Masthead

ପୋଖରୀରେ ବୁଡ଼ି ୨ ନାବାଳିକା ମୃତ

ଅନୁଗୋଳ(ବଡ଼ ଖବର ବ୍ୟୁରୋ): ଅନୁଗୋଳ ଜିଲ୍ଲା ଠାକୁରଗଡ ଥାନା ଅନ୍ତର୍ଗତ କନ୍ତପଡା ଗାଁର କୁରୁମଛକରେ ପୋଖରୀରେ ବୁଡି ୨ ନାବାଳିକାଙ୍କ ମୃତ୍ୟୁ । ସୂଚନା ଅନୁଯାୟୀ ମୃତ ୨ ନାବାଳିକା ହେଲେ ଦୟାନିଧି ପ୍ରଧାନଙ୍କ ଝିଅ ଶ୍ରୀମତି ପ୍ରଧାନ ଓ ଘନଶ୍ୟାମ ସାହୁଙ୍କ ଝିଅ ବର୍ଷା ସାହୁ । ଉଭୟଙ୍କ ବୟସ ୧୨ ବର୍ଷ ।

ଆଜି ଦିନ ପ୍ରାୟ ୧୧ଟା ବେଳେ ଏହି ଘଟଣା ଘଟିଥିଲା । ପୋଖରୀକୁ ଗାଧୋଇବା ପାଇଁ ଯାଇଥିବା ବେଳେ ବୁଡି ଯାଇଥିବା ସୂଚନା । ପରେ ସ୍ଥାନୀୟ ଲୋକେ ସେମାନଙ୍କୁ ଉଦ୍ଧାର କରିଥିଲେ । କିନ୍ତୁ ଘଟଣାସ୍ଥଳରେ ହିଁ ସେମାନଙ୍କ ମୃତ୍ୟୁ ଘଟିଥିଲା । ସ୍ଥାନୀୟ ଲୋକଙ୍କ ଖବର ପରେ ସେଠାରେ ପୋଲିସ ପହଞ୍ଚି ମୃତ ଦେହ ଜବତ କରି ଶବ ବ୍ୟବଚ୍ଛେଦ ପାଇଁ ଆଠମଲ୍ଲିକ ଡାକ୍ତରାଖାନାକୁ ପଠାଇଛି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଶ୍ରୀମନ୍ଦିରରେ ନାବାଳକକୁ ମାଡ଼! 🔴 ପବିତ୍ର ଶ୍ରୀପଞ୍ଚମୀରେ ବିଦ୍ୟାଦାତ୍ରୀ ମା’ ସରସ୍ବତୀଙ୍କୁ ଆବାହନ 🔴 ୭୨ ପ୍ରଧାନଶିକ୍ଷକଙ୍କ ଦରମା ବନ୍ଦ 🔴 ରାଜ୍ୟସଭା ନିର୍ବାଚନ ପାଇଁ ପ୍ରକ୍ରିୟା ଆରମ୍ଭ 🔴 ନୂଆ ହିତାଧିକାରୀଙ୍କୁ ଆଜି ମିଳିବ ସୁଭଦ୍ରା ଟଙ୍କା 🔴 ରାଜ୍ୟରେ କମିଲା ଶୀତ 🔴 ଆଜି ମହାପ୍ରଭୁଙ୍କ ଦୁର୍ଲ୍ଲଭ ପଦ୍ମବେଶ 🔴 ରଥ ତିଆରି ପାଇଁ ଗଲା ରଥ କାଠ 🔴 ବିଜାପୁରରେ ଏନକାଉଣ୍ଟର, ୬ ମାଓବାଦୀ ନିହତ 🔴 ଜଳିଗଲା ୧ନଂ ହାଟ 🔴 ଶ୍ରୀମନ୍ଦିରରେ ନାବାଳକକୁ ମାଡ଼! 🔴 ପବିତ୍ର ଶ୍ରୀପଞ୍ଚମୀରେ ବିଦ୍ୟାଦାତ୍ରୀ ମା’ ସରସ୍ବତୀଙ୍କୁ ଆବାହନ 🔴 ୭୨ ପ୍ରଧାନଶିକ୍ଷକଙ୍କ ଦରମା ବନ୍ଦ 🔴 ରାଜ୍ୟସଭା ନିର୍ବାଚନ ପାଇଁ ପ୍ରକ୍ରିୟା ଆରମ୍ଭ 🔴 ନୂଆ ହିତାଧିକାରୀଙ୍କୁ ଆଜି ମିଳିବ ସୁଭଦ୍ରା ଟଙ୍କା 🔴 ରାଜ୍ୟରେ କମିଲା ଶୀତ 🔴 ଆଜି ମହାପ୍ରଭୁଙ୍କ ଦୁର୍ଲ୍ଲଭ ପଦ୍ମବେଶ 🔴 ରଥ ତିଆରି ପାଇଁ ଗଲା ରଥ କାଠ 🔴 ବିଜାପୁରରେ ଏନକାଉଣ୍ଟର, ୬ ମାଓବାଦୀ ନିହତ 🔴 ଜଳିଗଲା ୧ନଂ ହାଟ