Masthead

ଟନେଲ ଦୁର୍ଘଟଣାର ହେବ ଅଡିଟ୍

ନୂଆଦିଲ୍ଲୀ (ବଡ଼ ଖବର ବ୍ୟୁରୋ): ଦିନେ କି ଦୁଇ ଦିନ ନୁହେଁ ପୂରା ୧୭ ଦିନ । କେମିତି ବିତିଥିଲା ସେହି ରାତି, କେମିତି କଟିଲା ସେସବୁ ଅନ୍ଧାରୀ ଦିନ । ତାହା କେବଳ ସେହି ଶ୍ରମିକ ମାନେ ହିଁ ଜାଣନ୍ତି । ଏହି ୧୭ ଦିନ ଭିତରେ ସମସ୍ତେ ଶ୍ରମିକଙ୍କୁ ଉଦ୍ଧାର ପାଇଁ ନିଜ ସାମର୍ଥ୍ୟ ଲଗାଇ ଦେଇଥିଲେ । ତେବେ ଏହି ଦୁର୍ଘଟଣା କାହିଁକି ହେଲା ଏହାର ହେବ ଅଡିଟ୍ । କେନ୍ଦ୍ର ସଡ଼କ ଓ ପରିବହନ ମନ୍ତ୍ରୀ ନୀତିନ ଗଡ଼କରୀ ଏନେଇ ସୂଚନା ଦେଇଛନ୍ତି । ସେ କହିଛନ୍ତି ଏହି ଘଟଣା ଅନେକ କିଛି ଶିଖାଇଛି । ଏହାର ସେଫଟି ଅଡିଟ୍ କରାଯିବ ।

ଘଟଣା କିପରି ଘଟିଲା ଅନୁଧ୍ୟାନ ହେବ । ଟନେଲ୍ କାମରେ ଅଧିକ ଗୁରୁତ୍ୱ ଦିଆଯିବ । ଏଭଳି ପ୍ରଥମ ଥର ପାଇଁ ଘଟିଛି । ଆଗକୁ ଯେପରି ଏମିତି ହେବନି ଧ୍ୟାନ ଦେବାକୁ ହେବ ବୋଲି କହିଛନ୍ତି ନୀତିନ ଗଡ଼କରୀ । ଏହାସହ ୧୭ ଦିନ ପରେ ଟନେଲ ଭିତରୁ ସମସ୍ତ ଶ୍ରମିକଙ୍କୁ ସୁରକ୍ଷିତ ଉଦ୍ଧାର କରାଯାଇଛି । ସେନେଇ ଖୁସି ବ୍ୟକ୍ତ କରିଛନ୍ତି ନୀତିନ ଗଡ଼କରୀ । ଉଦ୍ଧାର ଶ୍ରମିକଙ୍କୁ ଶୁଭକାମନା ଓ ଶୁଭେଚ୍ଛା ଜଣାଇବା ସହ ଉଦ୍ଧାର କାର୍ୟ୍ୟରେ ସାମିଲ ସମସ୍ତ ଏଜେନ୍ସିକୁ ଧନ୍ୟବାଦ ଜଣାଇଛନ୍ତି । ତେବେ ୧୭ ଦିନ ଅକ୍ଲାନ୍ତ ପରିଶ୍ରମ ପରେ ଶେଷରେ ଅନ୍ଧାରୀ ଟନେଲରୁ ଫେରିଛି ଜୀବନ ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଇରାନର କ୍ରାଉନ୍ ଜୁଏଲ୍ ଖାର୍ଗ ଦ୍ବୀପରେ ଆମେରିକାର ଆକ୍ରମଣ 🔴 ମାର୍ଚ୍ଚରୁ ଡରାଇଲାଣି ତାତି 🔴 ଆଜି ଗୃହରେ ପୁଣି ଉଠିବ ଗ୍ୟାସ୍ ପ୍ରସଙ୍ଗ! 🔴 ବକେୟା ଟ୍ରାଫିକ୍ ଚାଲାଣ ସମାଧାନ ପାଇଁ ନୂଆ ବ୍ୟବସ୍ଥା 🔴 ରାଜ୍ୟସଭା ନିର୍ବାଚନ ପାଇଁ କଂଗ୍ରେସ ଜାରି କଲା ହ୍ବିପ୍ 🔴 ହର୍ମୁଜରେ ଭାରତକୁ ଅନୁମତି 🔴 ଓମାନର ସଲାଲାହ ବନ୍ଦର ଉପରେ ଇରାନୀ ଡ୍ରୋନ୍ ଆକ୍ରମଣ 🔴 108 ହାର୍ଡକୋର ମାଓବାଦୀ ଆତ୍ମସମର୍ପଣ 🔴 ମଧ୍ୟପ୍ରାଚ୍ୟରେ ଯୁଦ୍ଧ, ଓଡ଼ିଆଙ୍କ ଫେରିବା ଉପରେ ମୁଖ୍ୟମନ୍ତ୍ରୀଙ୍କ ଗୁରୁତ୍ୱ 🔴 ଶେରଗଡ ଘଟଣାକୁ ନେଇ ହୁଲୁସ୍ତୁଲ ହୋଇପାରେ ଗୃହ 🔴 ଇରାନର କ୍ରାଉନ୍ ଜୁଏଲ୍ ଖାର୍ଗ ଦ୍ବୀପରେ ଆମେରିକାର ଆକ୍ରମଣ 🔴 ମାର୍ଚ୍ଚରୁ ଡରାଇଲାଣି ତାତି 🔴 ଆଜି ଗୃହରେ ପୁଣି ଉଠିବ ଗ୍ୟାସ୍ ପ୍ରସଙ୍ଗ! 🔴 ବକେୟା ଟ୍ରାଫିକ୍ ଚାଲାଣ ସମାଧାନ ପାଇଁ ନୂଆ ବ୍ୟବସ୍ଥା 🔴 ରାଜ୍ୟସଭା ନିର୍ବାଚନ ପାଇଁ କଂଗ୍ରେସ ଜାରି କଲା ହ୍ବିପ୍ 🔴 ହର୍ମୁଜରେ ଭାରତକୁ ଅନୁମତି 🔴 ଓମାନର ସଲାଲାହ ବନ୍ଦର ଉପରେ ଇରାନୀ ଡ୍ରୋନ୍ ଆକ୍ରମଣ 🔴 108 ହାର୍ଡକୋର ମାଓବାଦୀ ଆତ୍ମସମର୍ପଣ 🔴 ମଧ୍ୟପ୍ରାଚ୍ୟରେ ଯୁଦ୍ଧ, ଓଡ଼ିଆଙ୍କ ଫେରିବା ଉପରେ ମୁଖ୍ୟମନ୍ତ୍ରୀଙ୍କ ଗୁରୁତ୍ୱ 🔴 ଶେରଗଡ ଘଟଣାକୁ ନେଇ ହୁଲୁସ୍ତୁଲ ହୋଇପାରେ ଗୃହ