Masthead

ମୁଣ୍ଡଳୀରେ କମୁଛି ଜଳସ୍ତର: ବନ୍ଦ ହେଲା ହୀରାକୁଦର ୨ଟି ଗେଟ୍‌

ଟକ(ବଡ଼ ଖବର ବ୍ୟୁରୋ): ବନ୍ଦ ହେଲା ହୀରାକୁଦର ୨ଟି ଗେଟ୍ । ଉପରମୁଣ୍ଡରେ ପ୍ରବଳ ବର୍ଷା ହେତୁ ହୀରାକୁଦର ୨୦ଟି ଗେଟ୍ ଖୋଲା ଯାଇଥିଲା । ଏବେ ବର୍ଷା କମିବାରୁ ୨ଟି ଗେଟ୍‌କୁ ବନ୍ଦ କରି ଦିଆଯାଇଛି। ଫଳରେ ଏବେ ହୀରାକୁଦ ଡ୍ୟାମର ୧୮ଟି ଗେଟ୍ ଦେଇ ବନ୍ୟାଜଳ ନିଷ୍କାସିତ ହେଉଛି । ହୀରାକୁଦର ଜଳସ୍ତର ଆଜି ସକାଳ ସୁଦ୍ଧା ୬୧୧.୮୫ ଫୁଟ ରହିଛି । ଡ୍ୟାମ ଭିତରକୁ ୧,୫୭,୨୭୨ କ୍ୟୁସେକ ପ୍ରବେଶ କରୁଥିବା ବେଳେ ୩,୦୯,୭୪୦ କ୍ୟୁସେକ ନିଷ୍କାସିତ ହେଉଛି।

ଏବେ ହୀରାକୁଦର ବାମ ପାର୍ଶ୍ୱରେ ୧୨ ଓ ଦକ୍ଷିଣ ପାର୍ଶ୍ୱରେ ୬ଟି ଗେଟ୍‌ ଖୋଲା ଅଛି। ହୀରାକୁଦର ୨ଟି ଗେଟ୍‌ ବନ୍ଦ ହେବା ପ୍ରଭାବରେ ଗତକାଲି ରାତିରୁ ମୁଣ୍ଡଳୀରେ ମହାନଦୀର ଜଳସ୍ତର କମିବାରେ ଲାଗିଛି। ମୁଣ୍ଡଳୀରେ ଅପ୍ ଷ୍ଟ୍ରିମରେ ୮୭.୮୦ ଫୁଟ ଓ ଡାଉନ୍ ଷ୍ଟ୍ରିମରେ ୮୪.୯୦ ଫୁଟ ଜଳସ୍ତର ରହିଛି ତେଣୁ ମୁଣ୍ଡଳୀରେ ଏବେ ଜଳସ୍ତର ବୃଦ୍ଧିର ସମ୍ଭାବନା କମ୍‌ ରହିଛି। ଫଳରେ ମଧ୍ୟମ ଧରଣର ବନ୍ୟା ଆଶଙ୍କାର ସମ୍ଭାବନା ନାହିଁ ବୋଲି ବିଭାଗୀୟ ଉଚ୍ଚପଦସ୍ଥ ଅଧିକାରୀ ସୂଚନା ଦେଇଛନ୍ତି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଓମ୍ଫେଡ୍ ବଜାରକୁ ଆଣିବ ଆଇସକ୍ରିମ୍ ଓ ପାଣି 🔴 ଓଭରଡୋଜ୍ ଆନାସ୍ତେସିଆ ଡାକ୍ତରଙ୍କ ନେଲା ଜୀବନ! 🔴 ଜ୍ୱରରେ ଆକ୍ରାନ୍ତ ବଣମଣିଷ 🔴 ୟୁକ୍ରେନ୍ ରେଳଷ୍ଟେସନ ଉପରେ ଋଷର ଆକ୍ରମଣ 🔴 ବର୍ଷାରେ ଭିଜିବ ଗଣେଶ ପୂଜା ଓ ନୂଆଖାଇ 🔴 ଧରାପୃଷ୍ଠରେ ଅବତରଣ କରିଛନ୍ତି ଗଜାନନ 🔴 ଛାତ୍ରୀଙ୍କୁ ମାଡ଼ମାରି ଚକ୍ଷୁ ନଷ୍ଟ କଲେ ଶିକ୍ଷୟିତ୍ରୀ 🔴 ସମ୍ବଲପୁର ପୋଲିସର ଏନକାଉଣ୍ଟର 🔴 ୧୩ ଜିଲ୍ଲାକୁ ୟେଲୋ ଓ୍ବାର୍ଣ୍ଣିଂ 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ଓମ୍ଫେଡ୍ ବଜାରକୁ ଆଣିବ ଆଇସକ୍ରିମ୍ ଓ ପାଣି 🔴 ଓଭରଡୋଜ୍ ଆନାସ୍ତେସିଆ ଡାକ୍ତରଙ୍କ ନେଲା ଜୀବନ! 🔴 ଜ୍ୱରରେ ଆକ୍ରାନ୍ତ ବଣମଣିଷ 🔴 ୟୁକ୍ରେନ୍ ରେଳଷ୍ଟେସନ ଉପରେ ଋଷର ଆକ୍ରମଣ 🔴 ବର୍ଷାରେ ଭିଜିବ ଗଣେଶ ପୂଜା ଓ ନୂଆଖାଇ 🔴 ଧରାପୃଷ୍ଠରେ ଅବତରଣ କରିଛନ୍ତି ଗଜାନନ 🔴 ଛାତ୍ରୀଙ୍କୁ ମାଡ଼ମାରି ଚକ୍ଷୁ ନଷ୍ଟ କଲେ ଶିକ୍ଷୟିତ୍ରୀ 🔴 ସମ୍ବଲପୁର ପୋଲିସର ଏନକାଉଣ୍ଟର 🔴 ୧୩ ଜିଲ୍ଲାକୁ ୟେଲୋ ଓ୍ବାର୍ଣ୍ଣିଂ 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା