Masthead

୨୫ ଯାଏଁ ବିଭିନ୍ନ ଜିଲ୍ଲାକୁ ବର୍ଷା ଆଲର୍ଟ

ଭୁବନେଶ୍ୱର(ବଡ଼ ଖବର ବ୍ୟୁରୋ): ଆଗାମୀ ୨ ଦିନ ଯାଏଁ ରାଜ୍ୟରେ ବିଭିନ୍ନ ସ୍ଥାନରେ ଝଡ଼ବର୍ଷା ସମ୍ଭାବନା । ବିଜୁଳି ଘଡ଼ଘଡ଼ି ସହ କିଛି ଜିଲ୍ଳାରେ କୁଆପଥର ବର୍ଷା ହୋଇପାରେ । ଆଜି ମୟୂରଭଞ୍ଜ, ବାଲେଶ୍ୱର, ଭଦ୍ରକ ଓ କେନ୍ଦୁଝରରେ ବିଜୁଳି ଓ ଘଡ଼ଘଡ଼ି ସହିତ ବର୍ଷା ହୋଇପାରେ । ଏହି ଜିଲ୍ଲା ପାଇଁ ଅରେଞ୍ଜ ୱାର୍ଣ୍ଣିଂ ଜାରି ହୋଇଛି । ଏ ସବୁ ଜିଲ୍ଲାରେ ୫୦ରୁ ୬୦କିମି ବେଗରେ ପବନ ବହିପାରେ । ଆଜି ଓ ଆସନ୍ତାକାଲି ଉପକୂଳ ଓଡ଼ିଶାର ବିଭିନ୍ନ ସ୍ଥାନରେ ବର୍ଷା ସମ୍ଭାବନା ଅଛି ବୋଲି ପାଣିପାଗ ବିଭାଗ ପୂର୍ବାନୁମାନ କରିଛି । ସେହିପରି ଆଜି ଭଦ୍ରକ, ଯାଜପୁର, କେନ୍ଦ୍ରାପଡ଼ା, କଟକ, ଜଗତ୍‌ସିଂହପୁର, ପୁରୀ, ଖୋର୍ଦ୍ଧା, ନୟାଗଡ଼, ଗଞ୍ଜାମ, ଗଜପତି, ମୟୂରଭଞ୍ଜ ଓ କେନ୍ଦୁଝରରେ ହାଲୁକା ବର୍ଷା ସମ୍ଭାବନା ଅଛି। ୨୪ ତାରିଖ ପାଇଁ ମୟୂରଭଞ୍ଜ ଓ ବାଲେଶ୍ୱରରେ ୟେଲୋ ୱାର୍ଣ୍ଣିଂ ଜାରି ହୋଇଛି ।

