Masthead

ଭିଜିଲାନ୍ସ ଜାଲରେ ଦୁଇ ଲାଞ୍ଚୁଆ ଅଧିକାରୀ

ଅନୁଗୁଳ(ବଡ଼ ଖବର ବ୍ୟୁରୋ): ଭିଜିଲାନ୍ସ ଜାଲରେ ଦୁଇ ଅଧିକାରୀ । ଅନୁଗୁଳ ସିଏସଓଙ୍କ କାର୍ଯ୍ୟାଳୟର ଦୁଇ ଜଣ ଜୁନିଅର ଆକାଉଣ୍ଟାଣ୍ଟ ଗିରଫ । ୫୦ ହଜାର ଟଙ୍କା ଲାଞ୍ଚ ନେଉଥିବା ବେଳେ ଭିଜିଲାନ୍ସ ହାତରେ ଧରାପଡିଲେ । ଅଭିଯୁକ୍ତ ଜୁନିଅର ଆକାଉଣ୍ଟାଣ୍ଟ ହେଲେ ରାଜନାରାୟଣ ସାହୁ ଏବଂ ଜିତେନ ପଟ୍ଟନାୟକ । ଫର୍ଟିଫାଏଡ୍ ରାଇସ୍ କର୍ଣ୍ଣାଲ୍ସ (ଏଫଆରକେ) ସମ୍ପର୍କିତ ୬୦ଲକ୍ଷ ଟଙ୍କାରୁ ଅଧିକ ବିଲ୍ ରାଶି ପ୍ରଦାନ କରିବା ବଦଳରେ ଏକ ରାଇସ୍ ମିଲ୍ର ପରିଚାଳକଙ୍କଠାରୁ ଲାଞ୍ଚ ନେଉଥିବା ବେଳେ ଭିଜିଲାନ୍ସ ଅଧିକାରୀମାନେ ଜୁନିଅର ଆକାଉଣ୍ଟାଣ୍ଟଙ୍କୁ ଗିରଫ କରିଛନ୍ତି ।

ସୂଚନା ଅନୁସାରେ ଗତ ଗୋଟିଏ ମାସ ଧରି, କ୍ରୀଷ୍ଣା ରାଇସ୍ ମିଲର ପରିଚାଳକ ଦୁଇ ଆକାଉଣ୍ଟାଣ୍ଟଙ୍କୁ ଫର୍ଟିଫାଏଡ୍ ରାଇସ୍ କର୍ଣ୍ଣାଲ୍ସ ବକେୟା ଟଙ୍କା ପ୍ରଦାନ କରିବାକୁ ଅନୁରୋଧ କରି ଆସୁଥିଲେ । କିନ୍ତୁ ଉଭୟ ଅଭିଯୁକ୍ତ ୫୦ହଜାର ଟଙ୍କା ଲାଞ୍ଚ ନଦେଲେ ଏଫଆରକେ ରାଶି ପ୍ରଦାନ କରିବାକୁ ମନା କରି ଦେଇଥିଲେ । ଫଳରେ ବାଧ୍ୟ ହୋଇ ମ୍ୟାନେଜର ଉଭୟ ଆକାଉଣ୍ଟାଣ୍ଟଙ୍କ ଦ୍ୱାରା ହଇରାଣ କରାଯାଉଥିବା ଅଭିଯୋଗ କରି ଭିଜିଲାନ୍ସ କର୍ତ୍ତୃପକ୍ଷଙ୍କ ଦ୍ଵାରସ୍ଥ ହୋଇଥିଲେ । ଏହା ପରେ ଆଜି ଅଭିଯୋଗକାରୀଙ୍କଠାରୁ ୫୦ହଜାର ଟଙ୍କା ଲାଞ୍ଚ ନେଉଥିବା ସମୟରେ ଓଡ଼ିଶା ଭିଜିଲାନ୍ସ ୨ ଲାଞ୍ଚୁଆ ଆକାଉଣ୍ଟାଣ୍ଟଙ୍କୁ ଗିରଫ କରିଛି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଛାତ୍ରୀଙ୍କୁ ମାଡ଼ମାରି ଚକ୍ଷୁ ନଷ୍ଟ କଲେ ଶିକ୍ଷୟିତ୍ରୀ 🔴 ସମ୍ବଲପୁର ପୋଲିସର ଏନକାଉଣ୍ଟର 🔴 ୧୩ ଜିଲ୍ଲାକୁ ୟେଲୋ ଓ୍ବାର୍ଣ୍ଣିଂ 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ 🔴 ଛାତ୍ରୀଙ୍କୁ ମାଡ଼ମାରି ଚକ୍ଷୁ ନଷ୍ଟ କଲେ ଶିକ୍ଷୟିତ୍ରୀ 🔴 ସମ୍ବଲପୁର ପୋଲିସର ଏନକାଉଣ୍ଟର 🔴 ୧୩ ଜିଲ୍ଲାକୁ ୟେଲୋ ଓ୍ବାର୍ଣ୍ଣିଂ 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