Masthead

ହାଇଟେକ୍‌ ବିସ୍ଫୋରଣ ଘଟଣାରେ ଦ୍ୱନ୍ଦ୍ୱ, ଦିଲ୍ଲୀପ ଜୀବିତ କି ମୃତ ?

ଭୁବନେଶ୍ୱର (ବଡ଼ ଖବର ବ୍ୟୁରୋ): ଭୁବନେଶ୍ବର ହାଇଟେକ ହସ୍ପିଟାଲରେ ବିସ୍ଫୋରଣ ଘଟଣା । ସାମ୍ନାକୁ ଆସିଲା ବଡ଼ ଧରଣର ତ୍ରୁଟି । ଦୁର୍ଘଟଣାରେ ମୃତକଙ୍କ ପରିଚୟକୁ ନେଇ ଦ୍ୱନ୍ଦ୍ୱ । ମୃତ ଘୋଷିତ ଦିଲ୍ଲୀପ ସାମନ୍ତରାୟ ଜୀବିତ କି ମୃତ ନେଇ ଦ୍ୱନ୍ଦ୍ୱ । ୩୦ ତାରିଖରେ ମୃତ୍ୟୁ ହୋଇଥିବା ବ୍ୟକ୍ତି ଦିଲ୍ଲୀପ ବୋଲି କୁହାଯାଇଥିଲା । ସ୍ବାମୀ ଦିଲୀପ ପ୍ରାଣ ହରାଇଥିବା ଖବର ପାଇ ପତ୍ନୀ ସୌମ୍ୟାଶ୍ରୀ ଆତ୍ମହତ୍ୟା ପରି ଚରମ ପଦକ୍ଷେପ ନେଇଥିଲେ । ଏବେ ହସ୍ପିଟାଲରେ ଆହତ ହୋଇ ଚିକିତ୍ସିତ ହେଉଥିବା ବ୍ୟକ୍ତି ନିଜକୁ ଦିଲୀପ ବୋଲି କହିବା ପରେ ହସ୍ପିଟାଲ ଦ୍ୱାରା ହୋଇଥିବା ବଡ଼ ତ୍ରୁଟି ସାମ୍ନାକୁ ଆସିଛି । ତାଙ୍କୁ ଜ୍ୟୋତିରଞ୍ଜନ ମଲ୍ଲିକ ଭାବି ହାଇଟେକରେ ଚାଲିଥିଲା ଚିକିତ୍ସା ।

