Masthead

୫୩ ବର୍ଷ ପରେ ୧୩ଦିନ ଅଣସର ନୀତି

ପୁରୀ(ବଡ଼ ଖବର ବ୍ୟୁରୋ): ଏଥର ଦୁଇ ଦିନ ହୋଇପାରେ ଗୁଣ୍ଡିଚା ଯାତ୍ରା । ୧୩ଦିନ ଅଣସରରେ ରହିବେ ଶ୍ରୀଜିଉ । ୧୫ଦିନ ବଦଳରେ ୧୩ ଦିନ ଅଣସରରେ ରହିବେ ମହାପ୍ରଭୁ । ୫୩ ବର୍ଷ ପରେ ଚଳିତ ଥର ୧୩ ଦିନ ପଡୁଛି ଅଣସର ନୀତି । ଠାକୁର ନବଯୌବନ ହେବେ ସତ କିନ୍ତୁ ଦର୍ଶନ ମିଳିବନି । ସମୟ ଅଭାବ ଓ ନୀତି ଶୃଙ୍ଖଳା ପାଇଁ ଦର୍ଶନ ବନ୍ଦ ରଖିବାକୁ ନିଷ୍ପତ୍ତି ନିଆଯାଇଥିବା ସୂଚନା ମିଳିଛି ।

ଗୋଟିଏ ଦିନରେ ନେତ୍ରୋତ୍ସବ, ପହଣ୍ଡି ଲାଗି ସେନାପଟା ଓ କୁସୁମି ଲାଗି ଥିବାରୁ ଚିନ୍ତାରେ ପଡ଼ିଛନ୍ତି ସେବାୟତ । ଏଭଳି ସ୍ଥିତିରେ ଗୋଟିଏ ଦିନରେ ରଥଯାତ୍ରା କରିବା ସମ୍ଭବ ନୁହେଁ ବୋଲି ମତ ଦେଇଛନ୍ତି ସେବାୟତ । ତେଣୁ ୧୯୭୧ ମସିହା ଆଧାରରେ ନୀତିକାନ୍ତି କରିବାକୁ ଯୋଜନା କରାଯାଉଛି । ଚଳିତ ରଥଯାତ୍ରାକୁ ଶୃଙ୍ଖଳିତ କରିବାକୁ ଦୁଇଟି ବୈଠକରେ ଗୁରୁତ୍ୱପୂର୍ଣ୍ଣ ପ୍ରସଙ୍ଗରେ ଆଲୋଚନା ହୋଇଛି । ପ୍ରଥମେ ନୀତି ସବ କମିଟି ବୈଠକରେ ରାଜେନ୍ଦ୍ରଭିଷେକଠାରୁ ସ୍ନାନ ପୂର୍ଣ୍ଣିମା ଯାଏ ନୀତି ନିର୍ଘଣ୍ଟ ହୋଇଛି । ଏହାପରେ ଛତିଶା ନିଯୋଗ ବୈଠକରେ ନୀତି ନିର୍ଘଂଟ ନେଇ ଆଲୋଚନା ହୋଇଛି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଇରାନର କ୍ରାଉନ୍ ଜୁଏଲ୍ ଖାର୍ଗ ଦ୍ବୀପରେ ଆମେରିକାର ଆକ୍ରମଣ 🔴 ମାର୍ଚ୍ଚରୁ ଡରାଇଲାଣି ତାତି 🔴 ଆଜି ଗୃହରେ ପୁଣି ଉଠିବ ଗ୍ୟାସ୍ ପ୍ରସଙ୍ଗ! 🔴 ବକେୟା ଟ୍ରାଫିକ୍ ଚାଲାଣ ସମାଧାନ ପାଇଁ ନୂଆ ବ୍ୟବସ୍ଥା 🔴 ରାଜ୍ୟସଭା ନିର୍ବାଚନ ପାଇଁ କଂଗ୍ରେସ ଜାରି କଲା ହ୍ବିପ୍ 🔴 ହର୍ମୁଜରେ ଭାରତକୁ ଅନୁମତି 🔴 ଓମାନର ସଲାଲାହ ବନ୍ଦର ଉପରେ ଇରାନୀ ଡ୍ରୋନ୍ ଆକ୍ରମଣ 🔴 108 ହାର୍ଡକୋର ମାଓବାଦୀ ଆତ୍ମସମର୍ପଣ 🔴 ମଧ୍ୟପ୍ରାଚ୍ୟରେ ଯୁଦ୍ଧ, ଓଡ଼ିଆଙ୍କ ଫେରିବା ଉପରେ ମୁଖ୍ୟମନ୍ତ୍ରୀଙ୍କ ଗୁରୁତ୍ୱ 🔴 ଶେରଗଡ ଘଟଣାକୁ ନେଇ ହୁଲୁସ୍ତୁଲ ହୋଇପାରେ ଗୃହ 🔴 ଇରାନର କ୍ରାଉନ୍ ଜୁଏଲ୍ ଖାର୍ଗ ଦ୍ବୀପରେ ଆମେରିକାର ଆକ୍ରମଣ 🔴 ମାର୍ଚ୍ଚରୁ ଡରାଇଲାଣି ତାତି 🔴 ଆଜି ଗୃହରେ ପୁଣି ଉଠିବ ଗ୍ୟାସ୍ ପ୍ରସଙ୍ଗ! 🔴 ବକେୟା ଟ୍ରାଫିକ୍ ଚାଲାଣ ସମାଧାନ ପାଇଁ ନୂଆ ବ୍ୟବସ୍ଥା 🔴 ରାଜ୍ୟସଭା ନିର୍ବାଚନ ପାଇଁ କଂଗ୍ରେସ ଜାରି କଲା ହ୍ବିପ୍ 🔴 ହର୍ମୁଜରେ ଭାରତକୁ ଅନୁମତି 🔴 ଓମାନର ସଲାଲାହ ବନ୍ଦର ଉପରେ ଇରାନୀ ଡ୍ରୋନ୍ ଆକ୍ରମଣ 🔴 108 ହାର୍ଡକୋର ମାଓବାଦୀ ଆତ୍ମସମର୍ପଣ 🔴 ମଧ୍ୟପ୍ରାଚ୍ୟରେ ଯୁଦ୍ଧ, ଓଡ଼ିଆଙ୍କ ଫେରିବା ଉପରେ ମୁଖ୍ୟମନ୍ତ୍ରୀଙ୍କ ଗୁରୁତ୍ୱ 🔴 ଶେରଗଡ ଘଟଣାକୁ ନେଇ ହୁଲୁସ୍ତୁଲ ହୋଇପାରେ ଗୃହ