Masthead

୨୫ ଯାଏଁ ବିଭିନ୍ନ ଜିଲ୍ଲାକୁ ବର୍ଷା ଆଲର୍ଟ

ଭୁବନେଶ୍ୱର(ବଡ଼ ଖବର ବ୍ୟୁରୋ): ଆଗାମୀ ୨ ଦିନ ଯାଏଁ ରାଜ୍ୟରେ ବିଭିନ୍ନ ସ୍ଥାନରେ ଝଡ଼ବର୍ଷା ସମ୍ଭାବନା । ବିଜୁଳି ଘଡ଼ଘଡ଼ି ସହ କିଛି ଜିଲ୍ଳାରେ କୁଆପଥର ବର୍ଷା ହୋଇପାରେ । ଆଜି ମୟୂରଭଞ୍ଜ, ବାଲେଶ୍ୱର, ଭଦ୍ରକ ଓ କେନ୍ଦୁଝରରେ ବିଜୁଳି ଓ ଘଡ଼ଘଡ଼ି ସହିତ ବର୍ଷା ହୋଇପାରେ । ଏହି ଜିଲ୍ଲା ପାଇଁ ଅରେଞ୍ଜ ୱାର୍ଣ୍ଣିଂ ଜାରି ହୋଇଛି । ଏ ସବୁ ଜିଲ୍ଲାରେ ୫୦ରୁ ୬୦କିମି ବେଗରେ ପବନ ବହିପାରେ । ଆଜି ଓ ଆସନ୍ତାକାଲି ଉପକୂଳ ଓଡ଼ିଶାର ବିଭିନ୍ନ ସ୍ଥାନରେ ବର୍ଷା ସମ୍ଭାବନା ଅଛି ବୋଲି ପାଣିପାଗ ବିଭାଗ ପୂର୍ବାନୁମାନ କରିଛି । ସେହିପରି ଆଜି ଭଦ୍ରକ, ଯାଜପୁର, କେନ୍ଦ୍ରାପଡ଼ା, କଟକ, ଜଗତ୍‌ସିଂହପୁର, ପୁରୀ, ଖୋର୍ଦ୍ଧା, ନୟାଗଡ଼, ଗଞ୍ଜାମ, ଗଜପତି, ମୟୂରଭଞ୍ଜ ଓ କେନ୍ଦୁଝରରେ ହାଲୁକା ବର୍ଷା ସମ୍ଭାବନା ଅଛି। ୨୪ ତାରିଖ ପାଇଁ ମୟୂରଭଞ୍ଜ ଓ ବାଲେଶ୍ୱରରେ ୟେଲୋ ୱାର୍ଣ୍ଣିଂ ଜାରି ହୋଇଛି ।

ଉତ୍ତର ଓଡ଼ିଶା ଓ ଉପକୂଳ ଓଡ଼ିଶାର ବିଭିନ୍ନ ସ୍ଥାନରେ ସ୍ୱଳ୍ପ ପରିମାଣର ବର୍ଷା ହେବ ବୋଲି ପାଣିପାଗ ବିଭାଗ ପକ୍ଷରୁ କୁହାଯାଇଛି । ଗତକାଲି ଅନୁଗୁଳରେ ୨୧ ମିମି, ବାଲେଶ୍ୱରରେ ୫.୬ ଓ ନୟାଗଡ଼ରେ ୪ମିମି ବର୍ଷା ସମ୍ଭାବନା ଅଛି । ଅନୁଗୁଳରେ ରାତି ତାପମାତ୍ରା ୧୩.୬ ଡିଗ୍ରୀ ସେଲସିୟସ୍‌ ରହିଥିଲା । କୋରାପୁଟରେ ୧୭.୧ ଓ ଫୁଲବାଣୀରେ ୧୭.୫ ଡିଗ୍ରୀ ଥିଲା । ଆଜି ଟିଟିଲାଗଡ଼ ଓ ବଲାଙ୍ଗୀରରେ ଦିନ ତାପମାତ୍ରା ସର୍ବାଧିକ ୩୬ ଡିଗ୍ରୀ ଥିଲା । ସୋନପୁରରେ ୩୫.୮, ବୌଦ୍ଧ ଓ ଝାରସୁଗୁଡ଼ାରେ ୩୫.୫, ହୀରାକୁଦରେ ୩୫.୪ ଡିଗ୍ରୀ ରେକର୍ଡ ହୋଇଛି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଆଇଇଡି ବିସ୍ଫୋରଣରେ ଉଡ଼ିଲା ରେଳ ଟ୍ରାକ୍ 🔴 କଙ୍ଗାରୁ କୋର୍ଟ ପାଇଁ ଜୀବନ ହାରିଲା ପରିବାର 🔴 ଆଜି ଭାରତ-ଇୟୁ ମଧ୍ୟରେ ବଡ଼ ଡ଼ିଲ୍ 🔴 ସାଧାରଣତନ୍ତ୍ର ଦିବସରେ ମୁଖ୍ୟମନ୍ତ୍ରୀଙ୍କ ସମ୍ବୋଧନ 🔴 ଦେଶ ପାଳୁଛି ୭୭ତମ ସାଧାରଣତନ୍ତ୍ର ଦିବସ 🔴 ଜୀବନ ଯୁଦ୍ଧରେ ହାରିଗଲେ ଅଭିଜିତ ମଜୁମଦାର 🔴 ଆହୁରି ବଢିବ ରାତି ତାପମାତ୍ରା 🔴 ଶ୍ରୀମନ୍ଦିରରେ ନାବାଳକକୁ ମାଡ଼! 🔴 ପବିତ୍ର ଶ୍ରୀପଞ୍ଚମୀରେ ବିଦ୍ୟାଦାତ୍ରୀ ମା’ ସରସ୍ବତୀଙ୍କୁ ଆବାହନ 🔴 ୭୨ ପ୍ରଧାନଶିକ୍ଷକଙ୍କ ଦରମା ବନ୍ଦ 🔴 ଆଇଇଡି ବିସ୍ଫୋରଣରେ ଉଡ଼ିଲା ରେଳ ଟ୍ରାକ୍ 🔴 କଙ୍ଗାରୁ କୋର୍ଟ ପାଇଁ ଜୀବନ ହାରିଲା ପରିବାର 🔴 ଆଜି ଭାରତ-ଇୟୁ ମଧ୍ୟରେ ବଡ଼ ଡ଼ିଲ୍ 🔴 ସାଧାରଣତନ୍ତ୍ର ଦିବସରେ ମୁଖ୍ୟମନ୍ତ୍ରୀଙ୍କ ସମ୍ବୋଧନ 🔴 ଦେଶ ପାଳୁଛି ୭୭ତମ ସାଧାରଣତନ୍ତ୍ର ଦିବସ 🔴 ଜୀବନ ଯୁଦ୍ଧରେ ହାରିଗଲେ ଅଭିଜିତ ମଜୁମଦାର 🔴 ଆହୁରି ବଢିବ ରାତି ତାପମାତ୍ରା 🔴 ଶ୍ରୀମନ୍ଦିରରେ ନାବାଳକକୁ ମାଡ଼! 🔴 ପବିତ୍ର ଶ୍ରୀପଞ୍ଚମୀରେ ବିଦ୍ୟାଦାତ୍ରୀ ମା’ ସରସ୍ବତୀଙ୍କୁ ଆବାହନ 🔴 ୭୨ ପ୍ରଧାନଶିକ୍ଷକଙ୍କ ଦରମା ବନ୍ଦ