ଆସୁଛି ଦୁଇଟି ଲଘୁଚାପ

ଭୁବନେଶ୍ୱର(ବଡ଼ ଖବର ବ୍ୟୁରୋ): ଆସୁଛି ଆଉ ଦୁଇଟି ଲଘୁଚାପ । ୬ ଓ ୧୧ ତାରିଖରେ ବଙ୍ଗୋପସାଗରରେ ଲଘୁଚାପ ସୃଷ୍ଟିହେବାର ସମ୍ଭାବନା ରହିଛି । ଏହାର ପ୍ରଭାବରେ ଓଡ଼ିଶାରେ ବର୍ଷାର ସମ୍ଭାବନା ରହିଛି । ଏନେଇ ପାଣିପାଗ ବିଭାଗ ଡିଜି ମୃତ୍ୟୁଞ୍ଜୟ ମହାପାତ୍ର ସୂଚନା ଦେଇଛନ୍ତି । ରାଜ୍ୟରେ ଅଗଷ୍ଟର ନିଅଣ୍ଟିଆ ବର୍ଷା କିଛି ମାତ୍ରାରେ ଭରଣା ହେବ ବୋଲି ପାଣିପାଗ ବିଶେଷଜ୍ଞମାନେ ଆଶାବାଦୀ ଅଛନ୍ତି।

କିନ୍ତୁ ଏହି ବର୍ଷା ରାଜ୍ୟରେ ଚାଷ କାର୍ଯ୍ୟ ପାଇଁ ବିଶେଷ ଉପଯୋଗୀ ହେବ ନାହିଁ ବୋଲି ଆଇଏମ୍‌ଡି କହିଛି। ଆସନ୍ତାକାଲି ରାଜ୍ୟର କିଛି ସ୍ଥାନରେ ପ୍ରବଳ ବର୍ଷା ସହ ଅନ୍ୟ କେତେକ ଅଞ୍ଚଳରେ ବିଜୁଳି, ଘଡ଼ଘଡ଼ି ସହ ବର୍ଷା ହୋଇପାରେ। ନବରଙ୍ଗପୁର, କୋରାପୁଟ, ମାଲକାନଗିରି ଓ ରାୟଗଡ଼ା ଆଦି ଜିଲ୍ଲାରେ ପ୍ରବଳ ବର୍ଷା ଏବଂ ନୂଆପଡ଼ା, କଳାହାଣ୍ଡି, କନ୍ଧମାଳ, ବୌଦ୍ଧ, ନୟାଗଡ଼, ସୁନ୍ଦରଗଡ଼, କେନ୍ଦୁଝର, ମୟୂରଭଞ୍ଜ ଓ ବାଲେଶ୍ବର ଆଦି ଜିଲ୍ଲାରେ ଆସନ୍ତାକାଲି ବିଜୁଳି, ଘଡ଼ଘଡ଼ି ସହ ହାଲକାରୁ ମଧ୍ୟମଧରଣର ବର୍ଷା ହେବାର ସମ୍ଭାବନା ରହିଛି।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଜଳବନ୍ଦୀଙ୍କୁ କରାଯିବ ଏୟାରଲିଫ୍ଟ 🔴 ୧୮ରୁ ବିଧାନସଭା ଅଧିବେଶନ 🔴 ୭ ଜିଲ୍ଲାକୁ ରେଡ୍ ୱାର୍ଣ୍ଣିଂ 🔴 ନୀଳଗିରି ବସ୍‌ଷ୍ଟାଣ୍ଡ ନିକଟ ପେଟ୍ରୋଲ ପମ୍ପରେ ବିସ୍ଫୋରଣ 🔴 ଆସନ୍ତାକାଲି ପର୍ଯ୍ୟନ୍ତ ଓଡ଼ିଶା ପାଇଁ ଗୁରୁତ୍ବପୂର୍ଣ୍ଣ 🔴 ସଂଧ୍ୟା ସୁଦ୍ଧା ମାଲକାନଗିରି ଦେଇ ଯିବ ‘ଅର୍ଣ୍ଣବ’ 🔴 ‘ମାଲକାନଗିରି ବେଶୀ ପ୍ରଭାବିତ’ 🔴 IAS ସ୍ତରରେ ଅଦଳବଦଳ 🔴 ଘରେ ପଶିଲେ, ଲୁଟିଲେ..ଟିଭି ଭାଙ୍ଗି ଚାଲିଗଲେ 🔴 ଅତି ଭୀଷଣ ବାତ୍ୟା ରୂପ ନେଲା ‘ଅର୍ଣ୍ଣବ’ 🔴 ଜଳବନ୍ଦୀଙ୍କୁ କରାଯିବ ଏୟାରଲିଫ୍ଟ 🔴 ୧୮ରୁ ବିଧାନସଭା ଅଧିବେଶନ 🔴 ୭ ଜିଲ୍ଲାକୁ ରେଡ୍ ୱାର୍ଣ୍ଣିଂ 🔴 ନୀଳଗିରି ବସ୍‌ଷ୍ଟାଣ୍ଡ ନିକଟ ପେଟ୍ରୋଲ ପମ୍ପରେ ବିସ୍ଫୋରଣ 🔴 ଆସନ୍ତାକାଲି ପର୍ଯ୍ୟନ୍ତ ଓଡ଼ିଶା ପାଇଁ ଗୁରୁତ୍ବପୂର୍ଣ୍ଣ 🔴 ସଂଧ୍ୟା ସୁଦ୍ଧା ମାଲକାନଗିରି ଦେଇ ଯିବ ‘ଅର୍ଣ୍ଣବ’ 🔴 ‘ମାଲକାନଗିରି ବେଶୀ ପ୍ରଭାବିତ’ 🔴 IAS ସ୍ତରରେ ଅଦଳବଦଳ 🔴 ଘରେ ପଶିଲେ, ଲୁଟିଲେ..ଟିଭି ଭାଙ୍ଗି ଚାଲିଗଲେ 🔴 ଅତି ଭୀଷଣ ବାତ୍ୟା ରୂପ ନେଲା ‘ଅର୍ଣ୍ଣବ’