Masthead

ଅଜଣା ଗାଡି ଧକ୍କାରେ ଚାଲିଗଲା ଦୁଇ ସାଙ୍ଗଙ୍କ ଜୀବନ

ବୌଦ୍ଧ (ବଡ଼ ଖବର ବ୍ୟୁରୋ): ଅଜଣା ଗାଡି ଧକ୍କାରେ ଗଲା ଦୁଇ ସଙ୍ଗାତଙ୍କ ଜୀବନ । ମୃତକ ହେଲେ ମୁଶାଡ଼ ଗ୍ରାମର ଝାଣ୍ଟୁ ଚରଣ ବେହେରା ଓ ବ୍ରାହ୍ମଣଗାଁ ର ଝାଣ୍ଟୁ ଭୋକ୍ତା । ଖୋର୍ଦ୍ଧା -ବଲାଙ୍ଗୀର ୫୭ ନମ୍ବର ଜାତୀୟ ରାଜପଥ ସ୍ଥିତ ଲଇଗାଁ ଗାଁ ଛକରେ ଘଟିଛି ଦୁର୍ଘଟଣା । ବୌଦ୍ଧ ଥାନା ଅନ୍ତର୍ଗତ ୫୭ ନମ୍ବର ଜାତୀୟ ରାଜପଥ ସ୍ଥିତ ଲଇଗାଁ ଛକ ଠାରେ ବିଳମ୍ବିତ ରାତିରେ ଦୁଇ ସଙ୍ଗାତ ବୌଦ୍ଧ ପଟୁ ନିଜ ଘରକୁ ଫେରୁଥିବା ବେଳେ ବିପରିତ ଦିଗରୁ ଏକ ଅଜଣା ଗାଡି ଧକ୍କା ଦେଇଥିଲା ।

ଫଳରେ ଦୁଇ ସଙ୍ଗାତ ଘଟଣାସ୍ଥଳରେ ହିଁ ପ୍ରାଣ ହରାଇଥିଲେ । ଖବର ପାଇ ବୌଦ୍ଧ ପୋଲିସ ପହଁଚି ଆମ୍ବୁଲାନ୍ସ ଯୋଗେ ଉଭୟଙ୍କୁ ବୌଦ୍ଧ ମୁଖ୍ୟ ଚିକିତ୍ସାଳୟରେ ଭର୍ତି କରିଥିବାବେଳେ ସେଠାରେ ଡାକ୍ତର ଉଭୟଙ୍କୁ ମୃତ୍ୟୁ ଘୋଷଣା କରିଥିଲେ । ଆଜି ଶବ ବ୍ୟବଚ୍ଛେଦ ପରେ ଉଭୟଙ୍କ ପରିବାରକୁ ଶବ ହସ୍ତାନ୍ତର କରାଯିବ ବୋଲି ଜଣାପଡିଛି । ଅନ୍ୟପଟେ ପୋଲିସ ଦୁର୍ଘଟଣା ଘଟାଇ ଫେରାର ମାରିଥିବା ଗାଡିକୁ ଧରିବାକୁ ପ୍ରୟାସ କରୁଛି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ୩୦ରେ ବିଧାନସଭା ସ୍ୱତନ୍ତ୍ର ଅଧିବେଶନ 🔴 ଆପ ଛାଡିଲେ ରାଘବ ଚଡ୍ଡା 🔴 ଆଜି ଉପକୂଳରେ ୪୫ ଡିଗ୍ରି ଟପିପାରେ ପାରଦ 🔴 ବଲାଙ୍ଗିର ଯିବେ ମୁଖ୍ୟମନ୍ତ୍ରୀ 🔴 ପ୍ରେମିକ ସାଜିଲା ସଇତାନ 🔴 ପ୍ଲଟ୍‌ ବ୍ୟବସାୟୀଙ୍କ ହତ୍ୟା ଘଟଣା, ମାଷ୍ଟରମାଇଣ୍ଡ ପୁତୁରା ଓ ଝିଆରୀ 🔴 ଶୁକ୍ରବାର ଆଲୋଚନା ହେବାର ସମ୍ଭାବନା: ଟ୍ରମ୍ପ 🔴 ରେକର୍ଡ ଭାଙ୍ଗିଲା ତାତି, ୨୫ ସ୍ଥାନରେ ତାମପାତ୍ରା ୪୦ ଡିଗ୍ରି 🔴 ପଶ୍ଚିମବଙ୍ଗ-ତାମିଲନାଡୁରେ ଭୋଟ୍ 🔴 ଜନଗଣନା ବେଳେ ଅଧିକାରୀଙ୍କୁ ନିସ୍ତୁକ ମାଡ଼ 🔴 ୩୦ରେ ବିଧାନସଭା ସ୍ୱତନ୍ତ୍ର ଅଧିବେଶନ 🔴 ଆପ ଛାଡିଲେ ରାଘବ ଚଡ୍ଡା 🔴 ଆଜି ଉପକୂଳରେ ୪୫ ଡିଗ୍ରି ଟପିପାରେ ପାରଦ 🔴 ବଲାଙ୍ଗିର ଯିବେ ମୁଖ୍ୟମନ୍ତ୍ରୀ 🔴 ପ୍ରେମିକ ସାଜିଲା ସଇତାନ 🔴 ପ୍ଲଟ୍‌ ବ୍ୟବସାୟୀଙ୍କ ହତ୍ୟା ଘଟଣା, ମାଷ୍ଟରମାଇଣ୍ଡ ପୁତୁରା ଓ ଝିଆରୀ 🔴 ଶୁକ୍ରବାର ଆଲୋଚନା ହେବାର ସମ୍ଭାବନା: ଟ୍ରମ୍ପ 🔴 ରେକର୍ଡ ଭାଙ୍ଗିଲା ତାତି, ୨୫ ସ୍ଥାନରେ ତାମପାତ୍ରା ୪୦ ଡିଗ୍ରି 🔴 ପଶ୍ଚିମବଙ୍ଗ-ତାମିଲନାଡୁରେ ଭୋଟ୍ 🔴 ଜନଗଣନା ବେଳେ ଅଧିକାରୀଙ୍କୁ ନିସ୍ତୁକ ମାଡ଼