Masthead

ଭିଜିଲାନ୍ସ ଜାଲରେ ଦୁଇ ଲାଞ୍ଚୁଆ ଅଧିକାରୀ

ଅନୁଗୁଳ(ବଡ଼ ଖବର ବ୍ୟୁରୋ): ଭିଜିଲାନ୍ସ ଜାଲରେ ଦୁଇ ଅଧିକାରୀ । ଅନୁଗୁଳ ସିଏସଓଙ୍କ କାର୍ଯ୍ୟାଳୟର ଦୁଇ ଜଣ ଜୁନିଅର ଆକାଉଣ୍ଟାଣ୍ଟ ଗିରଫ । ୫୦ ହଜାର ଟଙ୍କା ଲାଞ୍ଚ ନେଉଥିବା ବେଳେ ଭିଜିଲାନ୍ସ ହାତରେ ଧରାପଡିଲେ । ଅଭିଯୁକ୍ତ ଜୁନିଅର ଆକାଉଣ୍ଟାଣ୍ଟ ହେଲେ ରାଜନାରାୟଣ ସାହୁ ଏବଂ ଜିତେନ ପଟ୍ଟନାୟକ । ଫର୍ଟିଫାଏଡ୍ ରାଇସ୍ କର୍ଣ୍ଣାଲ୍ସ (ଏଫଆରକେ) ସମ୍ପର୍କିତ ୬୦ଲକ୍ଷ ଟଙ୍କାରୁ ଅଧିକ ବିଲ୍ ରାଶି ପ୍ରଦାନ କରିବା ବଦଳରେ ଏକ ରାଇସ୍ ମିଲ୍ର ପରିଚାଳକଙ୍କଠାରୁ ଲାଞ୍ଚ ନେଉଥିବା ବେଳେ ଭିଜିଲାନ୍ସ ଅଧିକାରୀମାନେ ଜୁନିଅର ଆକାଉଣ୍ଟାଣ୍ଟଙ୍କୁ ଗିରଫ କରିଛନ୍ତି ।

ସୂଚନା ଅନୁସାରେ ଗତ ଗୋଟିଏ ମାସ ଧରି, କ୍ରୀଷ୍ଣା ରାଇସ୍ ମିଲର ପରିଚାଳକ ଦୁଇ ଆକାଉଣ୍ଟାଣ୍ଟଙ୍କୁ ଫର୍ଟିଫାଏଡ୍ ରାଇସ୍ କର୍ଣ୍ଣାଲ୍ସ ବକେୟା ଟଙ୍କା ପ୍ରଦାନ କରିବାକୁ ଅନୁରୋଧ କରି ଆସୁଥିଲେ । କିନ୍ତୁ ଉଭୟ ଅଭିଯୁକ୍ତ ୫୦ହଜାର ଟଙ୍କା ଲାଞ୍ଚ ନଦେଲେ ଏଫଆରକେ ରାଶି ପ୍ରଦାନ କରିବାକୁ ମନା କରି ଦେଇଥିଲେ । ଫଳରେ ବାଧ୍ୟ ହୋଇ ମ୍ୟାନେଜର ଉଭୟ ଆକାଉଣ୍ଟାଣ୍ଟଙ୍କ ଦ୍ୱାରା ହଇରାଣ କରାଯାଉଥିବା ଅଭିଯୋଗ କରି ଭିଜିଲାନ୍ସ କର୍ତ୍ତୃପକ୍ଷଙ୍କ ଦ୍ଵାରସ୍ଥ ହୋଇଥିଲେ । ଏହା ପରେ ଆଜି ଅଭିଯୋଗକାରୀଙ୍କଠାରୁ ୫୦ହଜାର ଟଙ୍କା ଲାଞ୍ଚ ନେଉଥିବା ସମୟରେ ଓଡ଼ିଶା ଭିଜିଲାନ୍ସ ୨ ଲାଞ୍ଚୁଆ ଆକାଉଣ୍ଟାଣ୍ଟଙ୍କୁ ଗିରଫ କରିଛି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ପବିତ୍ର ଶ୍ରୀପଞ୍ଚମୀରେ ବିଦ୍ୟାଦାତ୍ରୀ ମା’ ସରସ୍ବତୀଙ୍କୁ ଆବାହନ 🔴 ୭୨ ପ୍ରଧାନଶିକ୍ଷକଙ୍କ ଦରମା ବନ୍ଦ 🔴 ରାଜ୍ୟସଭା ନିର୍ବାଚନ ପାଇଁ ପ୍ରକ୍ରିୟା ଆରମ୍ଭ 🔴 ନୂଆ ହିତାଧିକାରୀଙ୍କୁ ଆଜି ମିଳିବ ସୁଭଦ୍ରା ଟଙ୍କା 🔴 ରାଜ୍ୟରେ କମିଲା ଶୀତ 🔴 ଆଜି ମହାପ୍ରଭୁଙ୍କ ଦୁର୍ଲ୍ଲଭ ପଦ୍ମବେଶ 🔴 ରଥ ତିଆରି ପାଇଁ ଗଲା ରଥ କାଠ 🔴 ବିଜାପୁରରେ ଏନକାଉଣ୍ଟର, ୬ ମାଓବାଦୀ ନିହତ 🔴 ଜଳିଗଲା ୧ନଂ ହାଟ 🔴 ଏପଟେ ଶୀତ ଥରାଉଛି ସେପଟେ ଖରା ଜାଳୁଛି 🔴 ପବିତ୍ର ଶ୍ରୀପଞ୍ଚମୀରେ ବିଦ୍ୟାଦାତ୍ରୀ ମା’ ସରସ୍ବତୀଙ୍କୁ ଆବାହନ 🔴 ୭୨ ପ୍ରଧାନଶିକ୍ଷକଙ୍କ ଦରମା ବନ୍ଦ 🔴 ରାଜ୍ୟସଭା ନିର୍ବାଚନ ପାଇଁ ପ୍ରକ୍ରିୟା ଆରମ୍ଭ 🔴 ନୂଆ ହିତାଧିକାରୀଙ୍କୁ ଆଜି ମିଳିବ ସୁଭଦ୍ରା ଟଙ୍କା 🔴 ରାଜ୍ୟରେ କମିଲା ଶୀତ 🔴 ଆଜି ମହାପ୍ରଭୁଙ୍କ ଦୁର୍ଲ୍ଲଭ ପଦ୍ମବେଶ 🔴 ରଥ ତିଆରି ପାଇଁ ଗଲା ରଥ କାଠ 🔴 ବିଜାପୁରରେ ଏନକାଉଣ୍ଟର, ୬ ମାଓବାଦୀ ନିହତ 🔴 ଜଳିଗଲା ୧ନଂ ହାଟ 🔴 ଏପଟେ ଶୀତ ଥରାଉଛି ସେପଟେ ଖରା ଜାଳୁଛି