Masthead

ସୀମା ଡେଇଁ ଆତଙ୍କୀଙ୍କ ଅନୁପ୍ରବେଶ ଉଦ୍ୟମ ପଣ୍ଡ; ସୁରକ୍ଷାକର୍ମୀଙ୍କ ଗୁଳିରେ ଟଳିଲେ ୨ ଆତଙ୍କବାଦୀ

ଜମ୍ମୁ-କାଶ୍ମୀର (ବଡ଼ ଖବର ବ୍ୟୁରୋ): ଜମ୍ମୁ ପୁଞ୍ଚ ଅଞ୍ଚଳରେ ସୀମା ଡେଇଁ ଆତଙ୍କୀଙ୍କ ଅନୁପ୍ରବେଶ ଉଦ୍ୟମ ପଣ୍ଡ । ପାକିସ୍ତାନ ପଟୁ ଭାରତକୁ ବିଭିନ୍ନ ସମୟରେ ଆତଙ୍କୀମାନେ ଅନୁପ୍ରବେଶ ଉଦ୍ୟମ କରୁଥିବା ବେଳେ ଏହାର କଡ଼ା ଜବାବ ଦେଇଛନ୍ତି ଭାରତୀୟ ସୁରକ୍ଷା ବାହିନୀର ଯବାନମାନେ । ସୁରକ୍ଷାକର୍ମୀଙ୍କ ଗୁଳିରେ ଟଳିଲେ ୨ ଆତଙ୍କବାଦୀ। ସମଗ୍ର ଅଞ୍ଚଳକୁ ଘେରାବନ୍ଦୀ କରି ଜୋରଦାର ଚାଲିଛି ସର୍ଚ୍ଚ ଅପରେସନ । ଗତକାଲି ସନ୍ଧ୍ୟା ସମୟରୁ ପୁଞ୍ଚ ସ୍ଥିତ ଏଲଓସି ନିକଟରେ ଉତ୍ତେଜନା ଦେଖିବାକୁ ମିଳିଥିଲା। କିଛି ଆତଙ୍କୀ ସୀମାଡେଇଁ ଭାରତକୁ ଅନୁପ୍ରବେଶ ପାଇଁ ଉଦ୍ୟମ କରୁଥିବା ବେଳେ ଏହା ସୁରକ୍ଷାକର୍ମୀଙ୍କ ଦୃ‌ଷ୍ଟିରେ ପଡ଼ଥିଲା । ଆତଙ୍କୀମାନେ ସୁରକ୍ଷାକର୍ମୀଙ୍କ ଉପରେ ପ୍ରଥମେ ଗୁଳି ଚାଳନା କରିଥିବା ବେଳେ ଯବାନଙ୍କ ପାଲଟା ଗୁଳିରେ ଦୁଇ ଜଣ ଆତଙ୍କୀ ମୃତ୍ୟୁ ହୋଇଛି । ଆଉ କିଛି ଆତଙ୍କବାଦୀ ସୀମାବର୍ତ୍ତୀ ଅଞ୍ଚଳରେ ଲୁଚିଥିବା ଆଶଙ୍କା କରାଯାଉଛି । ସମଗ୍ର ଅଞ୍ଚଳକୁ ସୁରକ୍ଷାକର୍ମୀମାନେ ଘେରାଉ କରିବା ସହ ରାତି ତମାମ ସର୍ଚ୍ଚ ଅପରେସନ ଜାରି ରଖିଛନ୍ତି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ବିଜେପି ଘୋଡ଼ା ବେପାର କରୁଛି: ନବୀନ ପଟ୍ଟନାୟକ 🔴 ରୋଗୀଙ୍କୁ ଲାତ, ଗୋଇଠା ମାରିଲେ ମହିଳା ଡାକ୍ତର 🔴 ଇରାନର କ୍ରାଉନ୍ ଜୁଏଲ୍ ଖାର୍ଗ ଦ୍ବୀପରେ ଆମେରିକାର ଆକ୍ରମଣ 🔴 ମାର୍ଚ୍ଚରୁ ଡରାଇଲାଣି ତାତି 🔴 ଆଜି ଗୃହରେ ପୁଣି ଉଠିବ ଗ୍ୟାସ୍ ପ୍ରସଙ୍ଗ! 🔴 ବକେୟା ଟ୍ରାଫିକ୍ ଚାଲାଣ ସମାଧାନ ପାଇଁ ନୂଆ ବ୍ୟବସ୍ଥା 🔴 ରାଜ୍ୟସଭା ନିର୍ବାଚନ ପାଇଁ କଂଗ୍ରେସ ଜାରି କଲା ହ୍ବିପ୍ 🔴 ହର୍ମୁଜରେ ଭାରତକୁ ଅନୁମତି 🔴 ଓମାନର ସଲାଲାହ ବନ୍ଦର ଉପରେ ଇରାନୀ ଡ୍ରୋନ୍ ଆକ୍ରମଣ 🔴 108 ହାର୍ଡକୋର ମାଓବାଦୀ ଆତ୍ମସମର୍ପଣ 🔴 ବିଜେପି ଘୋଡ଼ା ବେପାର କରୁଛି: ନବୀନ ପଟ୍ଟନାୟକ 🔴 ରୋଗୀଙ୍କୁ ଲାତ, ଗୋଇଠା ମାରିଲେ ମହିଳା ଡାକ୍ତର 🔴 ଇରାନର କ୍ରାଉନ୍ ଜୁଏଲ୍ ଖାର୍ଗ ଦ୍ବୀପରେ ଆମେରିକାର ଆକ୍ରମଣ 🔴 ମାର୍ଚ୍ଚରୁ ଡରାଇଲାଣି ତାତି 🔴 ଆଜି ଗୃହରେ ପୁଣି ଉଠିବ ଗ୍ୟାସ୍ ପ୍ରସଙ୍ଗ! 🔴 ବକେୟା ଟ୍ରାଫିକ୍ ଚାଲାଣ ସମାଧାନ ପାଇଁ ନୂଆ ବ୍ୟବସ୍ଥା 🔴 ରାଜ୍ୟସଭା ନିର୍ବାଚନ ପାଇଁ କଂଗ୍ରେସ ଜାରି କଲା ହ୍ବିପ୍ 🔴 ହର୍ମୁଜରେ ଭାରତକୁ ଅନୁମତି 🔴 ଓମାନର ସଲାଲାହ ବନ୍ଦର ଉପରେ ଇରାନୀ ଡ୍ରୋନ୍ ଆକ୍ରମଣ 🔴 108 ହାର୍ଡକୋର ମାଓବାଦୀ ଆତ୍ମସମର୍ପଣ