ଏବେ ବି ତାଙ୍କୁ ନିଜ ପୁଅ ବୋଲି ଜ୍ୟୋତିରଞ୍ଜନଙ୍କ ବାପା ଦାବି କରୁଥିବା ସୂଚନା ମିଳିଛି । ଭେଣ୍ଟିଲେଟରରୁ ବାହାରିଥିବା ବ୍ୟକ୍ତି ଦିଲ୍ଲୀପ ନା ଜ୍ୟୋତିରଞ୍ଜନ ଏବେ ଅସ୍ପଷ୍ଟ ରହିଛି । ପୋଲିସ ଘଟଣାର ତଦନ୍ତ କରୁଥିବା କହିଛନ୍ତି ହସ୍ପିଟାଲ କର୍ତ୍ତୃପକ୍ଷ । ଗତ ଶୁକ୍ରବାର ସନ୍ଧ୍ୟାରେ ହସ୍ପିଟାଲ ଭିତରେ ହୋଇଥିଲା ବିସ୍ଫୋରଣ । ମରାମତି କାମ ଚାଲିଥିବା ବେଳେ ଫାଟି ଯାଇଥିଲା ଅକ୍ସିଜେନ ସିଲିଣ୍ଡର । ବିସ୍ଫୋରଣରେ ହସ୍ପିଟାଲ କର୍ମଚାରୀ ଓ ସିକ୍ୟୁରିଟି ଗାର୍ଡ ଆହତ ହୋଇ ଚିକିତ୍ସିତ ହେଉଥିଲେ । ତେବେ ଏତେ ବଡ଼ ଭୁଲ ପାଇଁ ପ୍ରକୃତରେ ଦାୟୀ କିଏ ? କାହାର ତ୍ରୁଟିପୂର୍ଣ୍ଣ ସୂଚନା ପାଇଁ ଏଭଳି ଜଘନ୍ୟ କାଣ୍ଡ ଘଟିଛି ? ଅନ୍ୟପଟେ ପ୍ରାଣ ହରାଇଥିବା ବ୍ୟକ୍ତିଙ୍କ ପରିଚୟ କଣ ତାହାକୁ ନେଇ ସସପେନସ ଜାରି ରହିଛି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ବୁଡିଗଲା ପୋଲ, ଧୋଇଗଲା ରାସ୍ତା 🔴 ମହାପ୍ରଭୁଙ୍କ ବନକଲାଗି, ୫ ଘଣ୍ଟା ଦର୍ଶନ ବନ୍ଦ 🔴 ୮ ଜିଲ୍ଲାରେ ସ୍କୁଲ୍ ଛୁଟି 🔴 ଭୂମିକମ୍ପରେ ଦୋହଲିଲା ଜାପାନ, ୭.୧ ତୀବ୍ରତାରେ କମ୍ପିଲା ଅନେକ ଅଞ୍ଚଳ 🔴 ସନ୍ଧ୍ୟା ସୁଦ୍ଧା ବଡ଼ ବନ୍ୟା 🔴 ଫାଇଲ ଗାଏବ ଘଟଣା, କମିଶନରେଟ ପୋଲିସକୁ ଚିଠି ଲେଖିଲେ ୨ ପୂର୍ବତନ ଆଇଏଏସ 🔴 ସ୍ୱର୍ଣ୍ଣ ଜିତିଲେ ଶର୍ମିଳା 🔴 ଅଭିଯୋଗ ଶୁଣିଲାନି ପ୍ରଶାସନ, ଘଣ୍ଟ ବାଡେଇ ପ୍ରତିବାଦ କଲେ ଗ୍ରାମବାସୀ 🔴 ୧୨ ଜିଲ୍ଲାକୁ ୟେଲୋ ଆଲର୍ଟ 🔴 ଆଶୀର୍ବାଦ ବର୍ଷାରେ ଭିଜୁଛନ୍ତି ଭକ୍ତ 🔴 ବୁଡିଗଲା ପୋଲ, ଧୋଇଗଲା ରାସ୍ତା 🔴 ମହାପ୍ରଭୁଙ୍କ ବନକଲାଗି, ୫ ଘଣ୍ଟା ଦର୍ଶନ ବନ୍ଦ 🔴 ୮ ଜିଲ୍ଲାରେ ସ୍କୁଲ୍ ଛୁଟି 🔴 ଭୂମିକମ୍ପରେ ଦୋହଲିଲା ଜାପାନ, ୭.୧ ତୀବ୍ରତାରେ କମ୍ପିଲା ଅନେକ ଅଞ୍ଚଳ 🔴 ସନ୍ଧ୍ୟା ସୁଦ୍ଧା ବଡ଼ ବନ୍ୟା 🔴 ଫାଇଲ ଗାଏବ ଘଟଣା, କମିଶନରେଟ ପୋଲିସକୁ ଚିଠି ଲେଖିଲେ ୨ ପୂର୍ବତନ ଆଇଏଏସ 🔴 ସ୍ୱର୍ଣ୍ଣ ଜିତିଲେ ଶର୍ମିଳା 🔴 ଅଭିଯୋଗ ଶୁଣିଲାନି ପ୍ରଶାସନ, ଘଣ୍ଟ ବାଡେଇ ପ୍ରତିବାଦ କଲେ ଗ୍ରାମବାସୀ 🔴 ୧୨ ଜିଲ୍ଲାକୁ ୟେଲୋ ଆଲର୍ଟ 🔴 ଆଶୀର୍ବାଦ ବର୍ଷାରେ ଭିଜୁଛନ୍ତି ଭକ୍ତ