ଉତ୍ତର ଓଡ଼ିଶା ଓ ଉପକୂଳ ଓଡ଼ିଶାର ବିଭିନ୍ନ ସ୍ଥାନରେ ସ୍ୱଳ୍ପ ପରିମାଣର ବର୍ଷା ହେବ ବୋଲି ପାଣିପାଗ ବିଭାଗ ପକ୍ଷରୁ କୁହାଯାଇଛି । ଗତକାଲି ଅନୁଗୁଳରେ ୨୧ ମିମି, ବାଲେଶ୍ୱରରେ ୫.୬ ଓ ନୟାଗଡ଼ରେ ୪ମିମି ବର୍ଷା ସମ୍ଭାବନା ଅଛି । ଅନୁଗୁଳରେ ରାତି ତାପମାତ୍ରା ୧୩.୬ ଡିଗ୍ରୀ ସେଲସିୟସ୍‌ ରହିଥିଲା । କୋରାପୁଟରେ ୧୭.୧ ଓ ଫୁଲବାଣୀରେ ୧୭.୫ ଡିଗ୍ରୀ ଥିଲା । ଆଜି ଟିଟିଲାଗଡ଼ ଓ ବଲାଙ୍ଗୀରରେ ଦିନ ତାପମାତ୍ରା ସର୍ବାଧିକ ୩୬ ଡିଗ୍ରୀ ଥିଲା । ସୋନପୁରରେ ୩୫.୮, ବୌଦ୍ଧ ଓ ଝାରସୁଗୁଡ଼ାରେ ୩୫.୫, ହୀରାକୁଦରେ ୩୫.୪ ଡିଗ୍ରୀ ରେକର୍ଡ ହୋଇଛି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଅଗଷ୍ଟ ୩ରୁ ପୁଣି ବର୍ଷା! 🔴 ବନ୍ୟା ପାଣିରୁ ଜୀବନ ବଞ୍ଚାଇବା ପାଇଁ ତାଳ ଗଛରେ କଟିଲା ଦିନ 🔴 ମେଡିକାଲ୍ ପିଜି ପରୀକ୍ଷାରେ ପେପର ଲିକ୍! 🔴 ନାବାଳକ ପେଟରେ ପଶିଗଲା ସାଇକେଲ ହ୍ୟାଣ୍ଡେଲ 🔴 ଫୁଲୁଛି ମହାନଦୀ, ସନ୍ଧ୍ୟା ସୁଦ୍ଧା ଆସିପାରେ ୯ ଲକ୍ଷ କ୍ୟୁସେକ୍ ପାଣି.. 🔴 କାଦୁଅରେ ପଶି କଲବଲ ହେଲା ଦନ୍ତା 🔴 ବନ୍ୟା ସ୍ଥିତି ନେଇ ରାଜସ୍ୱ ମନ୍ତ୍ରୀଙ୍କ ସମୀକ୍ଷା ବୈଠକ 🔴 ଆଜି ଦକ୍ଷିଣ ଓ ପଶ୍ଚିମ ଓଡ଼ିଶାରେ ପ୍ରବଳ ବର୍ଷା! 🔴 ବୁଡିଗଲା ପୋଲ, ଧୋଇଗଲା ରାସ୍ତା 🔴 ମହାପ୍ରଭୁଙ୍କ ବନକଲାଗି, ୫ ଘଣ୍ଟା ଦର୍ଶନ ବନ୍ଦ 🔴 ଅଗଷ୍ଟ ୩ରୁ ପୁଣି ବର୍ଷା! 🔴 ବନ୍ୟା ପାଣିରୁ ଜୀବନ ବଞ୍ଚାଇବା ପାଇଁ ତାଳ ଗଛରେ କଟିଲା ଦିନ 🔴 ମେଡିକାଲ୍ ପିଜି ପରୀକ୍ଷାରେ ପେପର ଲିକ୍! 🔴 ନାବାଳକ ପେଟରେ ପଶିଗଲା ସାଇକେଲ ହ୍ୟାଣ୍ଡେଲ 🔴 ଫୁଲୁଛି ମହାନଦୀ, ସନ୍ଧ୍ୟା ସୁଦ୍ଧା ଆସିପାରେ ୯ ଲକ୍ଷ କ୍ୟୁସେକ୍ ପାଣି.. 🔴 କାଦୁଅରେ ପଶି କଲବଲ ହେଲା ଦନ୍ତା 🔴 ବନ୍ୟା ସ୍ଥିତି ନେଇ ରାଜସ୍ୱ ମନ୍ତ୍ରୀଙ୍କ ସମୀକ୍ଷା ବୈଠକ 🔴 ଆଜି ଦକ୍ଷିଣ ଓ ପଶ୍ଚିମ ଓଡ଼ିଶାରେ ପ୍ରବଳ ବର୍ଷା! 🔴 ବୁଡିଗଲା ପୋଲ, ଧୋଇଗଲା ରାସ୍ତା 🔴 ମହାପ୍ରଭୁଙ୍କ ବନକଲାଗି, ୫ ଘଣ୍ଟା ଦର୍ଶନ ବନ୍ଦ