Masthead

ଏନକାଉଣ୍ଟରରେ ଦୁଇ ଅପରାଧୀ ଆହାତ

ରାଉରକେଲା (ବଡ଼ ଖବର ବ୍ୟୁରୋ): ଦୁଇ ହତ୍ୟା ଅଭିଯୁକ୍ତଙ୍କୁ ପୋଲିସର ଏନ କାଉଣ୍ଟର । ରାଉରକେଲା ପ୍ଲାଣ୍ଟ ସାଇଡ ଥାନା ରେଳବାଇ କଲୋନୀ ରିମ ଝିମ ବସ୍ତିରେ ଗତ ସେପ୍ଟେମ୍ବର ୧୧ ତାରିଖରର ରେ ହୋଇଥିବା ଜିତେନ୍ଦ୍ର ସାଏ ଓରଫ ଗୋରେକୁ ଗୁଳି କରି ହତ୍ୟା କରିଥିବା ଅଭିଯୋଗରେ ପୂର୍ବରୁ ୬ ଜଣଙ୍କୁ ଗିରଫ କରି କୋର୍ଟ ଚାଲାଣ କରିଥିଲା ରାଉରକେଲା ପୋଲିସ । ଗୋରେ ହତ୍ୟାକାଣ୍ଡରେ ଏବେ ପର୍ଯ୍ୟନ୍ତ ଫେରାର ଅଛନ୍ତି ଅନେକ ଅପରାଧୀ । ମୁସ୍ତାଖ ହେଉଛି ଏହି ହତ୍ୟାକାଣ୍ଡର ମୁଖ୍ୟ ଅଭିଯୁକ୍ତ ।

ଖବର ପାଇ ପୋଲିସର ଏକ ସ୍ୱତନ୍ତ୍ର ଟିମ ଧରିବା ପାଇଁ ପହଞ୍ଚିଥିଲା ବିଶ୍ରା ମଣ୍ଡପ ଛକରେ । ପୋଲିସ କୁ ଦେଖି ମୁସ୍ତାକ ପୋଲିସ ଉପରକୁ କରିଥିଲା ଫାୟାରିଂ । ପୋଲିସର ଏନକାଉଣ୍ଟରରେ ଦୁଇ ଅପରାଧୀ ମୁସତାକ ଆଲମ ଓ ଏମଡି ଗୁଡୁଙ୍କ ଗୋଡ଼ରେ ବାଜିଛି ଗୁଳି । ଗୁରୁତର ଅବସ୍ଥାରେ ଦୁହିଁଙ୍କୁ ଘଟଣାସ୍ଥଳରୁ ପୋଲିସ ଉଠାଇ ପ୍ରଥମେ ରାଉରକେଲା ସରକାରୀ ଡାକ୍ତରଖାନା ପରେ ଆଇଜିଏଚକୁ ସ୍ଥାନାନ୍ତରିତ କରାଯାଇଛି ।

ମୁସତାକର ଘର ରାଉରକେଲା ନାଲା ରୋଡ଼ର ଭାଟି ରୋଡ଼ ହୋଇଥିବାବେଳେ ଏମଡି ଗୁଡୁର ଘର ରାଉରକେଲା ମାଲଗୋଦାମ ଅଂଚଳରେ ବୋଲି ଜଣାପଡ଼ିଛି । ଅନ୍ୟ ଅଭିଯୁକ୍ତମାନଙ୍କୁ ତନାଘନା କରୁଛି ପୋଲିସ ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଇରାନର କ୍ରାଉନ୍ ଜୁଏଲ୍ ଖାର୍ଗ ଦ୍ବୀପରେ ଆମେରିକାର ଆକ୍ରମଣ 🔴 ମାର୍ଚ୍ଚରୁ ଡରାଇଲାଣି ତାତି 🔴 ଆଜି ଗୃହରେ ପୁଣି ଉଠିବ ଗ୍ୟାସ୍ ପ୍ରସଙ୍ଗ! 🔴 ବକେୟା ଟ୍ରାଫିକ୍ ଚାଲାଣ ସମାଧାନ ପାଇଁ ନୂଆ ବ୍ୟବସ୍ଥା 🔴 ରାଜ୍ୟସଭା ନିର୍ବାଚନ ପାଇଁ କଂଗ୍ରେସ ଜାରି କଲା ହ୍ବିପ୍ 🔴 ହର୍ମୁଜରେ ଭାରତକୁ ଅନୁମତି 🔴 ଓମାନର ସଲାଲାହ ବନ୍ଦର ଉପରେ ଇରାନୀ ଡ୍ରୋନ୍ ଆକ୍ରମଣ 🔴 108 ହାର୍ଡକୋର ମାଓବାଦୀ ଆତ୍ମସମର୍ପଣ 🔴 ମଧ୍ୟପ୍ରାଚ୍ୟରେ ଯୁଦ୍ଧ, ଓଡ଼ିଆଙ୍କ ଫେରିବା ଉପରେ ମୁଖ୍ୟମନ୍ତ୍ରୀଙ୍କ ଗୁରୁତ୍ୱ 🔴 ଶେରଗଡ ଘଟଣାକୁ ନେଇ ହୁଲୁସ୍ତୁଲ ହୋଇପାରେ ଗୃହ 🔴 ଇରାନର କ୍ରାଉନ୍ ଜୁଏଲ୍ ଖାର୍ଗ ଦ୍ବୀପରେ ଆମେରିକାର ଆକ୍ରମଣ 🔴 ମାର୍ଚ୍ଚରୁ ଡରାଇଲାଣି ତାତି 🔴 ଆଜି ଗୃହରେ ପୁଣି ଉଠିବ ଗ୍ୟାସ୍ ପ୍ରସଙ୍ଗ! 🔴 ବକେୟା ଟ୍ରାଫିକ୍ ଚାଲାଣ ସମାଧାନ ପାଇଁ ନୂଆ ବ୍ୟବସ୍ଥା 🔴 ରାଜ୍ୟସଭା ନିର୍ବାଚନ ପାଇଁ କଂଗ୍ରେସ ଜାରି କଲା ହ୍ବିପ୍ 🔴 ହର୍ମୁଜରେ ଭାରତକୁ ଅନୁମତି 🔴 ଓମାନର ସଲାଲାହ ବନ୍ଦର ଉପରେ ଇରାନୀ ଡ୍ରୋନ୍ ଆକ୍ରମଣ 🔴 108 ହାର୍ଡକୋର ମାଓବାଦୀ ଆତ୍ମସମର୍ପଣ 🔴 ମଧ୍ୟପ୍ରାଚ୍ୟରେ ଯୁଦ୍ଧ, ଓଡ଼ିଆଙ୍କ ଫେରିବା ଉପରେ ମୁଖ୍ୟମନ୍ତ୍ରୀଙ୍କ ଗୁରୁତ୍ୱ 🔴 ଶେରଗଡ ଘଟଣାକୁ ନେଇ ହୁଲୁସ୍ତୁଲ ହୋଇପାରେ ଗୃହ