ମାଫିଆଙ୍କ ଟାର୍ଗେଟରେ କଇଁଛ

ମାଲକାନଗିରି (ବଡ଼ ଖବର ବ୍ୟୁରୋ): ମାଫିଆଙ୍କ ଟାର୍ଗେଟରେ କଇଁଛ । ୧୫୫ ଜୀବନ୍ତ କଇଁଛ ଉଦ୍ଧାର । ବନ୍ୟଜନ୍ତୁ ଚୋରାଚାଲାଣ ବିରୋଧରେ ବଡ଼ କାର୍ଯ୍ୟାନୁଷ୍ଠାନ ନେଇଛି ମାଲକାନଗିରି ବନ ବିଭାଗ। ମାଲକାନଗିରି ବନାଞ୍ଚଳ ଅଧୀନ ତମସା ଗାଁ ନିକଟରୁ ୧୫୫ଟି ଜୀବନ୍ତ ଫ୍ଲାପ୍-ସେଲ୍ କଇଁଛ ସହ ଏକ ଅଟୋ ଜବତ କରାଯାଇଛି । ବନ ବିଭାଗର ସୂଚନା ଅନୁସାରେ, ମଙ୍ଗଳବାର ମାଲକାନଗିରି ରେଞ୍ଜ ଅଫିସରଙ୍କୁ ଅଞ୍ଚଳରେ କଇଁଛ ଚୋରାଚାଲାଣ ହେଉଥିବା ନେଇ ଗୁପ୍ତ ସୂଚନା ମିଳିଥିଲା ।

ସୂଚନା ପାଇବା ପରେ ବନ ବିଭାଗର ଏକ ଟିମ୍ ତୁରନ୍ତ ଘଟଣାସ୍ଥଳରେ ପହଞ୍ଚିଥିଲା । ବନ ବିଭାଗର ଗାଡ଼ିକୁ ଦେଖି ଅଟୋ ଚାଳକ ଓ ଜଣେ ସନ୍ଦିଗ୍ଧ ଚୋରାଚାଲାଣକାରୀ ଅଟୋ ଛାଡ଼ି ଘଟଣାସ୍ଥଳରୁ ଫେରାର ହୋଇଯାଇଥିଲେ । ପରେ ବନ ବିଭାଗ ଅଟୋକୁ ଯାଞ୍ଚ କରିବା ସମୟରେ ସେଥିରୁ ୧୫୫ଟି ଜୀବନ୍ତ କଇଁଛ ଉଦ୍ଧାର କରିଥିଲା । ଏନେଇ ବନ ବିଭାଗ ପକ୍ଷରୁ ମାମଲା ରୁଜୁ କରାଯାଇଛି । ଚୋରାଚାଲାଣରେ ସମ୍ପୃକ୍ତ ଅଭିଯୁକ୍ତମାନଙ୍କୁ ଚିହ୍ନଟ କରି ଗିରଫ କରିବା ପାଇଁ ତଦନ୍ତ ଜାରି ରହିଛି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଆଜି ଓଡ଼ିଶାର ନୂତନ ରାଜ୍ୟପାଳ ଭାବେ ଶପଥ ନେବେ ବ୍ରଜ ମୋହନ ରାମ 🔴 ପିପିଲି କଲେଜ ସମ୍ପୂର୍ଣ୍ଣ ଦଖଲ କଲା ଏବିଭିପି 🔴 ଯନ୍ତ୍ରୀଙ୍କ ନିକଟରୁ ମିଳିଲା ପୁଳା ପୁଳା ଟଙ୍କା 🔴 ଆଜି ଓଡ଼ିଶା ଆସିବେ ରାଜ୍ୟପାଳ 🔴 ୨୫ରେ ଲଘୁଚାପ! 🔴 ଦୁଇ ଉପ ମୁଖ୍ୟମନ୍ତ୍ରୀ ଖାଇଲେ ମାତ, ପାରି ହୋଇଗଲେ ମନ୍ତ୍ରୀ 🔴 ୨ଦିନ ବର୍ଷା ସମ୍ଭାବନା 🔴 ସ୍କୁଲ ଛାତ ଭୁଶୁଡ଼ି ୧୮ ମୃତ 🔴 ଆଜି ୬ ହଜାର ୮୯୧ ପ୍ରାର୍ଥୀଙ୍କ ଭାଗ୍ୟ ପରୀକ୍ଷା 🔴 ପୁଣି ବର୍ଷା ସମ୍ଭାବନା 🔴 ଆଜି ଓଡ଼ିଶାର ନୂତନ ରାଜ୍ୟପାଳ ଭାବେ ଶପଥ ନେବେ ବ୍ରଜ ମୋହନ ରାମ 🔴 ପିପିଲି କଲେଜ ସମ୍ପୂର୍ଣ୍ଣ ଦଖଲ କଲା ଏବିଭିପି 🔴 ଯନ୍ତ୍ରୀଙ୍କ ନିକଟରୁ ମିଳିଲା ପୁଳା ପୁଳା ଟଙ୍କା 🔴 ଆଜି ଓଡ଼ିଶା ଆସିବେ ରାଜ୍ୟପାଳ 🔴 ୨୫ରେ ଲଘୁଚାପ! 🔴 ଦୁଇ ଉପ ମୁଖ୍ୟମନ୍ତ୍ରୀ ଖାଇଲେ ମାତ, ପାରି ହୋଇଗଲେ ମନ୍ତ୍ରୀ 🔴 ୨ଦିନ ବର୍ଷା ସମ୍ଭାବନା 🔴 ସ୍କୁଲ ଛାତ ଭୁଶୁଡ଼ି ୧୮ ମୃତ 🔴 ଆଜି ୬ ହଜାର ୮୯୧ ପ୍ରାର୍ଥୀଙ୍କ ଭାଗ୍ୟ ପରୀକ୍ଷା 🔴 ପୁଣି ବର୍ଷା ସମ୍ଭାବନା