Masthead

ଆଜିଠୁ ୨ ଦିନିଆ ବ୍ୟାଙ୍କ ଧର୍ମଘଟ

ନୂଆଦିଲ୍ଲୀ (ବଡ଼ ଖବର ବ୍ୟୁରୋ): ଆଜିଠୁ ଦୁଇଦିନିଆ ବ୍ୟାଙ୍କ ଧର୍ମଘଟ ଆରମ୍ଭ । ବ୍ୟାଙ୍କ ଘରୋଇକରଣକୁ ବିରୋଧ କରି ୟୁନାଇଟେଡ ଫୋରମ ଅଫ ବ୍ୟାଙ୍କ ୟୁନିୟନ ଏହି ଧର୍ମଘଟ ଡାକରା ଦେଇଛି । ନଅଟି ବ୍ୟାଙ୍କ କର୍ମଚାରୀ ଓ ଅଧିକାରୀ ସଂଘ ଏହାକୁ ସମର୍ଥନ କରୁଛନ୍ତି । ଅନ୍ୟପଟେ ସୋମବାର ଓ ମଙ୍ଗଳବାର ଧର୍ମଘଟ ଶେଷ ହେବା ପରେ ବୁଧବାର ଠାରୁ ବ୍ୟାଙ୍କ ସେବା ପୁଣି ସ୍ୱାଭାବିକ ହେବ । ତେବେ ଏହି ସର୍ବଭାରତୀୟ ସ୍ତରର ଧର୍ମଘଟରେ ପ୍ରାୟ ୧୦ ଲକ୍ଷ କର୍ମଚାରୀ ସାମିଲ ହେବେ ।

ଏହାସହ ଓଡିଶାରେ ଧର୍ମଘଟ ଯୋଗୁ ୫୫୦୦ରୁ ଅଧିକ ବ୍ୟାଙ୍କ ଶାଖା ବନ୍ଦ ରହିବ । ଧର୍ମଘଟରେ ଓଡିଶାରୁ ୩୦ ହଜାରରୁ ଅଧିକ କର୍ମଚରୀ ଓ ଅଧିକାରୀ ସାମିଲ ହେବା ନେଇ ସୂଚନା ରହିଛି । ସରକାରୀ ବ୍ୟାଙ୍କ ସହିତ ଗ୍ରାମ୍ୟ ବ୍ୟାଙ୍କ ଓ ସମବାୟ ବ୍ୟାଙ୍କଗୁଡିକ ଏହି ଧର୍ମଘଟରେ ସାମିଲ ହେବେ ବୋଲି ଏଆଇବିଓସି ସଭାପତି କହିଛନ୍ତି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ବନ୍ୟା ସ୍ଥିତି ନେଇ ରାଜସ୍ୱ ମନ୍ତ୍ରୀଙ୍କ ସମୀକ୍ଷା ବୈଠକ 🔴 ଆଜି ଦକ୍ଷିଣ ଓ ପଶ୍ଚିମ ଓଡ଼ିଶାରେ ପ୍ରବଳ ବର୍ଷା! 🔴 ବୁଡିଗଲା ପୋଲ, ଧୋଇଗଲା ରାସ୍ତା 🔴 ମହାପ୍ରଭୁଙ୍କ ବନକଲାଗି, ୫ ଘଣ୍ଟା ଦର୍ଶନ ବନ୍ଦ 🔴 ୮ ଜିଲ୍ଲାରେ ସ୍କୁଲ୍ ଛୁଟି 🔴 ଭୂମିକମ୍ପରେ ଦୋହଲିଲା ଜାପାନ, ୭.୧ ତୀବ୍ରତାରେ କମ୍ପିଲା ଅନେକ ଅଞ୍ଚଳ 🔴 ସନ୍ଧ୍ୟା ସୁଦ୍ଧା ବଡ଼ ବନ୍ୟା 🔴 ଫାଇଲ ଗାଏବ ଘଟଣା, କମିଶନରେଟ ପୋଲିସକୁ ଚିଠି ଲେଖିଲେ ୨ ପୂର୍ବତନ ଆଇଏଏସ 🔴 ସ୍ୱର୍ଣ୍ଣ ଜିତିଲେ ଶର୍ମିଳା 🔴 ଅଭିଯୋଗ ଶୁଣିଲାନି ପ୍ରଶାସନ, ଘଣ୍ଟ ବାଡେଇ ପ୍ରତିବାଦ କଲେ ଗ୍ରାମବାସୀ 🔴 ବନ୍ୟା ସ୍ଥିତି ନେଇ ରାଜସ୍ୱ ମନ୍ତ୍ରୀଙ୍କ ସମୀକ୍ଷା ବୈଠକ 🔴 ଆଜି ଦକ୍ଷିଣ ଓ ପଶ୍ଚିମ ଓଡ଼ିଶାରେ ପ୍ରବଳ ବର୍ଷା! 🔴 ବୁଡିଗଲା ପୋଲ, ଧୋଇଗଲା ରାସ୍ତା 🔴 ମହାପ୍ରଭୁଙ୍କ ବନକଲାଗି, ୫ ଘଣ୍ଟା ଦର୍ଶନ ବନ୍ଦ 🔴 ୮ ଜିଲ୍ଲାରେ ସ୍କୁଲ୍ ଛୁଟି 🔴 ଭୂମିକମ୍ପରେ ଦୋହଲିଲା ଜାପାନ, ୭.୧ ତୀବ୍ରତାରେ କମ୍ପିଲା ଅନେକ ଅଞ୍ଚଳ 🔴 ସନ୍ଧ୍ୟା ସୁଦ୍ଧା ବଡ଼ ବନ୍ୟା 🔴 ଫାଇଲ ଗାଏବ ଘଟଣା, କମିଶନରେଟ ପୋଲିସକୁ ଚିଠି ଲେଖିଲେ ୨ ପୂର୍ବତନ ଆଇଏଏସ 🔴 ସ୍ୱର୍ଣ୍ଣ ଜିତିଲେ ଶର୍ମିଳା 🔴 ଅଭିଯୋଗ ଶୁଣିଲାନି ପ୍ରଶାସନ, ଘଣ୍ଟ ବାଡେଇ ପ୍ରତିବାଦ କଲେ ଗ୍ରାମବାସୀ