Before Header

ତୁର୍କୀ-ସିରିଆ ଭୂମିକମ୍ପ, ମୃତ୍ୟୁ ସଂଖ୍ୟା ୪ ହଜାର ପାର

0 20

ନୂଆଦିଲ୍ଲୀ (ବଡ଼ ଖବର ବ୍ୟୁରୋ): ତୁର୍କୀରେ ଭୟଙ୍କର ଭୂମିକମ୍ପ । ପ୍ରକୃତିର ଭୟଙ୍କର ତାଣ୍ଡବରେ ତୁର୍କୀ ଓ ସିରିଆରେ ମୃତ୍ୟୁ ସଂଖ୍ୟା ୪ ହଜାର ପାର କରିଛି । ୧୫ ହଜାରରୁ ଅଧିକ ଲୋକ ଆହତ ହୋଇଛନ୍ତି । ମୃତ୍ୟୁ ସଂଖ୍ୟା ୧୦ ହଜାର ପାର କରିବା ଆଶଙ୍କା କରାଯାଉଛି । ଏବେ ବି ଉଦ୍ଧାରକାର୍ଯ୍ୟ ଜାରି ରହିଛି । ଭଗ୍ନାବଶେଷ ତଳେ ଏବେବି ଅନେକ ଲୋକ ଚାପି ହୋଇ ରହିଛନ୍ତି ।

ଭୂକମ୍ପ ଯୋଗୁ ସର୍ବାଧିକ ପ୍ରଭାବିତ ହୋଇଛି ତୁର୍କୀ । ସେହିପରି ସିରିୟାରେ ମଧ୍ୟ ଏକ ହଜାରରୁ ଅଧିକ ଲୋକଙ୍କ ମୃତ୍ୟୁ ହୋଇସାରିଲାଣି । ତୁର୍କୀରେ ସପ୍ତାହେ ବ୍ୟାପୀ ଜାତୀୟ ଶୋକ ଘୋଷଣା କରାଯାଇଛି । ଏହି ଘଟଣା ପରେ ସାରା ଦେଶରେ ସ୍କୁଲ ଗୁଡ଼ିକୁ ଫେବ୍ରୁଆରୀ ୧୩ ତାରିଖ ପର୍ୟ୍ୟନ୍ତ ଛୁଟି ଘୋଷଣା କରାଯାଇଛି ।

Leave A Reply

Your email address will not be published.