ଦୁଇ ଯାତ୍ରୀବାହୀ ବସ୍ ମୁହାଁମୁହିଁ ଧକ୍କା; ୧ ମୃତ, ୧୦ ଆହତ

ଆସିକା (ବଡ଼ ଖବର ବ୍ୟୁରୋ): ବିଳମ୍ବିତ ରାତିରେ ଦୁଇ ଯାତ୍ରୀବାହୀ ବସ୍ ମୁହାଁମୁହିଁ ଧକ୍କା । ୧ ମୃତ, ୧୦ ଆହତ । ଗଞ୍ଜାମ ଢ଼ଉଗାଁ ଛକ ହିନ୍ଦୁସ୍ତାନ ପେଟ୍ରୋଲ ପମ୍ପ ନିକଟରେ ଦୁର୍ଘଟଣା । ବସ ଦୁର୍ଘଟଣାରେ ଜଣଙ୍କର ମୃତ୍ୟୁ ହୋଇଥିବାବେଳେ ୧୦ ରୁ ଅଧିକ ଯାତ୍ରୀ ଆହତ ହୋଇଛନ୍ତି । ଆହତମାନଙ୍କୁ ପ୍ରଥମେ ଆସିକା ଗୋଷ୍ଠୀ ସ୍ୱାସ୍ଥ୍ୟକେନ୍ଦ୍ର ପରେ ବ୍ରହ୍ମପୁର ମେଡିକାଲକୁ ସ୍ଥାନାନ୍ତର କରାଯାଇଛି । ମୃତକ ଜଣଙ୍କ ବସ ଡ୍ରାଇଭର ବୋଲି ଜଣାପଡିଛି । ଭୁବନେଶ୍ୱରରୁ ମାଲକାନଗିରି ଯାଉଥିବା ଦିଲଖୁସ୍‌ ବସ୍‌ ଦୁର୍ଘଟଣାଗ୍ରସ୍ତ । ଆସିକା ଯାଉଥିବା ହ୍ୱାଇଟ ହର୍ସ ନାମକ ବସ୍ ସହ ଧକ୍କା ହୋଇଥିଲା । ଦମକଳ ବାହିନୀ ସହାୟତାରେ ଆହତ ମାନଙ୍କୁ ଦୁର୍ଘଟଣା ସ୍ଥଳରୁ ଉଦ୍ଧାର କରାଯାଇ ମେଡିକାଲରେ ଭର୍ତ୍ତି କରାଯାଇଛି । ଘଟଣା ସ୍ଥଳରେ ସ୍ଥାନୀୟ ପୋଲିସ ପହଁଚି ତଦନ୍ତ ଆରମ୍ଭ କରିଛି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ନୀଳଗିରି ବସ୍‌ଷ୍ଟାଣ୍ଡ ନିକଟ ପେଟ୍ରୋଲ ପମ୍ପରେ ବିସ୍ଫୋରଣ 🔴 ଆସନ୍ତାକାଲି ପର୍ଯ୍ୟନ୍ତ ଓଡ଼ିଶା ପାଇଁ ଗୁରୁତ୍ବପୂର୍ଣ୍ଣ 🔴 ସଂଧ୍ୟା ସୁଦ୍ଧା ମାଲକାନଗିରି ଦେଇ ଯିବ ‘ଅର୍ଣ୍ଣବ’ 🔴 ‘ମାଲକାନଗିରି ବେଶୀ ପ୍ରଭାବିତ’ 🔴 IAS ସ୍ତରରେ ଅଦଳବଦଳ 🔴 ଘରେ ପଶିଲେ, ଲୁଟିଲେ..ଟିଭି ଭାଙ୍ଗି ଚାଲିଗଲେ 🔴 ଅତି ଭୀଷଣ ବାତ୍ୟା ରୂପ ନେଲା ‘ଅର୍ଣ୍ଣବ’ 🔴 ହିନ୍ଦୀ ଶିକ୍ଷକ ପରମେଶ୍ୱର ପଣ୍ଡାଙ୍କୁ ‘ନେସନ୍ ବିଲ୍ଡର ଆୱାର୍ଡ’ 🔴 ବଙ୍ଗୋପସାଗରରେ ସୃଷ୍ଟି ହେଲା ବାତ୍ୟା ‘ଅର୍ଣ୍ଣବ’ 🔴 ୫ IAS ଅଧିକାରୀଙ୍କୁ ୫ ଜିଲ୍ଲା ଦାୟିତ୍ବ 🔴 ନୀଳଗିରି ବସ୍‌ଷ୍ଟାଣ୍ଡ ନିକଟ ପେଟ୍ରୋଲ ପମ୍ପରେ ବିସ୍ଫୋରଣ 🔴 ଆସନ୍ତାକାଲି ପର୍ଯ୍ୟନ୍ତ ଓଡ଼ିଶା ପାଇଁ ଗୁରୁତ୍ବପୂର୍ଣ୍ଣ 🔴 ସଂଧ୍ୟା ସୁଦ୍ଧା ମାଲକାନଗିରି ଦେଇ ଯିବ ‘ଅର୍ଣ୍ଣବ’ 🔴 ‘ମାଲକାନଗିରି ବେଶୀ ପ୍ରଭାବିତ’ 🔴 IAS ସ୍ତରରେ ଅଦଳବଦଳ 🔴 ଘରେ ପଶିଲେ, ଲୁଟିଲେ..ଟିଭି ଭାଙ୍ଗି ଚାଲିଗଲେ 🔴 ଅତି ଭୀଷଣ ବାତ୍ୟା ରୂପ ନେଲା ‘ଅର୍ଣ୍ଣବ’ 🔴 ହିନ୍ଦୀ ଶିକ୍ଷକ ପରମେଶ୍ୱର ପଣ୍ଡାଙ୍କୁ ‘ନେସନ୍ ବିଲ୍ଡର ଆୱାର୍ଡ’ 🔴 ବଙ୍ଗୋପସାଗରରେ ସୃଷ୍ଟି ହେଲା ବାତ୍ୟା ‘ଅର୍ଣ୍ଣବ’ 🔴 ୫ IAS ଅଧିକାରୀଙ୍କୁ ୫ ଜିଲ୍ଲା ଦାୟିତ୍ବ