Masthead

ବନ୍ଧା ହେଲେ ରସିକିଆ ଟ୍ୟୁସନ ମାଷ୍ଟର

କୁଜଙ୍ଗ (ବଡ଼ ଖବର ବ୍ୟୁରୋ): ଜେଲ ଗଲେ ରସିକିଆ ଟ୍ୟୁସନ ମାଷ୍ଟର । ବାରମ୍ବାର ଶାରୀରିକ ସମ୍ପର୍କ ରଖି ନାବାଳିକା ଛାତ୍ରୀଙ୍କୁ ଗର୍ଭବତୀ କରିବା ଅଭିଯୋଗରେ ଜେଲ ଯାଇଛନ୍ତି ଟ୍ୟୁସନ ମାଷ୍ଟର । କୁଜଙ୍ଗ ଥାନା ମଙ୍ଗରାଜପୁର ଗାଁରେ ଘଟିଛି ଏଭଳି ଅଭାବନୀୟ ଘଟଣା । ମଙ୍ଗରାଜପୁର ଗାଁର ଜଣେ ବ୍ୟକ୍ତିଙ୍କ ପାଖକୁ ଛାତ୍ରୀ ଜଣକ ଟ୍ୟୁସନ ହେବାକୁ ଯାଉଥିଲେ । ସମ୍ପୃକ୍ତ ଟ୍ୟୁସନ ମାଷ୍ଟର ଜଣଙ୍କ ବାରମ୍ବାର ଦୁଷ୍କର୍ମ କରିଥିବା ପରିବାର ଲୋକେ ଅଭିଯୋଗ କରିଛନ୍ତି । ଛାତ୍ର ଜଣକ ଗର୍ଭବତୀ ଥିବା ଜାଣି ନଦୀକୁ ଡେଇଁ ଆତ୍ମହତ୍ୟା ଉଦ୍ୟମ କରିଥିଲେ । ମାତ୍ର ସ୍ଥାନୀୟଲୋକେ ତାଙ୍କୁ ଉଦ୍ଧାର କରି କୁଜଙ୍ଗ ଡାକ୍ତରଖାନାରେ ଭର୍ତି କରାଇଥିଲେ । ସେଠାରେ ଛାତ୍ରୀ ଜଣକ ଏକ କନ୍ୟା ସନ୍ତାନକୁ ଜନ୍ମ ଦେଇଥିଲେ । ପରିବାର ପକ୍ଷରୁ କୁଜଙ୍ଗ ଥାନାରେ ଅଭିଯୋଗ ହୋବ ପରେ ପୋଲିସ ରସିକିଆ ଟ୍ୟୁସନ ମାଷ୍ଟରଙ୍କୁ ଗିରଫ କରି କୋର୍ଟ ଚାଲାଣ କରିଛି ।

 

 

 

 

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ବୁଡିଗଲା ପୋଲ, ଧୋଇଗଲା ରାସ୍ତା 🔴 ମହାପ୍ରଭୁଙ୍କ ବନକଲାଗି, ୫ ଘଣ୍ଟା ଦର୍ଶନ ବନ୍ଦ 🔴 ୮ ଜିଲ୍ଲାରେ ସ୍କୁଲ୍ ଛୁଟି 🔴 ଭୂମିକମ୍ପରେ ଦୋହଲିଲା ଜାପାନ, ୭.୧ ତୀବ୍ରତାରେ କମ୍ପିଲା ଅନେକ ଅଞ୍ଚଳ 🔴 ସନ୍ଧ୍ୟା ସୁଦ୍ଧା ବଡ଼ ବନ୍ୟା 🔴 ଫାଇଲ ଗାଏବ ଘଟଣା, କମିଶନରେଟ ପୋଲିସକୁ ଚିଠି ଲେଖିଲେ ୨ ପୂର୍ବତନ ଆଇଏଏସ 🔴 ସ୍ୱର୍ଣ୍ଣ ଜିତିଲେ ଶର୍ମିଳା 🔴 ଅଭିଯୋଗ ଶୁଣିଲାନି ପ୍ରଶାସନ, ଘଣ୍ଟ ବାଡେଇ ପ୍ରତିବାଦ କଲେ ଗ୍ରାମବାସୀ 🔴 ୧୨ ଜିଲ୍ଲାକୁ ୟେଲୋ ଆଲର୍ଟ 🔴 ଆଶୀର୍ବାଦ ବର୍ଷାରେ ଭିଜୁଛନ୍ତି ଭକ୍ତ 🔴 ବୁଡିଗଲା ପୋଲ, ଧୋଇଗଲା ରାସ୍ତା 🔴 ମହାପ୍ରଭୁଙ୍କ ବନକଲାଗି, ୫ ଘଣ୍ଟା ଦର୍ଶନ ବନ୍ଦ 🔴 ୮ ଜିଲ୍ଲାରେ ସ୍କୁଲ୍ ଛୁଟି 🔴 ଭୂମିକମ୍ପରେ ଦୋହଲିଲା ଜାପାନ, ୭.୧ ତୀବ୍ରତାରେ କମ୍ପିଲା ଅନେକ ଅଞ୍ଚଳ 🔴 ସନ୍ଧ୍ୟା ସୁଦ୍ଧା ବଡ଼ ବନ୍ୟା 🔴 ଫାଇଲ ଗାଏବ ଘଟଣା, କମିଶନରେଟ ପୋଲିସକୁ ଚିଠି ଲେଖିଲେ ୨ ପୂର୍ବତନ ଆଇଏଏସ 🔴 ସ୍ୱର୍ଣ୍ଣ ଜିତିଲେ ଶର୍ମିଳା 🔴 ଅଭିଯୋଗ ଶୁଣିଲାନି ପ୍ରଶାସନ, ଘଣ୍ଟ ବାଡେଇ ପ୍ରତିବାଦ କଲେ ଗ୍ରାମବାସୀ 🔴 ୧୨ ଜିଲ୍ଲାକୁ ୟେଲୋ ଆଲର୍ଟ 🔴 ଆଶୀର୍ବାଦ ବର୍ଷାରେ ଭିଜୁଛନ୍ତି ଭକ୍ତ