Masthead

୨୦ ବର୍ଷ ପରେ ଟୁଇନସିଟିରେ ଗଡିପାରେ ମେଟ୍ରୋ

ଭୁବନେଶ୍ୱର (ବଡ଼ ଖବର ବ୍ୟୁରୋ): ନିର୍ଦ୍ଦିଷ୍ଟ ଜନସଂଖ୍ୟା ଆଧାରରେ ଚାଲିବ ମେଟ୍ରୋ ଟ୍ରେନ୍ । କଟକ-ଭୁବନେଶ୍ୱର ଟୁଇନ୍ ସିଟିକୁ ମିଶାଇଲେ ମେଟ୍ରୋ ଟ୍ରେନ୍ ଚଳାଚଳ ପାଇଁ ଲୋକ ହେଉନାହାନ୍ତି । ତେଣୁ ଭୁବନେଶ୍ୱର – କଟକ ମେଟ୍ରୋ ସ୍ୱପ୍ନ ସାକାର ହେବା ପାଇଁ ଆଉ ୨୦ ବର୍ଷ ଅପେକ୍ଷା କରିବାକୁ ପଡିବ । ୨୦୪୧ ଭିତରେ ଭୁବନେଶ୍ୱର-କଟକ ମଧ୍ୟରେ ମେଟ୍ରୋ ଟ୍ରେନ୍ ଗଡ଼ିବାର ସମ୍ଭାବନା ନାହିଁ। ବିଧାନସଭା ପ୍ରଶ୍ନୋତ୍ତର କାଳରେ ଆଜି ଏହି ସୂଚନା ଦେଇଛନ୍ତି ନଗର ଉନ୍ନୟନ ମନ୍ତ୍ରୀ ପ୍ରତାପ ଜେନା ।

ଏ ସଂପର୍କିତ ପ୍ରଶ୍ନର ଉତ୍ତରରେ ମନ୍ତ୍ରୀ କହିଛନ୍ତି ଭୁବନେଶ୍ୱର ଓ କଟକରେ ମେଟ୍ରୋ ଟ୍ରେନ୍ ଚାଲିବା ପାଇଁ ରାଜ୍ୟ ସରକାରଙ୍କ କୌଣସି ପ୍ରସ୍ତାବ ନାହିଁ। ଭୁବନେଶ୍ୱର-କଟକରେ ମେଟ୍ରୋ ଟ୍ରେନ ଚାଲିବା ପାଇଁ ଭାରତ ସରକାର ଓ ରାଜ୍ୟ ସରକାରଙ୍କ ମିଳିତ ଉଦ୍ୟମରେ ଏକ ସର୍ଭେ କରାଯାଇଥିଲା ।

୨୦୪୧ ପର୍ଯ୍ୟନ୍ତ ଟୁଇନ ସିଟିରେ ମେଟ୍ରୋ ରେଳ ଗଡ଼ିପାରିବ ନାହିଁ ବୋଲି ସର୍ଭେ ରିପୋର୍ଟରୁ ଜଣାପଡିଛି। ଜନସଂଖ୍ୟା ଅନୁଯାୟୀ ଫିଜିବିଲିଟି ନଥିବାରୁ ଏହାକୁ ଆଗକୁ ବଢାଯାଇ ପାରୁନି ବୋଲି ମନ୍ତ୍ରୀ କହିଛନ୍ତି । ତେବେ ସଦସ୍ୟଙ୍କ ଦାବି ପରେ ପୁଣିଥରେ ସର୍ଭେ ପାଇଁ କେନ୍ଦ୍ର ପାଖରେ ଦାବି ହେବ। ଏଥିରେ କଟକରୁ ଚଣ୍ଡିଖୋଲ ଓ ଭୁବନେଶ୍ୱରରୁ ପୁରୀ ପର୍ଯ୍ୟନ୍ତ ସମ୍ପ୍ରସାରଣ କରିବାର ପ୍ରସ୍ତାବ ରହିବ ବୋଲି ମନ୍ତ୍ରୀ ଗୃହକୁ ସୂଚନା ଦେଇଛନ୍ତି।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଇରାନର କ୍ରାଉନ୍ ଜୁଏଲ୍ ଖାର୍ଗ ଦ୍ବୀପରେ ଆମେରିକାର ଆକ୍ରମଣ 🔴 ମାର୍ଚ୍ଚରୁ ଡରାଇଲାଣି ତାତି 🔴 ଆଜି ଗୃହରେ ପୁଣି ଉଠିବ ଗ୍ୟାସ୍ ପ୍ରସଙ୍ଗ! 🔴 ବକେୟା ଟ୍ରାଫିକ୍ ଚାଲାଣ ସମାଧାନ ପାଇଁ ନୂଆ ବ୍ୟବସ୍ଥା 🔴 ରାଜ୍ୟସଭା ନିର୍ବାଚନ ପାଇଁ କଂଗ୍ରେସ ଜାରି କଲା ହ୍ବିପ୍ 🔴 ହର୍ମୁଜରେ ଭାରତକୁ ଅନୁମତି 🔴 ଓମାନର ସଲାଲାହ ବନ୍ଦର ଉପରେ ଇରାନୀ ଡ୍ରୋନ୍ ଆକ୍ରମଣ 🔴 108 ହାର୍ଡକୋର ମାଓବାଦୀ ଆତ୍ମସମର୍ପଣ 🔴 ମଧ୍ୟପ୍ରାଚ୍ୟରେ ଯୁଦ୍ଧ, ଓଡ଼ିଆଙ୍କ ଫେରିବା ଉପରେ ମୁଖ୍ୟମନ୍ତ୍ରୀଙ୍କ ଗୁରୁତ୍ୱ 🔴 ଶେରଗଡ ଘଟଣାକୁ ନେଇ ହୁଲୁସ୍ତୁଲ ହୋଇପାରେ ଗୃହ 🔴 ଇରାନର କ୍ରାଉନ୍ ଜୁଏଲ୍ ଖାର୍ଗ ଦ୍ବୀପରେ ଆମେରିକାର ଆକ୍ରମଣ 🔴 ମାର୍ଚ୍ଚରୁ ଡରାଇଲାଣି ତାତି 🔴 ଆଜି ଗୃହରେ ପୁଣି ଉଠିବ ଗ୍ୟାସ୍ ପ୍ରସଙ୍ଗ! 🔴 ବକେୟା ଟ୍ରାଫିକ୍ ଚାଲାଣ ସମାଧାନ ପାଇଁ ନୂଆ ବ୍ୟବସ୍ଥା 🔴 ରାଜ୍ୟସଭା ନିର୍ବାଚନ ପାଇଁ କଂଗ୍ରେସ ଜାରି କଲା ହ୍ବିପ୍ 🔴 ହର୍ମୁଜରେ ଭାରତକୁ ଅନୁମତି 🔴 ଓମାନର ସଲାଲାହ ବନ୍ଦର ଉପରେ ଇରାନୀ ଡ୍ରୋନ୍ ଆକ୍ରମଣ 🔴 108 ହାର୍ଡକୋର ମାଓବାଦୀ ଆତ୍ମସମର୍ପଣ 🔴 ମଧ୍ୟପ୍ରାଚ୍ୟରେ ଯୁଦ୍ଧ, ଓଡ଼ିଆଙ୍କ ଫେରିବା ଉପରେ ମୁଖ୍ୟମନ୍ତ୍ରୀଙ୍କ ଗୁରୁତ୍ୱ 🔴 ଶେରଗଡ ଘଟଣାକୁ ନେଇ ହୁଲୁସ୍ତୁଲ ହୋଇପାରେ ଗୃହ