ଆଜିଠୁ ୨ ଦିନିଆ ବ୍ୟାଙ୍କ ଧର୍ମଘଟ

ନୂଆଦିଲ୍ଲୀ (ବଡ଼ ଖବର ବ୍ୟୁରୋ): ଆଜିଠୁ ଦୁଇଦିନିଆ ବ୍ୟାଙ୍କ ଧର୍ମଘଟ ଆରମ୍ଭ । ବ୍ୟାଙ୍କ ଘରୋଇକରଣକୁ ବିରୋଧ କରି ୟୁନାଇଟେଡ ଫୋରମ ଅଫ ବ୍ୟାଙ୍କ ୟୁନିୟନ ଏହି ଧର୍ମଘଟ ଡାକରା ଦେଇଛି । ନଅଟି ବ୍ୟାଙ୍କ କର୍ମଚାରୀ ଓ ଅଧିକାରୀ ସଂଘ ଏହାକୁ ସମର୍ଥନ କରୁଛନ୍ତି । ଅନ୍ୟପଟେ ସୋମବାର ଓ ମଙ୍ଗଳବାର ଧର୍ମଘଟ ଶେଷ ହେବା ପରେ ବୁଧବାର ଠାରୁ ବ୍ୟାଙ୍କ ସେବା ପୁଣି ସ୍ୱାଭାବିକ ହେବ । ତେବେ ଏହି ସର୍ବଭାରତୀୟ ସ୍ତରର ଧର୍ମଘଟରେ ପ୍ରାୟ ୧୦ ଲକ୍ଷ କର୍ମଚାରୀ ସାମିଲ ହେବେ ।

ଏହାସହ ଓଡିଶାରେ ଧର୍ମଘଟ ଯୋଗୁ ୫୫୦୦ରୁ ଅଧିକ ବ୍ୟାଙ୍କ ଶାଖା ବନ୍ଦ ରହିବ । ଧର୍ମଘଟରେ ଓଡିଶାରୁ ୩୦ ହଜାରରୁ ଅଧିକ କର୍ମଚରୀ ଓ ଅଧିକାରୀ ସାମିଲ ହେବା ନେଇ ସୂଚନା ରହିଛି । ସରକାରୀ ବ୍ୟାଙ୍କ ସହିତ ଗ୍ରାମ୍ୟ ବ୍ୟାଙ୍କ ଓ ସମବାୟ ବ୍ୟାଙ୍କଗୁଡିକ ଏହି ଧର୍ମଘଟରେ ସାମିଲ ହେବେ ବୋଲି ଏଆଇବିଓସି ସଭାପତି କହିଛନ୍ତି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଗଞ୍ଜାମ ଯିବେ ମୁଖ୍ୟମନ୍ତ୍ରୀ 🔴 ଜଳବନ୍ଦୀଙ୍କୁ କରାଯିବ ଏୟାରଲିଫ୍ଟ 🔴 ୧୮ରୁ ବିଧାନସଭା ଅଧିବେଶନ 🔴 ୭ ଜିଲ୍ଲାକୁ ରେଡ୍ ୱାର୍ଣ୍ଣିଂ 🔴 ନୀଳଗିରି ବସ୍‌ଷ୍ଟାଣ୍ଡ ନିକଟ ପେଟ୍ରୋଲ ପମ୍ପରେ ବିସ୍ଫୋରଣ 🔴 ଆସନ୍ତାକାଲି ପର୍ଯ୍ୟନ୍ତ ଓଡ଼ିଶା ପାଇଁ ଗୁରୁତ୍ବପୂର୍ଣ୍ଣ 🔴 ସଂଧ୍ୟା ସୁଦ୍ଧା ମାଲକାନଗିରି ଦେଇ ଯିବ ‘ଅର୍ଣ୍ଣବ’ 🔴 ‘ମାଲକାନଗିରି ବେଶୀ ପ୍ରଭାବିତ’ 🔴 IAS ସ୍ତରରେ ଅଦଳବଦଳ 🔴 ଘରେ ପଶିଲେ, ଲୁଟିଲେ..ଟିଭି ଭାଙ୍ଗି ଚାଲିଗଲେ 🔴 ଗଞ୍ଜାମ ଯିବେ ମୁଖ୍ୟମନ୍ତ୍ରୀ 🔴 ଜଳବନ୍ଦୀଙ୍କୁ କରାଯିବ ଏୟାରଲିଫ୍ଟ 🔴 ୧୮ରୁ ବିଧାନସଭା ଅଧିବେଶନ 🔴 ୭ ଜିଲ୍ଲାକୁ ରେଡ୍ ୱାର୍ଣ୍ଣିଂ 🔴 ନୀଳଗିରି ବସ୍‌ଷ୍ଟାଣ୍ଡ ନିକଟ ପେଟ୍ରୋଲ ପମ୍ପରେ ବିସ୍ଫୋରଣ 🔴 ଆସନ୍ତାକାଲି ପର୍ଯ୍ୟନ୍ତ ଓଡ଼ିଶା ପାଇଁ ଗୁରୁତ୍ବପୂର୍ଣ୍ଣ 🔴 ସଂଧ୍ୟା ସୁଦ୍ଧା ମାଲକାନଗିରି ଦେଇ ଯିବ ‘ଅର୍ଣ୍ଣବ’ 🔴 ‘ମାଲକାନଗିରି ବେଶୀ ପ୍ରଭାବିତ’ 🔴 IAS ସ୍ତରରେ ଅଦଳବଦଳ 🔴 ଘରେ ପଶିଲେ, ଲୁଟିଲେ..ଟିଭି ଭାଙ୍ଗି ଚାଲିଗଲେ