୍ଟରେ ଆତ୍ମସମର୍ପଣ କରିପାରନ୍ତି । ଯାହାକୁ ନେଇ ନ୍ୟୁୟର୍କରେ ସୁରକ୍ଷା ବ୍ୟବସ୍ଥାକୁ କଡାକଡି କରାଯାଇଛି । ଟ୍ରମ୍ପ ଟାୱାରକୁ ନୁ୍ୟୟର୍କ ପୁଲିସ ଘେରିଥିବା ଜଣାପଡ଼ିଛି । ଟ୍ରମ୍ପ କୋର୍ଟରେ ହାଜର ହେବା ପୂର୍ବରୁ ତାଙ୍କର ସମର୍ଥକମାନେ ପ୍ରଦର୍ଶନ କରିବାର ଯଥେଷ୍ଟ ସମ୍ଭାବନା ରହିଛି । ଏଥିପାଇଁ ତାଙ୍କର ଅନେକ ସମର୍ଥକ ଚେତାବନୀ ମଧ୍ୟ ଦେଇଛନ୍ତି । ମୈନହଟ୍ଟନ୍ କ୍ରିମିନାଲ କୋର୍ଟହାଉସ୍ ପାଖ ମୁଖ୍ୟରାସ୍ତାକୁ ବନ୍ଦ କରିଦିଆଯାଇଛି ।

ଟ୍ରମ୍ପଙ୍କ କୋର୍ଟରେ ହାଜିରା ପୂର୍ବରୁ ତାଙ୍କର ସମର୍ଥକମାନେ ସହରରେ ବ୍ୟାପକ ପ୍ରଦର୍ଶନ କରିବେ ବୋଲି ପୁଲିସ ବିଭାଗ ଆଶଙ୍କା କରୁଛି । ପର୍ଣ୍ଣ ଷ୍ଟାର ଷ୍ଟର୍ମି ଡେନିୟଲ୍ସଙ୍କୁ ଲାଞ୍ଚ ଦେବା ଅଭିଯୋଗରେ ଡୋନାଲ୍ଡ ଟ୍ରମ୍ପଙ୍କ ଅଡୁଆ ବଢିଯାଇଛି । ଏହି ମାମଲାରେ ଗିରଫଦାରୀକୁ ଏଡାଇବାକୁ ସେ କୋର୍ଟରେ ଯାଇ ଆତ୍ମସମର୍ପଣ କରିପାରନ୍ତି ବୋଲି ଅନ୍ତର୍ଜାତୀୟ ଗଣମାଧ୍ୟମରେ ଚର୍ଚ୍ଚା ହେଉଛି । ଏହି ସମ୍ଭାବନାକୁ ଦୃଷ୍ଟିରେ ରଖି ନ୍ୟୁୟର୍କରେ ସୁରକ୍ଷା ବ୍ୟବସ୍ଥାକୁ କଡାକଡି କରାଯାଇଛି । ଟ୍ରମ୍ପ ଟାୱାରକୁ କଡା ସୁରକ୍ଷା ବଳୟ ଭିତରେ ରଖାଯାଇଛି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଜଳବନ୍ଦୀଙ୍କୁ କରାଯିବ ଏୟାରଲିଫ୍ଟ 🔴 ୧୮ରୁ ବିଧାନସଭା ଅଧିବେଶନ 🔴 ୭ ଜିଲ୍ଲାକୁ ରେଡ୍ ୱାର୍ଣ୍ଣିଂ 🔴 ନୀଳଗିରି ବସ୍‌ଷ୍ଟାଣ୍ଡ ନିକଟ ପେଟ୍ରୋଲ ପମ୍ପରେ ବିସ୍ଫୋରଣ 🔴 ଆସନ୍ତାକାଲି ପର୍ଯ୍ୟନ୍ତ ଓଡ଼ିଶା ପାଇଁ ଗୁରୁତ୍ବପୂର୍ଣ୍ଣ 🔴 ସଂଧ୍ୟା ସୁଦ୍ଧା ମାଲକାନଗିରି ଦେଇ ଯିବ ‘ଅର୍ଣ୍ଣବ’ 🔴 ‘ମାଲକାନଗିରି ବେଶୀ ପ୍ରଭାବିତ’ 🔴 IAS ସ୍ତରରେ ଅଦଳବଦଳ 🔴 ଘରେ ପଶିଲେ, ଲୁଟିଲେ..ଟିଭି ଭାଙ୍ଗି ଚାଲିଗଲେ 🔴 ଅତି ଭୀଷଣ ବାତ୍ୟା ରୂପ ନେଲା ‘ଅର୍ଣ୍ଣବ’ 🔴 ଜଳବନ୍ଦୀଙ୍କୁ କରାଯିବ ଏୟାରଲିଫ୍ଟ 🔴 ୧୮ରୁ ବିଧାନସଭା ଅଧିବେଶନ 🔴 ୭ ଜିଲ୍ଲାକୁ ରେଡ୍ ୱାର୍ଣ୍ଣିଂ 🔴 ନୀଳଗିରି ବସ୍‌ଷ୍ଟାଣ୍ଡ ନିକଟ ପେଟ୍ରୋଲ ପମ୍ପରେ ବିସ୍ଫୋରଣ 🔴 ଆସନ୍ତାକାଲି ପର୍ଯ୍ୟନ୍ତ ଓଡ଼ିଶା ପାଇଁ ଗୁରୁତ୍ବପୂର୍ଣ୍ଣ 🔴 ସଂଧ୍ୟା ସୁଦ୍ଧା ମାଲକାନଗିରି ଦେଇ ଯିବ ‘ଅର୍ଣ୍ଣବ’ 🔴 ‘ମାଲକାନଗିରି ବେଶୀ ପ୍ରଭାବିତ’ 🔴 IAS ସ୍ତରରେ ଅଦଳବଦଳ 🔴 ଘରେ ପଶିଲେ, ଲୁଟିଲେ..ଟିଭି ଭାଙ୍ଗି ଚାଲିଗଲେ 🔴 ଅତି ଭୀଷଣ ବାତ୍ୟା ରୂପ ନେଲା ‘ଅର୍ଣ୍ଣବ’